Categories: ଜାତୀୟ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୮ ଜୀବନ

ଲକ୍ଷ୍ନୌ,୨୨।୬: ଉତ୍ତରପ୍ରଦେଶର ହମିରପୁର ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦ୍ରୁତ ଗତିରେ ଆସୁଥିବା ଏକ ପିକ ଅପ ଗାଡି ଅଟୋ ସହ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ଆଠ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବାବେଳେ ୯ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କେତେକଙ୍କ ଅବସ୍ଥା ଗୁରୁତର ରହିଛି।
ସୂଚନାଯୋଗ୍ୟ, ଏନ୍‌ଏଚ୍‌ ୩୪ରେ ପିକଅପ ଏବଂ ଅଟୋ ମଧ୍ୟରେ ଧକ୍କା ହୋଇଥିଲା। ଏହି ଦୁର୍ଘଟଣା ମୌଦଡା ପୋଲିସ ଷ୍ଟେଶନ ଅଞ୍ଚଳର ମାକରାଓଁ ଗ୍ରାମ ନିକଟରେ ଘଟିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ହମିରପୁର ସଡକ ଦୁର୍ଘଟଣାରେ ୮ ଜଣଙ୍କ ମୃତ୍ୟୁକୁ ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

Share