Posted inଜାତୀୟ

ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ କେଜରିଓ୍ବାଲ ସରକାର

ନୂଆଦିଲ୍ଲୀ,୩୦।୬: ଦିଲ୍ଲୀର ଆମ ଆଦମୀ ପାର୍ଟି(ଏଏପି) ସରକାର ଅଫିସରଙ୍କର ଟ୍ରାନ୍ସଫର ପୋଷ୍ଟିଂକୁ ନେଇ କେନ୍ଦ୍ର ସରକାରଙ୍କ ଅଧ୍ୟାଦେଶକୁ ଚ୍ୟାଲେଞ୍ଚ କରି ସୁପ୍ରିମକୋର୍ଟ ପହଞ୍ଚିଛନ୍ତି। ଦିଲ୍ଲୀ ସରକାର ଶୁକ୍ରବାର କହିଛନ୍ତି ଯେ କେନ୍ଦ୍ର ସରକାରଙ୍କ ଏହି ନିୟମ ଅସମ୍ବିଧାନିକ। ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ଆବେଦନରେ ଏଏପି ସରକାର କହିଛନ୍ତି କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶକୁ ତୁରନ୍ତ ନିଷିଦ୍ଧ କରାଯିବା ଉଚିତ। ଗତ ମାସରେ ଦିଲ୍ଲୀରେ ଗ୍ରୁପ-ଏ ଅଧିକାରୀଙ୍କ ଟ୍ରାନ୍ସଫର ତଥା ସେମାନଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ଜାତୀୟ ରାଜଧାନୀ ଜନସେବା ପ୍ରାଧିକରଣ ଗଠନ ପାଇଁ କେନ୍ଦ୍ର ସରକାର ଏକ ନିର୍ଦ୍ଦେଶନାମା ଜାରି କରିଥିଲେ। ଯାହାକୁ ଅରବିନ୍ଦ କେଜରିୱାଲଙ୍କ ସରକାର ବିରୋଧ କରୁଛନ୍ତି।
ଏହି ନିୟମ ଘୋଷଣା ହେବାର କିଛି ଦିନ ପୂର୍ବରୁ ସୁପ୍ରିମକୋର୍ଟ ଦିଲ୍ଲୀର ପୋଲିସ, ଆଇନ ଶୃଙ୍ଖଳା ତଥା ଅନ୍ୟାନ୍ୟ ସେବା ନିୟନ୍ତ୍ରଣକୁ ଦିଲ୍ଲୀ ସରକାରଙ୍କୁ ହସ୍ତାନ୍ତର କରିଥିଲେ। ଆମ ଆଦମୀ ପାର୍ଟି ଅଭିଯୋଗ କରିଛି ଯେ ସୁପ୍ରିମକୋର୍ଟଙ୍କ ଆଦେଶକୁ ମଧ୍ୟ କେନ୍ଦ୍ର ସରକାର ପାଳନ କରୁନାହାଁନ୍ତି ଏବଂ ଏହି ନିୟମ ଅସମ୍ବିଧାନିକ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

୧ ଲକ୍ଷ ଟଙ୍କାର ଋଣ ୭୪ ଲକ୍ଷରେ ପହଞ୍ଚିଲା: ପରିଶୋଧ କରିବାକୁ କିଡନୀ ବିକ୍ରି କଲେ ଚାଷୀ

ଭୁବନେଶ୍ୱର,୧୬।୧୨: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ଜଣେ ଚାଷୀଙ୍କୁ ବେଆଇନ ମହାଜନମାନଙ୍କଠାରୁ ନେଇଥିବା ୧ ଲକ୍ଷ ଟଙ୍କାର ଋଣ ଶେଷରେ ଦିନକୁ ୧୦,୦୦୦ ଟଙ୍କା ସୁଧ ସହିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri