ଛାନୁଆରେ ଜଘନ୍ୟ ହତ୍ୟାକାଣ୍ଡ: ଟାଓ୍ବାରରେ କାମ କରୁଥିବା ଯୁବକଙ୍କୁ ମାରି ଫିଙ୍ଗି ଦେଲେ

ରୂପସା,୧।୫(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲl ସଦର ବ୍ଲକ ଅନ୍ତର୍ଗତ ଛାନୁଆ ଗ୍ରାମରେ ବୁଧବାର ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟ ରାସ୍ତା ପାର୍ଶ୍ୱରୁୁ ଜଣେ ଯୁବକଙ୍କ ମୃତଦେହକୁ ପୋଲିସ ଜବତ କରିଛି। ମୃତ ଯୁବକ ଜଣଙ୍କ ହେଲେ ଜଗତସିଂହପୁର ଜିଲାର ପୃଥ୍ବୀରାଜ ପାତ୍ର।

ସୂଚନା ମୁତାବକ, ପୃଥ୍ବୀରାଜ କିଛି ଦିନ ଧରି ଏହି ଅଞ୍ଚଳରେ ମୋବାଇଲ ଟାୱାରରେ କାର୍ଯ୍ୟ କରୁଥିଲେ। ମାତ୍ର ବୁଧବାର ସକାଳେ ତାଙ୍କର ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ବସ୍ତା ଥାନା ପୋଲିସକୁ ଖବର ଦେଇଥିଲେ। ଖବର ପାଇ ବସ୍ତା ଥାନା ଆଇଆଇସି ଗୋବିନ୍ଦ ବେହେରା ପୋଲିସ ଟିମ ଏବଂ ସାଇଣ୍ଟିଫିକ ଟିମ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ । ପୃଥ୍ବୀରାଜଙ୍କ ଦେହର ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ଚିହ୍ନ ରହିଥିବାରୁ ଯୁବକକୁ ହତ୍ୟା କରି ଫିଙ୍ଗି ଦିଆଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି l ତେବେ ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସ ତଦନ୍ତ ଜାରି ରଖିଛି l ପୋଲିସ ତଦନ୍ତ ଜାରି ରଖିଛି ।

Share