ଘାଟିରୁ ଖସିଲା ହଳଦୀ ବୋଝେଇ ଟ୍ରକ୍‌, ଚାପି ହୋଇଗଲେ ଚାଳକ

ଦିଗପହଣ୍ଡି/ପାଟପୁର,୨ା୬(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ଜକରାପଲ୍ଲୀ ଗ୍ରାମ ପାଳୁଖଳା ବୁଲାଣିରେ ଗଜପତି ଜିଲା ମୋହନାରୁ ବ୍ରହ୍ମପୁର ଅଭିମୁଖେ ଆସୁଥିବା ଏକ ହଳଦୀ ବୋଝେଇ ଟ୍ରକ୍‌ (ନଂ.ଓଡି ୦୨ ବି -୯୮୮୦)ଭାରସାମ୍ୟ ହରାଇ ଘାଟି ତଳକୁ ଓଲଟି ଦୁର୍ଘଟଣାଗସ୍ତ ହୋଇଛି। ରବିବାର ସକାଳେ ଘଟିଥିବା ଦୁର୍ଘଟଣାରେ ଟ୍ରକ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ନୟାଗଡ଼ ଇଟାମାଟି ନିକଟ ସରପଡ଼ା ଗ୍ରାମର ସୁରେଶ ଗୁରୁ। ଦୁର୍ଘଟଣା ଭୟଙ୍କର ଥିଲା। ଖବରପାଇ ସାନଖେମୁଣ୍ଡି ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଟ୍ରକ୍‌ ତଳେ ଚାପି ହୋଇଥିବା ଟ୍ରକ ଚାଳକଙ୍କ ମୃତଦେହକୁ ଗ୍ୟାସ କଟରରେ କାଟି ଉଦ୍ଧାର କରିଥିଲେ। ପରେ ହିଟାଚି ସାହାଯ୍ୟରେ ଟ୍ରକ୍‌କୁ ରାସ୍ତା ଉପରକୁ ଉଠାଯାଇଥିଲା। ପାଟପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିବା ଜଣାପଡ଼ିଛି। ଏନେଇ ମୋକଦ୍ଦମା ରୁଜୁ କରାଯିବା ସହ ପୋଲିସ ଦୁର୍ଘଟଣାଗସ୍ତ ଟ୍ରକକୁ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri