Posted inଜାତୀୟ

ଏଏପି ଏକମାତ୍ର ଦଳ ଯାହାକୁ ଡରୁଛି ଭାଜପା: କେନ୍ଦ୍ର ଉପରେ ଖୁବ ବର୍ଷିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୧।୨: ଆଗାମୀ ଲୋକ ସଭା ନିର୍ବାଚନ ପାଇଁ ଆମ ଆଦମୀ ପାର୍ଟି (ଏଏପି)ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ହୋଇଛି। ରବିବାର ପଞ୍ଜାବର ଖଦୁର ସାହେବ ଲୋକ ସଭା ନିର୍ବାଚନମଣ୍ଡଳୀରେ ଏକ ସାଧାରଣ ସଭାରେ ଉଦବୋଧନ ଦେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ କେନ୍ଦ୍ର ସରକାର ତଥା ରାଜ୍ୟପାଳଙ୍କୁ କଡ଼ା ଟାର୍ଗେଟ କରିଛନ୍ତି। ସେ ଏହା ମଧ୍ୟ କହିଛନ୍ତି ଯେ ଦେଶରେ କେବଳ ଗୋଟିଏ ଆମ ଆଦମୀ ପାର୍ଟି ଅଛି ଯାହାକୁ ଭାରତୀୟ ଜନତା ପାର୍ଟି ଭୟ କରୁଛି।
ତାଙ୍କ ଅଭିଭାଷଣରେ ଏଏପି ମୁଖ୍ୟ ଅରବିନ୍ଦ କେଜରିୱାଲ କେନ୍ଦ୍ର ତଥା ରାଜ୍ୟପାଳଙ୍କ ବିରୋଧରେ ଅଭିଯୋଗ କରିଛନ୍ତି ଏବଂ କହିଛନ୍ତି ଯେ ସେମାନେ ରାଜ୍ୟ ପାଣ୍ଠି ବନ୍ଦ କରିବାକୁ ଚେଷ୍ଟା କରୁଛନ୍ତି। ମୁଖ୍ୟମନ୍ତ୍ରୀ କେଜରିଓ୍ବାଲ ଦିଲ୍ଲୀ ଏବଂ ପଞ୍ଜାବ ସରକାରଙ୍କୁ ପ୍ରଶଂସା କରିଛନ୍ତି।

ମୁଖ୍ୟମନ୍ତ୍ରୀ କେଜରିୱାଲ କହିଛନ୍ତି ଯେ ଆମ ଆଦମୀ ପାର୍ଟି ଗତ ୧୦ ବର୍ଷ ମଧ୍ୟରେ ଲୋକଙ୍କ ମଧ୍ୟରେ ଏକ ଭଲ ଏବଂ ଦୃଢ ସ୍ଥାନ ହାସଲ କରିଛି, ଏହି କାରଣରୁ ଦୁଇଟି ରାଜ୍ୟ (ଦିଲ୍ଲୀ ଏବଂ ପଞ୍ଜାବ) ରେ ସରକାର ଗଠନ କରିବାରେ ଏହା ସଫଳ ହୋଇଛି। କେବଳ ଏତିକି ନୁହେଁ, ଏହି ଦୁଇ ରାଜ୍ୟ ବ୍ୟତୀତ ଆମ ଆଦମୀ ପାର୍ଟି ମଧ୍ୟ ଅନ୍ୟାନ୍ୟ ରାଜ୍ୟରେ ବିଧାନସଭା ଆସନ ଜିତିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ ମୁଖ୍ୟ ଦାବିକୁ ଗ୍ରହଣ କଲେ ସରକାର

କୋଲକାତା,୧୬ା୯: ଆର୍‌.ଜି. କର ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାକୁ ନେଇ ରୋଗୀସେବାରେ ଲାଗିରହିଥିବା ଅଚଳାବସ୍ଥା ଦୂର ପାଇଁ ସୋମବାର ରାତିରେ...

‘ରାହୁଲଙ୍କ ଜିଭ କାଟିଲେ ୧୧ ଲକ୍ଷ ପୁରସ୍କାର ଦେବି’, ଶିବସେନା ବିଧାୟକଙ୍କ ବିବାଦୀୟ ମନ୍ତବ୍ୟ

ମୁମ୍ବାଇ, ୧୬।୯: ମହାରାଷ୍ଟ୍ରର ଶିବଶେନା ବିଧାୟକ ସଞ୍ଜୟ ଗାଏକ୍ୱାଡ୍‌ ସୋମବାର ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆପତ୍ତିଜନକ ମନ୍ତବ୍ୟ ଦେଇଛନ୍ତି।...

କଶ୍ମୀର ନିର୍ବାଚନ: ଆସିଲା କଂଗ୍ରେସର ନିର୍ବାଚନୀ ଇସ୍ତାହାର, ଜାଣନ୍ତୁ କ’ଣ ସବୁ ରହିଛି ପ୍ରତିଶ୍ରୁତି…

ଶ୍ରୀନଗର,୧୬ା୯: ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ସୋମବାର ଦଳୀୟ ଇସ୍ତାହାର ପ୍ରକାଶ ପାଇଛି। ଏଥିରେ କୃଷକ, ମହିଳା ଏବଂ ଯୁବବର୍ଗଙ୍କ ପାଇଁ ଅନେକ...

ମମତାଙ୍କ ସହ ଆଲୋଚନାରେ ଯୋଗଦେଲେ ଡାକ୍ତର

କୋଲକାତା,୧୬ା୯: ଆର୍‌.ଜି. କର ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାକୁ ନେଇ ରୋଗୀସେବାରେ ଲାଗିରହିଥିବା ଅଚଳାବସ୍ଥା ଦୂର ପାଇଁ ସୋମବାର ରାତିରେ...

ଆତଙ୍କବାଦକୁ ପାତାଳରେ କବର ଦେବୁ: ଜମ୍ମୁ କଶ୍ମୀରରେ ଗର୍ଜିଲେ ଶାହା

ଶ୍ରୀନଗର,୧୬।୯: ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ୨୦୨୪ ପାଇଁ ଅଭିଯାନ ଚରମ ସୀମାରେ ରହିଛି। ନିର୍ବାଚନ ପୂର୍ବରୁ ରାଜନେତାମାନେ ପରସ୍ପର ଉପରେ ଆରୋପ-ପ୍ରତ୍ୟାରୋପ କରି ଭୋଟରଙ୍କୁ...

ଆଗାମୀ ୧୦୦୦ ବର୍ଷ ପ୍ଲାନିଂର ଖୁଲାସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୬।୯: ମୋଦି ୩.୦ର ୧୦୦ ଦିନ ସମାପ୍ତ ହୋଇଛି। ଗୁଜରାଟର ଗାନ୍ଧୀ ନଗରରେ ଆୟୋଜିତ ହୋଇଥିବା ‘ଗ୍ଲୋବାଲ ରିନ୍ୟୁଆଲ ଏନର୍ଜି ଇନଭେଷ୍ଟର୍ସ ମିଟ ଆଣ୍ଡ ଏକ୍ସପୋ’ର...

ଉଦ୍‌ଘାଟନ ପୂର୍ବରୁ ବନ୍ଦେ ମେଟ୍ରୋର ବଦଳିଲା ନାଁ

ନୂଆଦିଲ୍ଲୀ,୧୬।୯: ଦେଶର ପ୍ରଥମ ବନ୍ଦେ ମେଟ୍ରୋ ଟ୍ରେନର ନାମ ଉଦଘାଟନ ପୂର୍ବରୁ ବଦଳିଛି। ଏହାର ନାମ ‘ନମୋ ଭାରତ ରାପିଡ ରେଳ’ ରଖାଯାଇଛି। ରେଲଓ୍ବେ ପକ୍ଷରୁ...

ପୂର୍ବରୁ ଫେଲ ମାରିବା ପରେ କାହିଁକି ପୁଣିଥରେ ଡାକ୍ତରଙ୍କୁ ବୈଠକ ପାଇଁ ଡାକିଲେ ମମତା

କୋଲକାତା,୧୬।୯: ପଶ୍ଚିମବଙ୍ଗର ଆରଜି କର ମେଡିକାଲ କଲେଜରେ ଜଣେ ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା କରାଯାଇଥିବା ମାମଲାରେ ଆଜିବି ବିରୋଧ ପ୍ରଦର୍ଶନ କରୁଥିବା ଡାକ୍ତରମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri