ଭୁବନେଶ୍ୱର,୨୭ା୩(ବ୍ୟୁରୋ): ପଞ୍ଚାୟତ ଓ ପୌର ପରିଷଦ ନିର୍ବାଚନରେ ବିଜେଡିକୁ ବିପୁଳ ଜନସମର୍ଥନ ମିଳିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବରିଷ୍ଠ ଅଧିକାରୀ। ରବିବାର ନବୀନ ନିବାସକୁ ଯାଇ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା ଓ ଡିଜିପି ସୁନିଲ କୁମାର ବଂଶଲ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ ।
ଅନ୍ୟମାନଙ୍କ ମଧ୍ୟରେ ଏଡିଜି ଲଳିତ ଦାସ, ଏଡିଜି ଆରକେ ଶର୍ମା, ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଥିଲେ। ଏହି ସମୟରେ ୫-ଟି ସଚିବ ଭିକେ ପାଣ୍ଡିଆନ ଉପସ୍ଥିତ ଥିଲେ। ଓଏଏସ ଆସୋସିଏଶନ, ଓଡ଼ିଶା ଅର୍ଥ ସେବା, ଓଡ଼ିଶା ପୋଲିସ ସେବା ସଂଘ, ଓଡିଶା ସଚିବାଳୟ ସେବା ସଂଘ, ରାଜସ୍ବ ସେବା, କନଷ୍ଟେବଳ ଓ ହାବିଲଦାର ସଂଘ ପ୍ରମୁଖ ସଂଗଠନର କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ। ମୁଖ୍ୟମନ୍ତ୍ରୀ ମଧ୍ୟ ସମସ୍ତଙ୍କୁ ଶୁଭେଚ୍ଛା ଓ ଧନ୍ୟବାଦ ଜଣାଇଛନ୍ତି।