ପ୍ରେମିକାଙ୍କୁ ଭିଡିଓ କଲ୍‌ କରି ଯୁବକଙ୍କ ଆତ୍ମହତ୍ୟା

ଭୁବନେଶ୍ୱର,୨।୧୦(ସତ୍ୟଜିତ୍‌ ରାଉତ):ରାଜଧାନୀରେ ଜଣେ ଯୁବକ ତାଙ୍କ ପ୍ରେମିକାଙ୍କୁ ଭିଡିଓ କଲ୍‌ କରି ବେଡଶିଟ୍‌ ଦ୍ୱାରା ଫ୍ୟାନ୍‌ରେ ଝୁଲି ରବିବାର ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ଖୋର୍ଦ୍ଧା ଜିଲା ବୋଲଗଡ଼ ଅଞ୍ଚଳର ପ୍ରଭୁପାଦ ମହାରଣା (୨୪)। ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଡମଣା ଛକ ନିକଟରେ ଥିବା ଆତ୍ମାରାମ୍‌ ଆପାର୍ଟମେଣ୍ଟସ୍ଥିତ ଏକ ବନ୍ଦ ଘରୁ ପ୍ରଭୁପାଦଙ୍କ ମୃତଦେହକୁ ପୋଲିସ ଜବତ କରି କ୍ୟାପିଟାଲ ହସ୍ପିଟାଲରେ ବ୍ୟବଚ୍ଛେଦ କରାଇଛି। ପରେ ତାଙ୍କ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।
ଅନୁଯାୟୀ, ପ୍ରଭୁପାଦ ଚନ୍ଦ୍ରଶେଖରପୁର ଅଞ୍ଚଳରେ ଏକ ରେଷ୍ଟୁରାଣ୍ଟରେ ରୋଷେୟା ଭାବେ କାମ କରୁଥିଲେ। ସେ ୫ ବର୍ଷ ହେଲା ଭଦ୍ରକ ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରେମ କରୁଥିଲେ। କିଛିଦିନ ହେଲା ସେମାନଙ୍କ ସମ୍ପର୍କରେ ତିକ୍ତତା ସୃଷ୍ଟି ହୋଇଥିଲା। ତେଣୁ ପ୍ରଭୁପାଦ ଏହାକୁ ନେଇ ଭାଙ୍ଗି ପଡ଼ିଥିଲେ। ସକାଳେ ତାଙ୍କ ପ୍ରେମିକାଙ୍କୁ ଭିଡିଓ କଲ୍‌ କରି ସେ ଆତ୍ମହତ୍ୟା କରୁଥିବା କହିଥିଲେ। ଯୁବତୀ ଜଣକ ତୁରନ୍ତ ଏନେଇ ରେଷ୍ଟୁରାଣ୍ଟ ମ୍ୟାନେଜରଙ୍କୁ ଜଣାଇଥିଲେ। ମ୍ୟାନେଜର ଓ ସ୍ଥାନୀୟ ଲୋକେ ପୋଲିସକୁ ଏନେଇ ଖବର ଦେବା ପରେ ସମସ୍ତେ ତାଲା ଭାଙ୍ଗି ଘରେ ପଶିଥିଲେ। ହେଲେ ସେତେବେଳକୁ ପ୍ରଭୁପାଦଙ୍କ ମୃତ୍ୟୁ ହୋଇଯାଇଥିଲା। ମୃତଦେହ ସାମ୍ନାରେ ପ୍ରଭୁପାଦଙ୍କ ମୋବାଇଲ ଭିଡିଓ କଲ୍‌ ମୋଡ୍‌ରେ ରହିଥିବା ସମସ୍ତେ ଦେଖିବାକୁ ପାଇଥିଲେ। ତେବେ ପ୍ରେମିକାଙ୍କୁ ତଦନ୍ତ ପରିସରକୁ ଆଣିବାକୁ ପ୍ରଭୁପାଦଙ୍କ ଭାଇ ଗଣମାଧ୍ୟମରେ ଦାବି କରିଛନ୍ତି। ପୋଲିସ ପ୍ରଭୁପାଦଙ୍କ ମୋବାଇଲ ଜବତ କରିଛି। ସେଥିରେ ଥିବା ମେସେଜ୍‌, କଲ୍‌ ଡିଟେଲ୍ସ ରିପୋର୍ଟ (ସିଡିଆର୍‌) ଓ ହ୍ବାଟ୍ସଆପ୍‌ ଚାଟ୍‌ ଆଦିରୁ ପୋଲିସ ଏହି ମାମଲାରେ ବଳିଷ୍ଠ ପ୍ରମାଣ ପାଇବାକୁ ଆଶା ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର ସେବାୟତଙ୍କୁ ଆକ୍ରମଣ ଘଟଣା: ପନ୍ତିବଡ଼ୁ ସେବକ ନିଲମ୍ବିତ

ପୁରୀ,୧୯।୧୦: ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ସିନିଅର ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ଆକ୍ରମଣ ଘଟଣାରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଶ୍ରୀମନ୍ଦିର ପ୍ରଶାସନ। ଏହି...

