Posted inଖେଳ

ଇତିହାସରୁ ଗୋଟିଏ ପାଦ ଦୂରରେ

ଚାଟେରକ୍ସ,୩ା୮: ଭାରତୀୟ ଶୁଟିଂ ସେନ୍‌ସେସନ୍‌ ମନୁ ଭାକର ଇତିହାସ ରଚିବାରୁ ମାତ୍ର ଗୋଟିଏ ପାଦ ଦୂରରେ ରହିଛନ୍ତି। ଶୁକ୍ରବାର ମନୁ ୨୫ ମିଟର ସ୍ପୋଟର୍‌ସ ପିସ୍ତଲ ଇଭେଣ୍ଟର ଫାଇନାଲରେ ପହଞ୍ଚିବା ସହ ଗୋଟିଏ ସଂସ୍କରଣରେ ତୃତୀୟ ପଦକ ଜିତିବାର ନିକଟତର ହୋଇଛନ୍ତି। ୨୨ ବର୍ଷୀୟା ମନୁ ପୂର୍ବରୁ ୧୦ ମିଟର ପିସ୍ତଲ ମହିଳା ଓ ମିକ୍ସଡ ଟିମ୍‌ ଇଭେଣ୍ଟରେ ଗୋଟିଏ ଲେଖାଏ ବ୍ରୋଞ୍ଜ ପଦକ ହାସଲ କରି ସାରିଛନ୍ତି। ଶୁକ୍ରବାର ମନୁ ୫୯୦ ପଏଣ୍ଟ ସହ ଦ୍ୱିତୀୟ ସ୍ଥାନରେ ରହି ଫାଇନାଲ ପାଇଁ ଯୋଗ୍ୟତା ଅର୍ଜନ କରିଥିଲେ। ମନୁ ପ୍ରିସିସନ୍‌ ରାଉଣ୍ଡରେ ୨୯୪ ପଏଣ୍ଟ ସ୍କୋର କରିଥିବା ବେଳେ ର଼୍ୟାପିଡ୍‌ ରାଉଣ୍ଡରେ ୨୯୬ ପଏଣ୍ଟ ସ୍କୋର କରିଥିଲେ। ଏହି ଇଭେଣ୍ଟରେ ହଙ୍ଗେରୀର ଭେରୋନିକା ମେଜର ମୋଟ ୫୯୨ (୨୯୪+୨୯୮) ପଏଣ୍ଟ ସ୍କୋର କରି ପ୍ରଥମ ସ୍ଥାନରେ ରହିଥିଲେ। ଭେରୋନିକା ଏହା ସହ ଅଲିମ୍ପିକ୍ସରେ ବିଶ୍ୱ ରେକର୍ଡର ସମକକ୍ଷ ହୋଇଛନ୍ତି। ଅନ୍ୟତମ ଭାରତୀୟ ଇଶା ସିଂ ଦଶମ ସ୍ଥାନରେ ରହି ଫାଇନାଲକୁ ଯୋଗ୍ୟତା ଅର୍ଜନରେ ବିଫଳ ହୋଇଥିଲେ।

ଭାରତୀୟ ରୋୟର ବଲରାଜ ପନଓ୍ବର ୨୩ ତମ ସ୍ଥାନରେ ରହି ଅଲିମ୍ପିକ୍ସରେ ଅଭିଯାନ ଶେଷ କରିଛନ୍ତି। ହରିୟାଣାର ୨୫ ବର୍ଷୀୟ ଯୁବକ ଶୁକ୍ରବାର ୧୯-୨୪ତମ ପ୍ଲେ ଅଫ୍‌ରେ ମୁକାବିଲା କରୁଥିଲେ। ଚଳିତ ଗେମ୍ସରେ ନିଜର ଶ୍ରେଷ୍ଠ ପ୍ରଦର୍ଶନ ଦେବା ସହିତ ବଲରାଜ ୭:୦୨.୩୭ ସେକେଣ୍ଡର ଟାଇମିଂ ହାସଲ କରିଥିଲେ। ରିପିଚେଜ୍‌ ରାଉଣ୍ଡରେ ବିଜୟ ଆଧାରରେ ବଲରାଜ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଥିଲେ। ତେବେ ପଞ୍ଚମ ସ୍ଥାନରେ ରହି ସେ ମେଡାଲ ଦୌଡ଼ରୁ ବାଦ ପଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri