ଘରକୁ ଯାଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ମହିଳାଙ୍କ ଜୀବନ

ଲାଞ୍ଜିଗଡ, ୨୯।୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ବସନ୍ତପଡା ଗ୍ରାମ ବୁଲାଣିରେ ଏକ ଅଜଣା ଗାଡି ଚାପାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ମୃତକ ମହିଳା ଜଣକ ଡେଙ୍ଗସର୍ଗି ଗାଁର ବୃକୁଳି ମାଝୀ (୪୦) ବୋଲି ଜଣା ପଡିଛି ।

ସୂଚନାନୁସାରେ ଲାଞ୍ଜିଗଡରୁ ମୁନିଗୁଡାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ବସନ୍ତପଡା ଗ୍ରାମ ମୁଣ୍ଡରେ ଥିବା ବୁଲାଣିରେ ସା ୭ ଘଣ୍ଟା ସମୟରେ ବୃକୁଳି ମାଝୀ ନିଜ ଘରକୁ ଯାଉଥିବା ସମୟରେ ଏକ ଗାଡି ତାଙ୍କୁ ଧକ୍କା ଦେଇଛି। ମହିଳା ଜଣକ ନିଜ ବାପଘର ବସନ୍ତପଡା ଗାଁ ଠାରୁ ନିଜ ଶାଶୁଘର ଡେଙ୍ଗସର୍ଗି ଗାଁ ଯିବା ସମୟରେ ବସନ୍ତପଡା ବୁଲାଣିରେ ଏହି ଦୁର୍ଘଟଣା ଘଟିଛି । ମୃତ ମହିଳାଙ୍କ ସ୍ବାମୀ ସ୍ବର୍ଗତ ସନ୍ୟାସୀ ମାଝୀଙ୍କ ୫ ବର୍ଷ ପୂର୍ବରୁ ମୃତ୍ୟୁ ଘଟିଥିବା ବେଳେ ତାଙ୍କର ୪ ପୁଅ ଓ ୨ ଝିଅକୁ ନେଇ ମହିଳା ଜଣକ ଦିନ ମଜୁରିଆ ଭାବେ କାମକରି ପରିବାର ପ୍ରତିପୋଷଣ କରୁଥିଲେ । ବର୍ତ୍ତମାନ ଏହି ୬ ଗୋଟି ସନ୍ତାନ ବାପା ମା’ ଛେଉଣ୍ଡ ହୋଇପଡିଛନ୍ତି । ଘଟଣା ସ୍ଥଳରେ ମହିଳାଙ୍କ ମୃତଦେହ ପଡି ରହିଥିବା ବେଳେ ସ୍ଥାନୀୟ ଲୋକଙ୍କ ଉତ୍ତେଜନା ଦେଖାଦେଇଛି । ଖବର ପାଇ ଲାଞ୍ଜିଗଡ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ବେକରୁ ଝାମ୍ପିନେଲେ ସୁନାହାର -ଚେନ

ହିଞ୍ଜିଳିକାଟୁ, ୧୮।୨(ଦ୍ବିତୀକୃଷ୍ଣ ପଣ୍ଡା) : ଗତ କିଛି ମାସର ବ୍ୟବଧାନ ପରେ ହିଞ୍ଜିଳି ଥାନା ଇଲାକାରେ ପୁଣିଥରେ ଲୁଟେରା ଗ୍ୟାଙ୍ଗଙ୍କ ପାର୍ଦୁଭାବ ଦେଖିବାକୁ ମିଳିଛି। ଜୈନିକ...

ଲାଞ୍ଜିଗଡ଼ ବ୍ଲକ ସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ

ଲାଞ୍ଜିଗଡ଼,୧୮/୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଶ୍ଵନାଥପୁର ଗୋଷ୍ଠି ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ନିପୁଣ ଓଡିଶା ମେଳା କାର୍ଯ୍ୟକ୍ରମ...

ମଣ୍ଡିରେ ଧାନପଡ଼ି ସରୁଛି ଟୋକନ ଅବଧି:ଧାନ କିଣାବିକାରେ ଚାଲିଛି ଫଲ୍ସଏଣ୍ଟ୍ରି

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଉ ୨ଦିନ ପରେ ୩ମାସ ପୂରିବ। କିନ୍ତୁ ଏବେ ମଧ୍ୟ ଜିଲାର ବିଭିନ୍ନ ସ୍ଥାନରେ...

୪୦ଟି ଶିକ୍ଷଣ ସାମଗ୍ରୀ ପ୍ରଦର୍ଶିତ: ୧୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ଅଂଶଗ୍ରହଣ

ଦିଗପହଣ୍ଡି,୧୮ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି କ୍ଲଷ୍ଟର ଅନ୍ତର୍ଗତ ମଧୁ ବିଦ୍ୟାପୀଠରେ ସିଆରସିସି ଅନିଲ କୁମାର ଦାସଙ୍କ ସଂଯୋଜନାରେ ୨ ଦିନ ଚାଲିଥିବା ବିଷୟ ଭିତ୍ତିକ...

ଅବକାରୀ ଚଢଉ ୩ ଗିରଫ: ୩୦ଲିଟର ମଦ ଜବତ

ପାଟଣା,୧୮।୨(ବୀରକିଶୋର ଦାଶ ): କେନ୍ଦୁଝର ଜିଲା ପାଟଣା ଅବକାରୀ ଥାନା ପକ୍ଷରୁ କଣ୍ଟିଆପଡ଼ା ପଞ୍ଚାୟତ ଭଗପଶି ଓ ବଲାଣିପଶି ଗ୍ରାମ ଅଞ୍ଚଳରେ ମଙ୍ଗଳବାର ପାଟଣା ଅବକାରୀ...

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ

ଦିଗପହଣ୍ଡି, ୧୮।୨ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡ଼ଙ୍ଗପୁର ସ୍ଥିତ ସାନଖେମୁଣ୍ଡି ଉଚ୍ଚ ବିଦ୍ୟାଳୟ ପରିସର ରେ ମଙ୍ଗଳବାର ବ୍ଲକସ୍ତରୀୟ ନିପୁଣ...

Alivridleଙ୍କ ଗଣ ଅଣ୍ଡାଦାନ ପର୍ବ ଆରମ୍ଭ: ୩ ଦିନରେ ୨ଲକ୍ଷରୁ ଅଧିକ ଅଣ୍ଡାଦାନ

ଛତ୍ରପୁର,୧୮।୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଋଷିକୂଲ୍ୟା ମୁହାଣରେ Alivridleଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୋଡମପେଟା ଗ୍ରାମଠାରୁ ବଟେଶ୍ୱର ମନ୍ଦିର ନିକଟସ୍ଥ...

ଧୂଳିଧୂଆଁରେ ପଥଚାରୀ ନୟାନ୍ତ:ଖୋଲାଖୋଲି ଆଇନ ଉଲଙ୍ଘନ କରୁଛି ଠିକାସଂସ୍ଥା

ଥୁଆମୂଳ ରାମପୁର,୧୮।୨(ଦୁର୍ଗା କୀର୍ତ୍ତି): ରାସ୍ତା ନବୀକରଣ ଓ ପ୍ରଶସ୍ତି କରଣ ଠିକାସଂସ୍ଥା ଭାରୀଯାନ ଚଳାଚଳ ଧୂଳିଆ ପରିବେଶ। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ବାୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image