ମା’ ହେଲେ କଲେଜ ଛାତ୍ରୀ, ଶୌଚାଳୟରେ ଜନ୍ମ କଲେ ମଲା ଛୁଆ

ନୟାଗଡ଼, ୨୦।୩(ଲୋକନାଥ ମିଶ୍ର): ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟର ଶୌଚାଳୟ ପରିସରରେ ମୃତ ଛୁଆ ଜନ୍ମ କରିଛନ୍ତି ଯୁକ୍ତ ତିନି ଦ୍ବିତୀୟ ବର୍ଷର ଛାତ୍ରୀ । ଛାତ୍ରୀ ନୟାଗଡ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ନିବାସ(ହଷ୍ଟେଲ)ରେ ରହୁଥିବା ବେଳେ ଘର କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ବୋଲି ଜଣାପଡିଛି । ସେ ଛାତ୍ରୀ ନିବାସରେ ୨ବର୍ଷ ହେଲା ରହୁଥିଲେ। ଗୁରୁବାର ସକାଳେ ଛାତ୍ରୀଜଣଙ୍କର ପେଟ କାଟିଥିଲା। ପେଟ କଟିବାରୁ ହଷ୍ଟେଲ କର୍ତ୍ତୃପକ୍ଷ ଛାତ୍ରୀଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟର ଭର୍ର୍ତ୍ତି କରିଥିଲେ। ଡାକ୍ତର ପ୍ରାଥମିକ ଚିକିତ୍ସା କରିବା ପରେ ଛାତ୍ରୀଜଣକ ପରିସ୍ରା କରିବାକୁ ଯାଇ ଶୌଚାଳୟ ଭିତରେ ଏକ ମୃତ ଛୁଆକୁ ଜନ୍ମ ଦେଇଥିଲେ । ପ୍ରସବ ପରେ ଛାତ୍ରୀ ଜିଲା ମୁଖ୍ୟ ଚିକିତ୍ସାଳୟର ମାତୃ ଶିଶୁ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ଅନ୍ୟପକ୍ଷେ ହଷ୍ଟେଲ କର୍ତ୍ତୃପକ୍ଷ ଛାତ୍ରୀଙ୍କର ପରିବାର ସଦସ୍ୟଙ୍କୁ ଘଟଣା ସମ୍ପର୍କରେ ଅବଗତ କରାଇଥିବା ଜଣାପଡିଛି।
ତେବେ ଛାତ୍ରୀ ଗର୍ଭବତୀ ଥିବା ସମ୍ପର୍କରେ ହଷ୍ଟେଲ କର୍ତ୍ତୃପକ୍ଷ କିଛି ଜାଣିନଥିବା ସୁପରିଣ୍ଟେଣ୍ଡେଣ୍ଟ କହିଛନ୍ତି । ଏହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ହଷ୍ଟେଲକୁ କିଛି ଦିନ ବ୍ୟବଧାନରେ ଚେକ୍‌ ଅପ୍‌ ପାଇଁ ଡାକ୍ତର ଆସୁଥିଲେ ମଧ୍ୟ ଘଟଣା ସମ୍ପର୍କରେ କିପରି କିଛି ଜଣାପଡିଲା ନାହିଁ ତାହା ସାଧାରଣରେ ଆଲୋଚନାର ବିଷୟ ।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ବରଯାତ୍ରୀ ଗାଡ଼ି: ଡ୍ରାଇଭର ମୃତ, ୬ ଗୁରୁତର

କୋକସରା,୨୧ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ନଂ. ଜାତୀୟ ରାଜପଥର କଳାହାଣ୍ଡି ଜିଲା କୋକସରା ଥାନା ଚିଲିଗୁଡା ଗାଁ ନିକଟରେ ଶୁକ୍ରବାର ଏକ ବରଯାତ୍ରୀ ଗାଡି ଭାରସାମ୍ୟ...

କର୍ତ୍ତବ୍ୟରେ ଅବହେଳା: ୫ ଶିକ୍ଷକଙ୍କ ଦରମା ବନ୍ଦ

ଲାଞ୍ଜିଗଡ଼,୨୧ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ କାର୍ଯ୍ୟରେ ଅବହେଳା କାରଣରୁ ଗୋଷ୍ଠୀ ଶିକ୍ଷା ଅଧିକାରୀ ୫ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ ସହିତ...

କର୍ଲାମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରଠାରେ ସ୍ବାସ୍ଥ୍ୟ ପରୀକ୍ଷା କଲେ…

କର୍ଲାମୁଣ୍ଡା,୨୧।୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଶୁକ୍ରବାର ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଥିଲା।...

ବିଦେଶୀମାନଙ୍କୁ ବେଆଇନ ସିମ କାର୍ଡ ବିକ୍ରି, ଗୋପାଳପୁର ପୋର୍ଟ କର୍ମଚାରୀ ସମେତ ୨ଗିରଫ

ଛତ୍ରପୁର,୨୧।୩(ସନ୍ତୋଷ ପାଢ଼ୀ ): ଗୋପାଳପୁର ପୋର୍ଟକୁ ଜାହାଜରେ ଆସୁଥିବା ବିଦେଶୀମାନଙ୍କୁ ବେଆଇନ ଭାବେ ସିମ ବିକ୍ରି ମାମଲାରେ ଗଞ୍ଜାମ ଜ଼ିଲା ଆର୍ଯ୍ୟପଲ୍ଲୀ କତୁରୁ ଅଞ୍ଚଳର ଦୁଇଜଣ...

ବିଦ୍ୟୁତ ବିଭାଗ ଯନ୍ତ୍ରୀଙ୍କ ଦବଙ୍ଗଗିରି, ଚାଷୀଙ୍କୁ ମାରପିଟ୍‌, ଚାପା ଉତ୍ତେଜନା

ବରଗଡ଼, ୨୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ଜରିମୂଲି ଗ୍ରାମରେ ଶୁକ୍ରବାର ଅପରାହ୍ନ ପ୍ରାୟ ୧ଟା ସମୟରେ ବିଦ୍ୟୁତ ବିଭାଗର ଜଣେ କନିଷ୍ଠ...

୧୭ ବର୍ଷ ପରେ ଧରିଲା ଭିଜିଲାନ୍ସ

ବଲାଙ୍ଗୀର,୨୧।୩(ସୁନୀଲ କୁମାର ମହାନ୍ତି): ୧୭ ବର୍ଷ ପରେ ଗିରଫ ହେଲେ ବଲାଙ୍ଗୀର ଲୋୟର ସୁକତେଲ ପ୍ରକଳ୍ପର ଭୂଅର୍ଜନ ଅଧିକାରୀ ବିନାୟକ ଗଡ଼ନାୟକ। ୨୦୦୮ ମସିହାରେ ଗଡ଼ନାୟକଙ୍କ...

୧୧ଦିନ ପରେ ମିଳିଲା ନିଖୋଜ ଶିଶୁର ମୃତ ଶରୀର ଠାବ କଲା ପୋଲିସ

ରାୟଗଡା,୨୧।୩( ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତ ୧୫ନମ୍ବର ୱାର୍ଡ ଘାଗୁଡିମାଳ ଗ୍ରାମର ଏକ ୧୩ମାସର ଶିଶୁ ପୁତ୍ରର ମୃତ...

କଂଗ୍ରେସ ନେତା ଦେବେନ୍ଦ୍ର ଶର୍ମାଙ୍କ ଦେହାନ୍ତ

ଭୁବନେଶ୍ୱର,୨୧।୩: ବଡ଼ କଂଗ୍ରେସ ନେତାଙ୍କ ପରଲୋକ। ଆଳି ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ଦେହାନ୍ତ। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ୬୬ ବର୍ଷରେ ତାଙ୍କର ମୃତ୍ୟୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image