ରାଜଧାନୀରେ ଚାଞ୍ଚଲ୍ୟ:ରସୁଲଗଡ଼ ଛକରେ ଯୁବକଙ୍କ ମୁଣ୍ଡ କାଟି ଦେଲେ ଦୁର୍ବୃତ୍ତ

ଭୁବନେଶ୍ବର,୮।୧:ରାଜଧାନୀ ଭୁବନେଶ୍ବରରେ ଯୁବକଙ୍କୁ ବୀଭତ୍ସ ହତ୍ୟା। ଜନଗହଳିପୂର୍ଣ୍ଣ ରସୁଲଗଡ଼ରୁ ବାଣୀବିହାର ମେନ୍‌ ରୋଡ୍‌ରେ ବୁଧବାର ସକାଳୁ ସକାଳୁ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଦୁର୍ବୃତ୍ତ ହାଣିଦେଇଛନ୍ତି। ଦୁର୍ବୃତ୍ତ ଯୁବକଙ୍କ ମୁଣ୍ଡ କାଟି ଦେଇଥିବାବେଳେ ବେକ ଓ ଗୋଡ଼ ମଧ୍ୟ ଆଘାତ ଲାଗିଛି। ମୃତ ଯୁବକଙ୍କ ପରିଚୟ ମିଳିନି। ତାଙ୍କ ବେକ ଓ ଗୋଡ଼ରେ ଗଭୀର ଆଘାତ ଲାଗିଛି। ମୃତଦେହ ନିକଟରେ ଏକ ସ୍କbୁଟି ବି ପଡ଼ିଛି। କିଏ ଓ କାହିଁକି ବୀଭତ୍ସ ଭାବେ ହତ୍ୟା କରିଛନ୍ତି ତାହାର କାରଣ ଅସ୍ପଷ୍ଟ ରହିଛି। ହତ୍ୟାକାଣ୍ଡ ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କାର୍ଯ୍ୟ ଆରମ୍ଭ କରିଛି।

ସୂଚନାଯୋଗ୍ୟ,ଆଜିଠାରୁ ରାଜଧାନୀରେ ପ୍ରବାସୀ ଭାରତୀୟ ସମ୍ମିଳନୀ ଅନୁଷ୍ଠିତ ହେଉଥିବାବେଳେ ଏହି ଘଟଣା ପୋଲିସର ମୁଣ୍ଡବିନ୍ଧା ବଢାଇଦେଇଛି।

 

Share