ଜବାହର ନବୋଦୟ ବିଦ୍ୟାଳୟରେ ଛାତ୍ରଙ୍କୁ ରାଗିଂ ଅଭିଯୋଗ

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନ ହଦଗଡ଼ ଜବାହର ନବୋଦୟ ବିଦ୍ୟାଳୟର ଜଣେ ନବମ ଶ୍ରେଣୀ ଛାତ୍ରଙ୍କୁ ସିନିୟର ଛାତ୍ରମାନେ ରାଗିଂ କରିଥିବା ଅଭିଯୋଗ ହୋଇଛି। ଛାତ୍ରଙ୍କ ଭଉଣୀ ମନୋଜା ରାଉତଙ୍କ ଅଭିଯୋଗ କ୍ରମେ ସୋସୋ ଥାନାରେ କେସ୍‌ ନଂ ୧୭୧/୨୦୨୪ରେ ମାମଲା ରୁଜୁ ହୋଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଅଭିଯୋଗ ଅନୁସାରେ, ସୋସୋ ଥାନା ବାଲିଆ ଗ୍ରାମର ମନ୍ଦରଧର ରାଉତଙ୍କ ପୁଅ ୬ଷ୍ଠ ଶ୍ରେଣୀରେ ପଢିବା ସମୟରୁ କେତେକ ସିନିୟର ଛାତ୍ର ତାଙ୍କୁ ରାଗିଂ କରିବା ସହ ମାଡ଼ ମାରି ବିଭିନ୍ନ ପ୍ରକାର ନିର୍ଯାତନା ଦେଇଆସୁଥିଲେ। ଏ ସମ୍ପର୍କରେ ଅଭିଭାବକ ସ୍କୁଲ କର୍ତ୍ତୃପକ୍ଷଙ୍କୁ ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ ଘଟଣାରେ କୌଣସି ପଦକ୍ଷେପ ନିଆଯାଇ ନ ଥିଲା। ଏହିପରି ରାଗିଂର ଶିକାର ହୋଇ ଛାତ୍ର ଜଣଙ୍କ ସେଠାରେ ପାଠପଢି ଆସୁଥିଲେ। ଏବେ ଛାତ୍ର ଜଣକ ୯ମ ଶ୍ରେଣୀରେ ପଢୁଛନ୍ତି। ଚଳିତ ବର୍ଷ ମାର୍ଚ୍ଚ ୨୯ରେ ସିନିୟର ପିଲାମାନେ ଛାତ୍ର ଜଣଙ୍କୁ ମାଡ଼ ମାରିଥିଲେ। ମାଡ଼ରେ ପିଲାଟିର ଗାଲ ମୁହଁ ଫୁଲି ଯାଇଥିଲା। ସେ ସମୟରେ ମଧ୍ୟ ଘଟଣାକୁ ଚପାଇ ଦେଇଥିଲେ ସ୍କୁଲ କର୍ତ୍ତୃପକ୍ଷ। ତେବେ ବୁଧବାର ଭୋପାଳରୁ ଭାଇସ୍‌ କମିଶନର ଆସିଥିବା ଜାଣିବାକୁ ପାଇ ପିତା ମନ୍ଦରଧର ଓ ଭଉଣୀ ମନୋଜା ଆସି ସ୍କୁଲରେ ପହଞ୍ଚିଥିଲେ। ହେଲେ ସେହି ସମୟରେ କ୍ଲାସ ରୁମ୍‌ରେ ପୁଅକୁ କଛି ଛାତ୍ର ମଧ୍ୟ ମାଡ଼ ମାରିଥିଲେ। ତେବେ ଏ ସମ୍ପର୍କରେ ପ୍ରିନ୍ସିପାଲ ପି. ମଣିକଣ୍ଡନଙ୍କୁ ପଚାରିବାରୁ ଏପରି ଅଭିଯୋଗକୁ ସେ ଅସ୍ବୀକାର କରିଛନ୍ତି। ଏ ସମ୍ପର୍କରେ ତଦନ୍ତ ହୋଇ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଜବାହର ନବୋଦୟ ବିଦ୍ୟାଳୟର ମୁଖ୍ୟ ଅଫିସ ଭୋପାଳର ଅତିରିକ୍ତ କମିଶନର ପି.ମନିରାମେୟା କହିଛନ୍ତି।

ଅଭିଯୋଗକାରିଣୀ ମନୋଜା ରାଉତ (ଛାତ୍ରଙ୍କ ଭଉଣୀ)କହିଛନ୍ତି ଯେ, ବାରମ୍ବାର ଘଟଣା ସମ୍ପର୍କରେ ସ୍କୁଲ କର୍ତ୍ତୁପକ୍ଷଙ୍କୁ ଅଭିଯୋଗ କରିଥିଲେ। କୌଣସି ପଦକ୍ଷେପ ଗ୍ରହଣ ହୋଇ ନ ଥିଲା। ଘଟଣାକୁ ଚପାଇ ଦେବାକୁ ଉଦ୍ୟମ କରିବାରୁ ବାଧ୍ୟ ହୋଇ ଥାନାର ଦ୍ୱାରସ୍ଥ ହେଲୁ। ଆହୁରି ମଧ୍ୟ ମନୋଜା କହିଛନ୍ତି, ଗୁରୁବାର ପୋଲିସ ତଦନ୍ତ କରିବାକୁ ଯାଇଥିବା ବେଳେ ମୁଁ ମଧ୍ୟ ନବୋଦୟ ବିଦ୍ୟାଳୟକୁ ଯାଇଥିଲି। କିନ୍ତୁ ପ୍ରିନ୍ସିପାଲ ଏଠାରୁ ବାହାରି ଯାଅ କହିବା ସହ ନାନା କଟୁ ମନ୍ତବ୍ୟ ଦେଇଥିଲେ ବୋଲି ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ...

ଫରେଷ୍ଟ ଗାର୍ଡ ଚାକିରୀ କରାଇଦେବା ଆଳରେ ୧.୫୦ ଲକ୍ଷ ଠକେଇ

ଭୁବନେଶ୍ୱର,୧୯ା୯(ସୂର୍ଯ୍ୟକାନ୍ତ ବେହେରା): ସହିଦନଗର ଥାନା ଆଇଆଇସିଙ୍କ ପୁଅ କହି ଜଣେ ଅଭିଯୁକ୍ତ ଚାକିରି ଦେବା ନାଁରେ ଜଣେ ଆଶାୟୀଙ୍କଠାରୁ ୧.୫୦ ଲକ୍ଷ ଟଙ୍କା ଠକିନେଇଛନ୍ତି। ଏନେଇ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri