ଦୂତି ଚାନ୍ଦଙ୍କ କାର୍‌କୁ ପିଟିଲା ଟ୍ରକ୍‌: ଗୋଡ଼ାଇ ଗୋଡ଼ାଇ ଟ୍ରକ୍‌କୁ କଲେ କାବୁ…

କଟକ,୧୩ା୧୨ (କାର୍ତ୍ତିକ ସାହୁ):୧୬ ନମ୍ବର ଜାତୀୟ ରାଜପଥର କଟକ ମଧୁପାଟଣା ନିକଟରେ ଗୁରୁବାର ରାତି ପ୍ରାୟ ୮ଟାରେ ଅଲିମ୍ପିଆନ ଦୂତି ଚାନ୍ଦଙ୍କ କାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୂତି ସୁରକ୍ଷିତ ଥିବାବେଳେ ତାଙ୍କ କାର୍‌ କ୍ଷତିଗ୍ରସ୍ତ ହୋଇଛି। ଥାନାରେ ହୋଇଥିବା ଅଭିଯୋଗ ଅନୁଯାୟୀ, ଦୂତି କୌଣସି କାର୍ଯ୍ୟକ୍ରମରେ ଯୋଗଦେଇ ଯାଜପୁରରୁ ଭୁବନେଶ୍ୱର ଅଭିମୁଖେ କାର୍‌ରେ ଆସୁଥିଲେ। ମଧୁପାଟଣା ନିକଟରେ ତାଙ୍କ କାରକୁ ଏକ ଟ୍ରକ୍‌ ଧକ୍କା ଦେଇଥିଲା। ପରେ ଟ୍ରକ୍‌ ଚାଳକ ତାଙ୍କୁ ଦୁର୍ବ୍ୟବହାର କରି ପଳାଇ ଯାଉଥିଲେ। ହେଲେ ଦୂତି ଗୋଡ଼ାଇ ଗୋଡ଼ାଇ ଉକ୍ତ ଟ୍ରକ୍‌କୁ କାବୁ କରିଥିଲେ। ଖବରପାଇ ମଧୁପାଟଣା ପୋଲିସ ପହଞ୍ଚି ଦୁର୍ଘଟଣା ଘଟାଇଥିବା ଟ୍ରକ୍‌କୁ ଜବତ କରିବା ସହ ଚାଳକଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି। ଏନେଇ ଦୂତି ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା(ନଂ.୩୩୧/୨୪) ରୁଜୁ କରିଥିବା ଆଇଆଇସି ଚିତ୍ତରଞ୍ଜନ ରାଉତ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri