Posted inଜାତୀୟ

କେଜ୍‌ରିଓ୍ବାଲ୍‌ଙ୍କୁ ଜାମିନ ମିଳିବା ପରେ ଆପ୍‌ର ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୧୨ା୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍‌ ଆଦ୍‌ମୀ ପାର୍ଟି ନେତା ଅରବିନ୍ଦ କେଜ୍‌ରିଓ୍ବାଲ୍‌ଙ୍କୁ ସୁପ୍ରିମକୋର୍ଟ ଶୁକ୍ରବାର ଅନ୍ତରୀଣ ଜାମିନ ଦେଇଛନ୍ତି। ଏହା ପରେ ଆମ୍‌ ଆଦ୍‌ମୀ ପାର୍ଟି(ଆପ୍‌)ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। ଆପ୍‌ କହିଛି, ସତ୍ୟର ଜୟ ହୋଇଛି।

ମଦ ଦୁର୍ନୀତି ଏବଂ ମନି ଲଣ୍ଡରିଂ ମାମଲାରେ ସୁପ୍ରିମକୋର୍ଟ କେଜ୍‌ରିଓ୍ବାଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି, କିନ୍ତୁ ସେ ଜେଲରେ ରହିବେ କାରଣ ଇଡି ମାମଲାରେ ଏହି ଜାମିନ ମିଳିଛି। ସୁପ୍ରିମକୋର୍ଟ ଏହି ମାମଲାକୁ ୩ ଜଣ ବିଚାରପତିଙ୍କ ଏକ ବେଞ୍ଚକୁ ପଠାଇଥିଲେ। ଇଡି ଗିରଫକୁ କେଜ୍‌ରିଓ୍ବାଲ୍‌ ଚ୍ୟାଲେଞ୍ଜ କରିଥିରେ।

ମାର୍ଚ୍ଚ ୨୧ରେ ଅର୍ଥ ହେରଫେର ମାମଲାରେ ଇଡି କେଜ୍‌ରିଓ୍ବାଲଙ୍କୁ ଗିରଫ କରିଥିଲା। ତେବେ କେଜ୍‌ରିଓ୍ବାଲ ଏପର୍ଯ୍ୟନ୍ତ ଜେଲରୁ ବାହାରି ପାରିବେ ନାହିଁ କାରଣ ସେ ସିବିଆଇ ମାମଲାରେ ନ୍ୟାୟିକ ହେପାଜତରେ ଅଛନ୍ତି। ଜୁନ୍‌ ୨୬ରେ ସିବିଆଇ କେଜ୍‌ରିଓ୍ବାଲଙ୍କୁ ଗିରଫ କରିଥିଲା। ଜେଲ୍‌ରୁ ବାହାରିବା ପାଇଁ ତାଙ୍କୁ ମଧ୍ୟ ଜାମିନ ଦେବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଝାଡଖଣ୍ଡ ନିର୍ବାଚନ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୨୫।୧୦: ଆଗକୁ ଝାଡଖଣ୍ଡ ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ। ତେବେ ଝାଡଖଣ୍ଡ ନିର୍ବାଚନକୁ ନେଇ ସବୁ ଦଳ ବଳ କଷାକଷି ଆରମ୍ଭ କରିଥିବାବେଳେ ଜାତୀୟ ରାଜନୀତି...

ଭାରତୀୟଙ୍କୁ ଚାକିରି ଦେବାକୁ ଡାକୁଛି ଜର୍ମାନୀ, ମୋଦିଙ୍କ ସାମ୍ନାରେ ଏମିତି କହିଲେ ଚାନସେଲର

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଜର୍ମାନ ଚାନସେଲର ଓଲାଫ ସ୍କୋଲଜ କହିଛନ୍ତି ଯେ ଜର୍ମାନୀ ଭାରତୀୟମାନଙ୍କୁ ଚାକିରି ଯୋଗାଇବାକୁ ଚାହୁଁଛି। ସେ ଡାକୁଛନ୍ତି। କିନ୍ତୁ...

ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୧୦: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ରିୟା ଚକ୍ରବର୍ତ୍ତୀ ଏବଂ ତାଙ୍କ ପରିବାର ସୁପ୍ରିମକୋର୍ଟଙ୍କରୁ ଏକ ବଡ଼ ଆଶ୍ୱସ୍ତି ପାଇଛନ୍ତି। ହାଇକୋର୍ଟଙ୍କ...

ନୀତୀଶ କୁମାରଙ୍କୁ ଭେଟିଲେ ଖାନ ସାର୍‌, ବଢୁଛି ରାଜନୈତିକ ଉଷ୍ମତା

ପାଟନା,୨୫।୧୦: ଏବେ ବିହାରର ରାଜଧାନୀ ପାଟନାରୁ ଏକ ବଡ ଖବର ସାମ୍ନାକୁ ଆସିଛି। ପ୍ରତିଯୋଗିତାମୂଳକ ପରୀକ୍ଷାର ଜଣାଶୁଣା ଶିକ୍ଷକ ଖାନ ସାର୍‌ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ...

ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ଉପରେ ବଡ ଆକ୍ସନ

ନୂଆଦିଲ୍ଲୀ,୨୫।୧୦: ଦିଲ୍ଲୀ ପୋଲିସର ସ୍ପେଶାଲ ସେଲକୁ ବଡ ସଫଳତା ମିଳିଛ। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ, ପ୍ୟାନ ଇଣ୍ଡିଆ କାର୍ଯ୍ୟାନୁଷ୍ଠାନରେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ୭ଜଣ...

ଦୀପାବଳି ପୂର୍ବରୁ ମୋଦି ସରକାର ଦେଲେ ବଡ଼ ଉପହାର, ଘୋଷଣା କଲେ…

ନୂଆଦିଲ୍ଲୀ,୨୫।୧୦: ଦୀପାବଳି ପୂର୍ବରୁ ମୋଦି ସରକାର ଉଦ୍ୟୋଗୀମାନଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। ବର୍ତ୍ତମାନ ତାଙ୍କୁ ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା ଅଧୀନରେ ଡବଲ ଋଣ ପାଇବେ।...

ବ୍ୟାକ୍‌ଫୁଟ୍‌ରେ ଟିମ୍‌ ଇଣ୍ଡିଆ: ନ୍ୟୁଜିଲାଣ୍ଡ ଆଗୁଆ

ପୁଣେ,୨୫।୧୦: ପୁଣେର ମହାରାଷ୍ଟ୍ର କ୍ରିକେଟ ଷ୍ଟାଡିୟମରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ଚାଲିଛି। ଟସ ଜିତିବା...

ମୋଦି ଲଡୁ ନାମରେ ପ୍ରସିଦ୍ଧ ଏହି ମିଠା, ଏହାର ଓଜନ ଆଉ ମୂଲ୍ୟ ଜାଣିଲେ…

ଭାଗଲପୁର,୨୫।୧୦: ଆପଣ କେବେ ମୋଦି ଲଡୁ ଖାଇଛନ୍ତି କି? ଆପଣ ଜାଣନ୍ତି କି ମୋଦି ଲଡୁ କେଉଁଠାରେ ଉପଲବ୍ଧ? ଆପଣ ଏହାର ମୂଲ୍ୟ ଜାଣିଛନ୍ତି କି?...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri