Advertisement

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ

ତିହିଡ଼ି,୪ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଝିଙ୍କିରିଆ ଗ୍ରାମର ଜଣେ ଯୁବକଙ୍କ ମୃତଦେହକୁ ଏକ ପୋଖରୀରୁ ଗୁରୁବାର ରାତିରେ ଉଦ୍ଧାର କରାଯାଇଛି। ମୃତ ଯୁବକଙ୍କ ନାଁ ଗଦାଧର ମହାଳିକ (୩୨) ବୋଲି ଜଣାଯାଇଛି। ଗଦାଧର ଗୁରୁବାର ଅପରାହ୍ନରେ କାମରୁ ଫେରି ମାଲସାହିରେ ଥିବା ଏକ ପୋଖରୀରେ ଗାଧୋଇବାକୁ ଯାଇ ଆଉ ଘରକୁ ଫେରିନଥିଲେ। ପରେ ତାଙ୍କ ପରିବାର ଲୋକ ଓ ଗ୍ରାମବାସୀ ବହୁ ଖୋଜାଖୋଜି କରି ନପାଇବାରୁ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ବିଭାଗର କର୍ମଚାରୀମାନେ ପୋଖରୀରେ ୪ଘଣ୍ଟା ଖୋଜିବା ପରେ ଗଦାଧରଙ୍କ ମୃତଦେହକୁ ଉଦ୍ଧାର କରିଥିଲେ। ତିହିଡ଼ି ପୋଲିସ ଏହି ଘଟଣାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶୁକ୍ରବାର ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଥିବା ଜଣାଯାଇଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share