୭ ଶ୍ରେଣୀ ପାଇଁ ଜଣେ ଶିକ୍ଷକ

ନିଶ୍ଚିନ୍ତକୋଇଲି,୨୭।୭(ଅଶୋକ କୁମାର ମହାପାତ୍ର)ନିଶ୍ଚିନ୍ତକୋଇଲି ଶିକ୍ଷାମଣ୍ଡଳ ଅଧୀନ ଖଣ୍ଡାୟତ ପଟିକିରା କ୍ଲଷ୍ଟରର ଓରତି ପଞ୍ଚାୟତରେ ଥିବା ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ବିଦ୍ୟାଳୟରେ ୭ଟି ଶ୍ରେଣୀ ଥିବାବେଳେ ୬୪ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି।ଏମାନଙ୍କୁ ଜଣେ ମାତ୍ର ଭିନ୍ନକ୍ଷମ ଶିକ୍ଷକ ଶିକ୍ଷାଦାନ କରୁଛନ୍ତି। ବାରମ୍ବାର ବିଦ୍ୟାଳୟର ଅବ୍ୟବସ୍ଥା ଓ ଶିକ୍ଷକ ସଙ୍କଟ ସମ୍ପର୍କରେ ଅଭିଭାବକମାନେ ଶିକ୍ଷା ବିଭାଗକୁ ଅବଗତ କରାଇଥିଲେ ମଧ୍ୟ ଏଥିପ୍ରତି କେହି ଦୃଷ୍ଟି ଦେଉ ନ ଥିଲେ। ଏପରିକି ଶିକ୍ଷକ ଅଭାବରୁ ସୋମବାର ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ବିଶୃଙ୍ଖଳିତ ପରିସ୍ଥିତି ଉପୁଜି ଥିଲା। ସେଥିରେ ଜଣେ ଛାତ୍ରଙ୍କ ମୁଣ୍ଡ ମଧ୍ୟ ଫାଟି ଯାଇଥିଲା। ଏହାର ପ୍ରତିବାଦ କରି ମଙ୍ଗଳବାର ବିଦ୍ୟାଳୟ ଖୋଲିବା ପୂର୍ବରୁ ଅଭିଭାବକମାନେ ଫାଟକରେ ତାଲା ପକାଇ ଦେଇଥିଲେ। ଫଳରେ ଛାତ୍ରୀଛାତ୍ରମାନେ ବିଦ୍ୟାଳୟକୁ ପ୍ରବେଶ ନ କରି ପାରି ଫାଟକ ନିକଟରେ ଦୀର୍ଘ ସମୟ ଠିଆ ହେବାକୁ ପଡ଼ିଥିଲା। ପରେ ସ୍ଥାନୀୟ ଲୋକପ୍ରତିନିଧିଙ୍କ ହସ୍ତକ୍ଷେପ କରିବାରୁ ବିଦ୍ୟାଳୟ ଫାଟକ ଖୋଲାଯାଇ ଶିକ୍ଷାଦାନ ପ୍ରକ୍ରିୟାକୁ ସ୍ବଭାବିକ ହୋଇଥିଲା।
ସୂଚନାଥାଉକି, ସରକାର ବିଭିନ୍ନ ବିଦ୍ୟାଳୟର ଭିତ୍ତିଭୂମିର ବିକାଶ ପାଇଁ ଅର୍ଥ ବ୍ୟୟ କରୁଥିଲେ ହେଁ ଶିକ୍ଷକ ପଦବୀ ପୂରଣ କରୁନାହାନ୍ତି। ଓରତି ପଞ୍ଚାୟତର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ଭିନ୍ନକ୍ଷମ ଶିକ୍ଷକ ପିଲାଙ୍କୁ ପଢାଉଛନ୍ତି। ସମ୍ପୃକ୍ତ ଶିକ୍ଷକଙ୍କୁ ମଧ୍ୟ ଖଣ୍ଡାୟତ ପଟିକିରା ବିଦ୍ୟାଳୟରୁ ଡେପୁଟେଶନରେ ପାଠ ପଢାଇବା ପାଇଁ ଅଣାଯାଇଛି। ପୂର୍ବରୁ ଏଠାରେ କାର୍ଯ୍ୟରତ ଶିକ୍ଷକ ଅବସର ନେବା ପରେ ତାଙ୍କ ସ୍ଥାନରେ ସିଆରସିସି ପ୍ରଭାତ କୁମାର ବେହେରାଙ୍କୁ ପ୍ରଧାନ ଶିକ୍ଷକ ଦାୟିତ୍ୱ ଦିଆଯାଇଥିଲା। ସେ ଉଭୟ ପ୍ରଧାନ ଶିକ୍ଷକ ଓ ସିଆରସିସି କାର୍ଯ୍ୟ କରୁଛନ୍ତି। ଏଥିଯୋଗୁ ଶିକ୍ଷାଦାନ କରି ପାରୁ ନାହାନ୍ତି। ଏ ନେଇ ବିଦ୍ୟାଳୟର ପରିଚାଳନା କମିଟି ପକ୍ଷରୁ ଅକ୍ଷୟ କୁମାର ଦାସ ବ୍ଲକ ଶିକ୍ଷାଅଧିକାରୀଙ୍କୁ ଲିଖିତ ଭାବେ ଅବଗତ କରାଇଛନ୍ତି। ଏ ସମ୍ପର୍କରେ ବ୍ଲକ ଶିକ୍ଷାଧିକାରିଣୀ ଲକ୍ଷେହୀରା ଲାବଣ୍ୟବତୀ ବେହେରାଙ୍କୁ ପଚାରିବାରେ ବିଦ୍ୟାଳୟର ସମସ୍ୟା ସମ୍ପର୍କରେ ଅବଗତ ଅଛୁ। ଖୁବ୍‌ଶୀଘ୍ର ଏହାର ସମାଧାନ କରାଯିବ। ଖୁବ୍‌ଶୀଘ୍ର ବିଦ୍ୟାଳୟକୁ ଅନ୍ୟ ଜଣେ ଶିକ୍ଷକ ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଫୁଲମାଳରେ ବାଛିଲେ ଜୀବନସାଥୀ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ)- ବିବାହରେ ନ ଥିଲା ଯାନିଯୌତୁକ। କେବଳ ୨ଟି ଫୁଲମାଳରେ ବାଛିଥିଲେ ଜୀବନସାଥୀ। ଏଭଳି ଏକ ଆଦର୍ଶ ଗଣବିବାହ ଶନିବାର ବରଗଡ ସ୍ଥିତ ବିଜୁ...

ମିଳୁନି ପିଇବା ପାଣି

ଗଞ୍ଜାମ,୧୨ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମରେ ଦୀର୍ଘ ପନ୍ଦର ଦିନରୁ ଊର୍ଦ୍ଧ୍ୱ ହେବ ପିଇବା ପାଣି ସମସ୍ୟା ଦେଖାଦେଇଛି। ଏନେଇ...

ଭଉଣୀ ନେହା କକ୍କର, ଭାଇ ଟୋନିଙ୍କଠାରୁ ସମ୍ପର୍କ କାଟିଲେ ଭଉଣୀ ସୋନୁ! ପୋଷ୍ଟ ଶେୟାର କରି କହିଲେ…

ମୁମ୍ବାଇ: ଗାୟିକା ସୋନୁ କକ୍କର ବଲିଉଡ ଇଣ୍ଡଷ୍ଟ୍ରିର ଜଣେ ଜଣାଶୁଣା ଗାୟିକା, ସେ ଅନେକ ବଡ଼ ବଡ଼ ମୁଭିରେ ନିଜ କଣ୍ଠସ୍ବରର ଯାଦୁ ଦେଖାଇଛନ୍ତି। ଏବେ...

ଓଡ଼ିଆ ପକ୍ଷ ପାଳନରେ ବରପୁତ୍ରଙ୍କ ଜୀବନୀକୁ ଅନୁସରଣ କରିବାକୁ ଆହ୍ବାନ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଜନ୍ମ ନେଇ ଓଡ଼ିଆ ଭାଷା ସାହିତ୍ୟକୁ ନୂଆ ଦିଗ ଦେଖାଇଥିବା କିମ୍ବା ସତନ୍ତ୍ର ଓଡ଼ିଶା ଗଠନର ନେତୃତ୍ୱ ନେଇଥିବା ବ୍ୟକ୍ତିବିଶେଷ ତଥା...

ଟ୍ରମ୍ପଙ୍କ ବଡ଼ ଘୋଷଣା: ଟାରିଫ ଓ୍ବାରରୁ ବାଦ ପଡ଼ିଲା ସ୍ମାର୍ଟଫୋନ, କମ୍ପ୍ୟୁଟର, ଇଲେକ୍ଟ୍ରୋନିକ ଆଇଟମ

ଓ୍ବାଶିଂଟନ,୧୨।୪: ଟାରିଫ ଓ୍ବାର ମାଧ୍ୟମରେ ବିଶ୍ୱରେ ଅସ୍ଥିରତା ସୃଷ୍ଟି କରିଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶାସନ ସ୍ମାର୍ଟଫୋନ, କମ୍ପ୍ୟୁଟର ଏବଂ ଅନ୍ୟାନ୍ୟ ଇଲେକ୍ଟ୍ରୋନିକ ସାମଗ୍ରୀକୁ...

ଅକାଳୀ ଦଳର ଅଧ୍ୟକ୍ଷ ଭାବେ ପୁଣି ସୁଖବୀର ନିର୍ବାଚିତ

ଚଣ୍ଡିଗଡ଼,୧୨।୪: ସୁଖବୀର ସିଂ ବାଦଲ ଶିରୋମଣି ଅକାଳୀ ଦଳ (ଏସ୍‌ଏଡି)ର ଅଧ୍ୟକ୍ଷ ଭାବେ ଶନିବାର ନିର୍ଦ୍ୱନ୍ଦ୍ୱରେ ପୁନଃ ନିର୍ବାଚିତ ହୋଇଛନ୍ତି। ଧର୍ମୀୟ ଅସଦାଚରଣ ପାଇଁ ସେ...

ପାରିବାରିକ ବିବାଦରୁ ଗଣ୍ଡଗୋଳ: ଗୋଟିଏ ପରିବାରର ୩ ଆହତ

ଭଞ୍ଜନଗର,୧୨।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଧୀନ ତୁରୁମୁରେ ଦୁଇ ପରିବାର ମଧ୍ୟରେ ପୂର୍ବଶତ୍ରୁତାକୁ କେନ୍ଦ୍ର କରି ଗଣ୍ଡଗୋଳ ହୋଇଥିଲା। ଏଥିରେ ଗୋଟିଏ ପରିବାରର...

ବାରମ୍ବାର ମିଛ କହୁଛନ୍ତି ତହଉର ରାଣା, ଏବେ NIA ନେବ ଏହି ଆକ୍ସନ

ନୂଆଦିଲ୍ଲୀ,୧୨।୪: ଜାତୀୟ ତଦନ୍ତ ସଂସ୍ଥା (NIA) ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମୁଖ୍ୟ ଅଭିଯୁକ୍ତ ତହଉର ରାଣାଙ୍କୁ ନିରନ୍ତର ପଚରାଉଚରା କରୁଛି। ଫୋନରେ କଥା ହେଉଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image