ଟ୍ରେନ୍‌ରେ ବାଣ ପରିବହନ କଲେ ଜେଲ

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଦୀପାବଳି ପାଖେଇ ଆସୁଥିବାରୁ ବାଣଜନିତ ସମ୍ଭାବ୍ୟା ବିପଦକୁ ଏଡାଇବା ଲାଗି ପୂର୍ବତଟ ରେଳପଥ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଟ୍ରେନରେ ବାଣ ଓ ଅନ୍ୟାନ୍ୟ...

ଏଯାଏ ପିଲାଙ୍କୁ ମିଳିଲାନି ୟୁନିଫର୍ମ, ଜୋତା: ଆନ୍ଦୋଳନ ଚେତାବନୀ ଦେଲା ଅଭିଭାବକ ସଂଘ

ଭୁବନେଶ୍ୱର,୧୯ା୧୦(ଶର୍ମିଷ୍ଠା ପାଣିଗ୍ରାହୀ):ଶିକ୍ଷାବର୍ଷ ଅଧା ହେଲାଣି। ହେଲେ ଏଯାଏ ପିଲାଙ୍କୁ ମିଳିଲା ନାହିଁ ସ୍କୁଲ ୟୁନିଫର୍ମ ଓ ଜୋତା। ଏହାକୁ ନେଇ ସାରା ରାଜ୍ୟରେ ତୀବ୍ର ଅସନ୍ତୋଷ...

ବିବାହ କରିବାକୁ ମନା କରିବାରୁ ପ୍ରେମିକାଙ୍କୁ ଅପହରଣ କରିନେଲେ ପ୍ରେମିକ: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୧୯ା୧୦ (ସୂର୍ଯ୍ୟକାନ୍ତ ବେହେରା):ବିବାହ କରିବାକୁ ମନା କରିବାରୁ ଜଣେ ଯୁବତୀଙ୍କୁ ଅପହରଣ କରି ମାଡ ମାରିବା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ...

ବିଜେଡି ଛାଡ଼ି ଏମିତି କହିଲେ ବିଜୟଲକ୍ଷ୍ମୀ

ଭୁବନେଶ୍ୱର,୧୮।୧୦: ବିଜେଡିକୁ ପୁଣି ଝଟ୍‌କା ଲାଗିଛି । ଜଣଙ୍କ ପରେ ଜଣେ ଦଳ ଛାଡ଼ୁଥିବା ବେଳେ ଶୁକ୍ରବାର  ବିଜେଡିରୁ ଇସ୍ତଫା ଦେଇଛନ୍ତି ବିଜୟଲକ୍ଷ୍ମୀ ମହାପାତ୍ର।ଭୁବନେଶ୍ବର ମହିଳା...

ବିବାହ କରିବାକୁ ମନା କରିବାରୁ ଯୁବତୀଙ୍କୁ ଅପହରଣ କରି ମାଡ ମାରିଲେ ଯୁବକ

ଭୁବନେଶ୍ୱର,୧୮ା୧୦(ସୂର୍ଯ୍ୟକାନ୍ତ ବେହେରା) – ବିବାହ କରିବାକୁ ମନା କରିବାରୁ ଜଣେ ଯୁବତୀଙ୍କୁ ଅପହରଣ କରି ମାଡ ମାରିବା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ଜଣେ ଯୁବକଙ୍କୁ...

କେବେ ଘୋଷଣା ହେବ ନୂଆ ପିସିସି ସଭାପତିଙ୍କ ନାଁ ?

  ଭୁବନେଶ୍ୱର, ୧୮।୧୦(ସୁନିତ୍‌ ମିଶ୍ର): ଓଡ଼ିଶାର ପିସିସି(ପ୍ରଦେଶ କଂଗ୍ରେସ କମିଟି) ସଭାପତି ଚୟନ ପ୍ରକ୍ରିୟା ଖୁବ୍‌ଶୀଘ୍ର ଶେଷ ହେବ। ୨ ଜଣ ବରିଷ୍ଠ ନେତାଙ୍କୁ ଏନେଇ...

ଭଡାଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ: ଜଣେ ଅଟକ, ରହସ୍ୟ ଘେରରେ….

ଭବାନୀପାଟଣା,୧୮।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବାହାଦୁର ବଗିଚା ପଡାର ଏକ ଭଡ଼ା ଘରୁ ଶୁକ୍ରବାର ସକାଳରେ ଜଣେ ଯୁବତୀଙ୍କ ଝୁଲନ୍ତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri