Posted inଜାତୀୟ

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା: ୭୫୦ ପରୀକ୍ଷାର୍ଥୀ ଆସିଲେନି

ନୂଆଦିଲ୍ଲୀ,୨୩ା୬:ଏନ୍‌ଇଇଟି-ୟୁଜି ପରୀକ୍ଷାରେ ଅନିୟିତତା ଓ ରେଜଲ୍ଟ ବିଭ୍ରାଟ ଘଟଣାରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଗ୍ରେସ୍‌ ମାର୍କ ପାଇଥିବା ୧,୫୬୩ ପରୀକ୍ଷାର୍ଥୀଙ୍କୁ ସାନି ପରୀକ୍ଷା ଦେବା ପାଇଁ ସୁଯୋଗ ଦିଆଯାଇଥିଲା। ପରୀକ୍ଷା ନ ଦେଲେ ଗ୍ରେସ୍‌ମାର୍କକୁ ବାଦ୍‌ ଦିଆଯାଇ ଅବଶିଷ୍ଟ ମାର୍କକୁ ସେମାନଙ୍କ ଫଳାଫଳ ବିବେଚନା କରାଯିବ ବୋଲି ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) କହିଥିଲା। ରବିବାର ଏହି ପିଲାମାନଙ୍କ ପାଇଁ ସାନି ପରୀକ୍ଷା ଅନୁଷ୍ଠିତ ହୋଇଥିବାବେଳେ ୪୮ ପ୍ରତିଶତ ପରୀକ୍ଷା ଦେବାକୁ ଆସି ନାହାନ୍ତି। ମୋଟ ୮୧୩ ଜଣ ଛାତ୍ରୀଛାତ୍ର (୫୨ ପ୍ରତିଶତ) ପରୀକ୍ଷା ଦେଇଥିବାବେଳେ ୭୫୦ ଜଣ ଏହାକୁ ଏଡ଼ାଇ ଯାଇଥିବା ଏନ୍‌ଟିଏ ପକ୍ଷରୁ ପ୍ରକାଶିତ ତଥ୍ୟରୁ ଜଣାପଡ଼ିଛି। ୧,୫୬୩ ପିଲାଙ୍କ ପାଇଁ ଛତିଶଗଡ଼, ଗୁଜରାଟ, ହରିୟାଣା, ମେଘାଳୟ, ଚଣ୍ଡିଗଡ଼ରେ ୭ଟି ପରୀକ୍ଷା କେନ୍ଦ୍ର ଖୋଲାଯାଇଥିଲା। ଚଣ୍ଡିଗଡ଼ ଏକ୍‌ଜାମ୍‌ ସେଣ୍ଟରରେ ୨ ଜଣ ପରୀକ୍ଷା ଦେବାକୁ ଥିବାବେଳେ କେହି ଆସି ନ ଥିଲେ। ସେହିପରି ଛତିଶଗଡ଼ରେ ୬୦୨ ଜଣ ପରୀକ୍ଷାର୍ଥୀଙ୍କ ସ୍ଥାନରେ ୩୧୧ ଜଣ ଅନୁପସ୍ଥିତ ଥିବାବେଳେ ୨୯୧ ଜଣ ପରୀକ୍ଷା ଦେଇଥିଲେ। ଗୁଜରାଟର ପରୀକ୍ଷା କେନ୍ଦ୍ରରେ ମାତ୍ର ଜଣେ ପରୀକ୍ଷାର୍ଥୀ ଥିବାବେଳେ ସେ ମଧ୍ୟ ଅନୁପସ୍ଥିତ ରହିଥିଲେ। ମେଘାଳୟର ୪୬୪ ପିଲାଙ୍କ ମଧ୍ୟରୁ ୨୩୦ ଅନୁପସ୍ଥିତ ଥିବାବେଳେ ୨୩୪ ଜଣ ପୁନଃ ପରୀକ୍ଷା ଦେଇଛନ୍ତି।
ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ମେ’ ୫ରେ ଅନୁଷ୍ଠିତ ଏନ୍‌ଇଇଟି ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍‌ ଏବଂ ବ୍ୟାପକ ଅନିୟମିତତା ରିପୋର୍ଟ ମିଳିବା ପରେ କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ ରବିବାର ତଦନ୍ତ ଆରମ୍ଭ କରିଛି। ସିବିଆଇ ମାମଲା ରୁଜୁ କରିବା ପରେ ଏହାର ସ୍ବତନ୍ତ୍ର ଟିମ୍‌ ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ଗୋଧ୍ରା ଓ ପାଟନା ଯାଇ ତନାଘନା ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ପହଞ୍ଚିଲେ ମୋଦି, ଦେଖାଇଲେ ଭାରତୀୟ ସଂସ୍କୃତି, ହାତଯୋଡି କଲେ ନମସ୍କାର…

ଓ୍ବାଶିଂଟଡ଼୍‌,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନ ତିନି ଦିନିଆ ଗସ୍ତରେ ଆମେରିକାରେ ପହଞ୍ଚିଛନ୍ତି। ଆମେରିକାରେ ପିଏମ ମୋଦି କ୍ୱାଡ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବେ।...

ରାହୁଲଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ : ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ…

ଜମ୍ମୁ,୨୧ା୯: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରତି ଭାଜପା ଏବଂ ଆର୍‌ଏସ୍‌ଏସ୍‌ର ନେତାମାନେ ଅପମାନଜନକ ମନ୍ତବ୍ୟ ଦେଉଛନ୍ତି। ତାଙ୍କୁ ଧମକ ଦିଆଯାଉଛି।...

ଆମେରିକାରେ ଭାରତୀୟ ଦୂତାବାସରେ ଜଣେ ଅଧିକାରୀଙ୍କ ରହସ୍ୟଜନକ ମୃତଦେହ ଉଦ୍ଧାର, ଦେଶରେ ଚହଳ

ଓ୍ବାଶିଂଟନ୍‌,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଆମେରିକା ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ସେ ବାର୍ଷିକ ‘କ୍ୱାଡ’ ଶିଖର ସମ୍ମିଳନୀରେ ଯୋଗଦେବେ...

ଦିଲ୍ଲୀ ସରକାରର ମନ୍ତ୍ରୀଙ୍କ ମଧ୍ୟରେ ବିଭାଗ ବାଣ୍ଟିଲେ ଆତିଶୀ, ନିଜ ପାଖରେ ରଖିଲେ ଶିକ୍ଷା-ଅର୍ଥ ସମେତ ୧୩ ବିଭାଗ

ନୂଆଦିଲ୍ଲୀ,୨୧।୯: ଦିଲ୍ଲୀ ସରକାର ରେ ଆଜି ନୂଆ ସରକାର ଶପଥ ଗ୍ରହଣ କରିଛନ୍ତି। ଦେଶର ସର୍ବକନିଷ୍ଠ ତଥା ଦିଲ୍ଲୀର ୩ୟ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ...

ମିଛ ପ୍ରଚାର କରୁଛି ଭାଜପା, ସତକୁ ସହି ପାରୁନାହିଁ, ମୁହଁ ଖୋଲିଲେ ରାହୁଲ

ନୂଆଦିଲ୍ଲୀ,୨୧।୯: ଲୋକ ସଭାରେ ବିରୋଧୀ ଦଳର ନେତା ତଥା ଉତ୍ତରପ୍ରଦେଶ ରାଏବରେଲିର କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଆମେରିକା ଗସ୍ତରେ ଶିଖମାନଙ୍କ ଉପରେ ଦେଇଥିବା ବିବୃତ୍ତି...

ମୋଦି-ଶାହାଙ୍କ ସହ ଭଲ ନ ଥିଲା ଗଡକରୀଙ୍କ ସମ୍ପର୍କ! ଦେଖା ହେବା ପାଇଁ ଘଣ୍ଟାଘଣ୍ଟା ଅପେକ୍ଷା କରାଉଥିଲେ…କହିଦେଲେ ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତର ସଡକ ଏବଂ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଅନେକ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ନିକଟରେ ସେ ଖୋଲାଖେଶଲି କହିଛନ୍ତି କି, ଯେତେବେଳେ ସେ...

ଆତିଶୀଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରିବ ଭାଜପା, କାହିଁକି ଏମିତି କହିଲେ ଭାଜପା ଏମପି

ନୂଆଦିଲ୍ଲୀ,୨୧।୯: ଭାଜପା ଏମପି ମନୋଜ ତିୱାରୀ ଆତିଶୀଙ୍କୁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଅଭିନନ୍ଦନ ଜଣାଇଛନ୍ତି। ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ସେ ରାଜ...

ଶପଥ ନେଲେ ସର୍ବ କନିଷ୍ଠ ମୁଖ୍ୟମନ୍ତ୍ରୀ ଆତିଶୀ

ନୂଆଦିଲ୍ଲୀ,୨୧।୯: ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ତଥା ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ ଶନିବାର ଶପଥ ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ, ଅରବିନ୍ଦ କେଜରିଓ୍ବାଲ ମୁଖ୍ୟମନ୍ତ୍ରୀ ପଦରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri