Posted inଜାତୀୟ

ଶପଥ ନେଲେ ଆତିଶୀ, ସୌରଭ

ନୂଆଦିଲ୍ଲୀ, ୯।୩: ଆମ ଆଦମୀ ପାର୍ଟିର ବିଧାୟକ ସୌରଭ ଭରଦ୍ୱାଜ ଏବଂ ଆତିଶୀ ଗୁରୁବାର ଦିଲ୍ଲୀର ଏଲଜି ହାଉସରେ ଅରବିନ୍ଦ କେଜ୍‌ରିୱାଲ କ୍ୟାବିନେଟରେ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଦିଲ୍ଲୀ ଲ୍ୟୁଟନାଣ୍ଟ ଗଭର୍ନ ଭି.କେ ସକ୍ସେନା ଉଭୟଙ୍କୁ ଶପଥପାଠ କରାଇଥିଲେ। ଆତିଶୀଙ୍କୁ ଶିକ୍ଷା, ପିଡବ୍ଲ୍ୟୁଡି, ବିଦ୍ୟୁତ, ପର୍ଯ୍ୟଟନ ବିଭାଗ ମିଳିଛି। ଅନ୍ୟପକ୍ଷରେ, ସୌରଭ ଭରଦ୍ୱାଜଙ୍କୁ ସ୍ବାସ୍ଥ୍ୟ, ୟୁଡି, ଜଳ, ଶିଳ୍ପ ଦାୟିତ୍ୱ ଦିଆଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ସମେତ ଦିଲ୍ଲୀ ସରକାରଙ୍କ ଅନ୍ୟ ମନ୍ତ୍ରୀମାନେ ମଧ୍ୟ ଉପସ୍ଥିତ ଥିଲେ।
ଉଲ୍ଲେଖନୀୟ ଯେ, ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହେବା ପରେ ମନୀଷ ସିସୋଡିଆ ଉପମୁଖ୍ୟମନ୍ତ୍ରୀ ଏବଂ ଅନ୍ୟାନ୍ୟ ମନ୍ତ୍ରଣାଳୟ ପଦରୁ ଇସ୍ତଫା ଦେଇଥିଲେ। ତାଙ୍କ ସହ ସତ୍ୟେନ୍ଦ୍ର ଜୈନ ମଧ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ଉଭୟଙ୍କ ଇସ୍ତଫାକୁ ମୁଖ୍ୟମନ୍ତ୍ରୀ କେଜ୍‌ରିୱାଲ ଗ୍ରହଣ କରିଥିଲେ। ଏହା ପରେ ଇସ୍ତଫାକୁ ରାଷ୍ଟ୍ରପତିଙ୍କ ନିକଟକୁ ପଠାଯାଇଥିଲା। ସେଠାରେ ସିସୋଡିଆ ଏବଂ ଜୈନଙ୍କ ଇସ୍ତଫା ଗ୍ରହଣ କରାଯାଇଥିଲା। ଏଏପି ବିଧାୟକ ସୌରଭ ଭରଦ୍ବାଜ ଏବଂ ଆତିଶୀଙ୍କ ନାମ ଦିଲ୍ଲୀ ସରକାରଙ୍କ ଦ୍ୱାରା ନୂତନ ମନ୍ତ୍ରୀ ପଦ ପାଇଁ ପଠାଯାଇଥିଲା, ଯାହାକୁ ଅନୁମୋଦନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି...

ଓଲଟା ସାମ୍ନା କରିବେ ନା ନିଜେ ଓଲଟି ଯିବେ ନୀତୀଶ? ପୁଣି ଅଡୁଆରେ ବିହାର ସରକାର

ପାଟନା,୧୭।୧୦: ବିହାରରେ ମଦ ଉପରେ ନିଷେଧାଦେଶ ଜାରି କରାଯାଇଥିବା ବେଳେ ଯେଉଁମାନେ ବେଆଇନ ମଦ ବ୍ୟବସାୟ କରୁଛନ୍ତି ସେମାନେ ପୁଣି ଥରେ ସରକାରଙ୍କୁ ଏକ ଶକ୍ତ...

ୟୁପିରେ ହେଉଛି ନକଲି ଏନକାଉଣ୍ଟର, ଯୋଗୀ ତାଙ୍କ ଆସନକୁ ବଞ୍ଚାଇବାକୁ…

ଲକ୍ଷ୍ନୌ,୧୭।୧୦: ଉତ୍ତର ପ୍ରଦେଶ ପୋଲିସ ଗୁରୁବାର ବହରାଇଚ ହିଂସା ଏବଂ ରାମ ଗୋପାଳ ମିଶ୍ରଙ୍କ ହତ୍ୟା ମାମଲାରେ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି। ଏହି ଏନକାଉଣ୍ଟରରେ ଦୁଇ...

କେଉଁଠୁ ଆସୁଛି ବିମାନକୁ ବୋମାରେ ଉଡାଇ ଦେବାର ଧମକ, ଗୁଇନ୍ଦା ଏଜେନ୍ସି ହାତରେ ଲାଗିଲା ବଡ ତଥ୍ୟ

ନୂଆଦିଲ୍ଲୀ,୧୭।୧୦: ସୋସିଆଲ ମିଡିଆରେ ବିଭିନ୍ନ ବିମାନକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିବାର କିଛି ଦିନ ପରେ କେନ୍ଦ୍ରୀୟ ଗୁପ୍ତଚର ସଂସ୍ଥା ଲଣ୍ଡନ ଏବଂ ଜର୍ମାନୀର...

ବିଦେଶରେ ବସିଥିବା ଲୋକ ଚଲାଉଛନ୍ତି କଂଗ୍ରେସ ଅଧ୍ୟକ୍ଷଙ୍କ ଫେସବୁକ ଆକାଉଣ୍ଟ, ଖାର୍ଗେଙ୍କ ଉପରେ ବଡ ଅଭିଯୋଗ

ନୂଆଦିଲ୍ଲୀ,୧୭।୧୦: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ନାମରେ ଏକ ଭେରିଫାଏଡ ଫେସବୁକ ପେଜ୍‌କୁ ଦର୍ଶାଇ ଭାଜପା ଅଭିଯୋଗ କରିଛି ଯେ କଂଗ୍ରେସ ଅଧ୍ୟକ୍ଷଙ୍କ ଇଣ୍ଟରନେଟ ମିଡିଆ...

 ସରକାରଙ୍କ ଚିନ୍ତା ବଢ଼ାଉଛି ବିଷାକ୍ତ ମଦ ମୃତ୍ୟୁ

ପାଟନା,୧୭ା୧୦: ୨୦୧୬ରୁ ମଦକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଥିବା ବିହାରରେ ମଦମୃତ୍ୟୁ। ରାଜ୍ୟର ସିଓ୍ବାନ ଏବଂ ସରନ୍‌ ଜିଲାରେ ବିଷାକ୍ତ ମଦ ପିଇ ଅନୂ୍ୟନ ୨୫ ଜଣ...

ଦିଲ୍ଲୀରୁ କେଜରିଓ୍ବାଲଙ୍କ ବିଦାୟ ହେବା ନିଶ୍ଚିତ: ବିରେନ୍ଦ୍ର ସଚଦେବା

ନୂଆଦିଲ୍ଲୀ,୧୭।୧୦: ଦିଲ୍ଲୀ ଭାଜପା ରାଜ୍ୟ ସଭାପତି ବିରେନ୍ଦ୍ର ସଚଦେବ ଗୁରୁବାର ଆଇଏନଏସ ସହ କଥାବାର୍ତ୍ତା ବେଳେ କେଜରିୱାଲଙ୍କ ଚିଠି ଏବଂ କଂଗ୍ରେସର ‘ନ୍ୟାୟ-ରଥ’କୁ ନେଇ ପ୍ରତିକ୍ରିୟା...

ତମନ୍ନା ଭାଟିଆଙ୍କୁ ଜେରା କଲା ଇଡି, କାହିଁକି ଜାଣନ୍ତୁ…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି)ପଚରାଉଚରା କରୁଛି। ମହାଦେବ ବେଟିଂ ଆପ୍‌ ସହାୟକ ଆପ ଫେୟାର ପ୍ଲେରେ ଆଇପିଏଲ ମ୍ୟାଚକୁ ପ୍ରମୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri