ମା’ଙ୍କ ଆଗରେ ନାବାଳିକା ଝିଅଙ୍କୁ ବିଷ ପିଆଇ ହତ୍ୟା କଲେ ଜଣେ ଯୁବକ

ବଲାଙ୍ଗୀର,୩୧ା୭(ବୀରେନ୍ଦ୍ର କୁମାର ଝାଙ୍କର): ଜଣେ ନାବାଳିକାଙ୍କ ଘରେ ପଶି ଜଣେ ଯୁବକ ତାଙ୍କ ମା’ ସମ୍ମୁଖରେ ଜୋର୍‌ ଜବରଦସ୍ତି ବିଷ ପିଆଇ ନାବାଳିକାଙ୍କୁ ହତ୍ୟା କରିଥିବା ବଲାଙ୍ଗୀର ଜିଲା ଆଗଲପୁର ଥାନାରେ ଅଭିଯୋଗ ହୋଇଛି।
ପରିବାର ସୂତ୍ରରୁ କରାଯାଇଥିବା ଅଭିଯୋଗ ମୁତାବକ, ବୁଧବାର ପୂର୍ବାହ୍ନରେ ଆଗଲପୁର ଥାନା ବାଞ୍ଜିପାଲି ଗାଁର କୀର୍ତ୍ତନ ବିଶ୍ୱାଳଙ୍କ ଘରେ ତାଙ୍କ ୧୬ ବର୍ଷିୟା ନାବାଳିକା ଝିଅ ଏକୁଟିଆ ଥିବାବେଳେ ନିକଟସ୍ଥ ଇନ୍ସା ଗ୍ରାମର ପ୍ରଣୟ ପ୍ରଧାନ (୨୧) ନାମକ ଜଣେ ଯୁବକ ଘରେ ପଶି ନାବାଳିକାଙ୍କୁ ଜୋର ଜବରଦସ୍ତ ମାଡପିଟ୍‌ କରିବା ସହ ବିଷ ପିଆଇ ଦେଇଥିଲେ। ଏହି ସମୟରେ ଗୋଧେଇ ସାରି ଘରକୁ ଫେରୁଥିବା ନାବାଳିକାଙ୍କ ମା’ ସୁଷମା ଏହି ଘଟଣା ଦେଖି ଦେବାରୁ ନାବାଳିକାଙ୍କୁ ଛାଡ଼ି ଦେଇ ସେଇ ଘର ଭିତରେ ଖଟ ତଳେ ଲୁଚି ଯାଇଥିଲେ । ସୁଷମା ଚିତ୍କାର କରିବାରୁ ତାଙ୍କୁ ଧକ୍କା ଦେଇ ଯୁବକ ଜଣକ ସେଠାରୁ ଫେରାର ହୋଇଯାଇଥିବା ସୁଷମା ଗଣମାଧ୍ୟମକୁ କହିଛନ୍ତି। ଏହାପରେ ସୁଷମା ପ୍ରଥମେ ଆଖପାଖ ଲୋକଙ୍କୁ ଡାକିବା ସହ ତାଙ୍କ ସ୍ବାମୀ ଓ ପୁଅଙ୍କୁ ଘଟଣା ସମ୍ପର୍କରେ ଜଣାଇଥିଲେ। ବିଷକ୍ରିୟାରେ ଚେତାଶୂନ୍ୟ ହୋଇଯାଇଥିବା ନାବାଳିକାଙ୍କୁ ଘଟଣାସ୍ଥଳରୁ ପରିବାର ଲୋକେ ପ୍ରଥମେ ଆଗଲପୁର ଡାକ୍ତରଖାନାକୁ ନେଇଥିଲେ। ପରେ ନାବାଳିକାଙ୍କୁ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଅଣାଯାଇଥିଲା। ସେଠାରେ ଡାକ୍ତର ନାବାଳିକାଙ୍କୁ ମୃତ ଘୋଷଣା କରିଥିଲେ। କେଉଁ କାରଣରୁ ଯୁବକ ଜଣକ ଘରେ ପଶି ଜୋର ଜବରଦସ୍ତ ନାବାଳିକାଙ୍କୁ ବିଷ ପିଆଇଲେ ତାହା ସ୍ପଷ୍ଟ ହୋଇନାହିଁ। ଏନେଇ ଆଗଲପୁର ଥାନାରେ ଅଭିଯୋଗ ହୋଇଛି। ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ କରାଯାଇଥିବା ସଦର ଏସ୍‌ଡିପିଓ ପ୍ରଦୀପ କୁମାର ସାହୁ ସୂଚନା ଦେଇଛନ୍ତି। ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଆଜି ବ୍ୟବଚ୍ଛେଦ ନ ହେବାରୁ ଶବାଗାରରେ ନାବାଳିକାଙ୍କ ମୃତଦେହ ରଖାଯାଇଛି। ଆସନ୍ତାକାଲି ଅର୍ଥାତ୍‌ ଗୁରୁବାର ବ୍ୟବଚ୍ଛେଦ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଘଉଡ଼ାଇବାକୁ ଯାଇ ଆକ୍ରମଣର ଶିକାର ହେଲେ ବନ କର୍ମଚାରୀ

ଅନୁଗୋଳ,୨୦ା୯: ହାତୀ ଘଉଡ଼ାଇବାକୁ ଯାଇଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ହୋଇଛି। ମହୀଧରପୁର ଫାଣ୍ଡି ଫୁଲପଡ଼ା ଗାଁରେ ବନ କର୍ମଚାରୀଙ୍କୁ  ଜଣେ ବ୍ୟକ୍ତି ଆକ୍ରମଣ କରିଛନ୍ତି। ତେବେ...

ଶୌଚ ହେବାକୁ ଯାଇ ଚାଲିଗଲା ବୃଦ୍ଧଙ୍କ ଜୀବନ

ବରୀ,୨୦।୯(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ରାମଚନ୍ଦ୍ରପୁର ଥାନା ଅଧିନସ୍ଥ ଧାରପୁର ପଂଚାୟତ ନାଥପୁର ଗ୍ରାମର ଅବନୀ ଜେନା (୬୩) ବର୍ଷ ସ୍ଥାନୀୟ ଅମୃତ ସରୋବରକୁ...

ଶିକ୍ଷକ ସଂଘରେ ଫାଟ: ରାଜ୍ୟ କାର୍ଯ୍ୟକାରିଣୀ ବୈଠକକୁ ବିରୋଧ କଲେ ଗୋଟିଏ ଗୋଷ୍ଠୀ

ଭଦ୍ରକ, ୨୦।୯(ସନାତନ ରାଉତ): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘରେ ଫାଟ। ସଂଘ ପକ୍ଷରୁ ଶୁକ୍ରବାର ନୂତନ ଜାତୀୟ ଶିକ୍ଷାନୀତି ସମ୍ବନ୍ଧରେ ଆଲୋଚନା ଚକ୍ର ଓ...

ଭାଜପା ସରକାର କେବଳ ରଙ୍ଗ ବଦଳାଇବା କାମ କରିଛି: ଦେବାଶିଷ

କଟକ,୨୦ା୯(ଶିଳ୍ପା ପ୍ରିୟଦର୍ଶିନୀ):ଓଡ଼ିଶାରେ ଭାଜପା ସରକାର ଗଠନକୁ ୧୦୦ ଦିନ ପୂରଣ ହୋଇଛି। ଭାଜପା ସରକାରକୁ ଟାର୍ଗେଟ୍‌ କରିଛନ୍ତି ରାଜ୍ୟ ସଭା ସଦସ୍ୟ ତଥା ବିଜେଡି କଟକ...

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଲ୍ୟାଣ୍ଡମାଇନ୍‌ ଖଞ୍ଜିଥିଲେ ମାଓବାଦୀ, କମ୍ବିଂ ବେଳେ…

ମାଲକାନଗିରି,୨୦ା୯(ଦୁର୍ଯ୍ୟୋଧନ ପାତ୍ର): ଭେଜେଙ୍ଗଓ୍ବାଡା ଜଙ୍ଗଲରେ ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ଖଞ୍ଜି ଏକ ବଡ଼ ଧରଣର କାଣ୍ଡ ଘଟାଇବା ପାଇଁ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି।...

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯: ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ ଘରେ...

ମଙ୍କିପକ୍ସ ମୁକାବିଲା ପାଇଁ ସର୍ଭେଲାନ୍ସ ବଢ଼ାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦ା୯ (ବନ୍ଦନା ସେଠୀ):ଭାରତରେ ଦ୍ୱିତୀୟ ମଙ୍କିପକ୍ସ ରୋଗୀ ଚିହ୍ନଟ ହେବାପରେ ଏହାକୁ ଗୁରୁତ୍ୱର ସହ ନେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ସମ୍ଭାବ୍ୟ ମଙ୍କିପକ୍ସ ସଂକ୍ରମଣର ମୁକାବିଲା...

ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ: ଜାଣନ୍ତୁ କେମିତି କରିବେ ପଞ୍ଜୀକରଣ

ଭୁବନେଶ୍ୱର,୨୦।୯(ଅନିଲ ଦାସ):ଆସନ୍ତା ସେପ୍ଟେମ୍ବର ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନ ଅଭିଯୋଗର ଶୁଣାଣି କରିବେ। ଜନ ଶୁଣାଣି ପାଇଁ ଗୁରୁବାରଠାରୁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri