ପାଳ ଭାଡ଼ିତଳୁ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତେଲକୋଇ ଥାନା ଅଧୀନ କରଦାଙ୍ଗି ଗ୍ରାମରୁ ଅପହୃତ ନାବାଳକ ଶାନ୍ତନୁ ପାତ୍ର(୧୨)ଙ୍କୁ ପୋଲିସ ଉଦ୍ଧାର କରିଛି। ନାବାଳକ ମୁମୂର୍ଷୁ ଅବସ୍ଥାରେ ଏକ ପାଳ ଭାଡ଼ିତଳେ ପଡ଼ିଥିଲେ। ତାଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ଥିବାରୁ ତଲକୋଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅନ୍ୟପକ୍ଷେ ପୋଲିସ ଗୁରୁବାର ବିଳମ୍ବିତ ରାତି ପର୍ଯ୍ୟନ୍ତ ତଲାସୀ କରି ପାଇ ନ ଥିଲା। ଶୁକ୍ରବାର ଭୋର ସମୟରେ ସନ୍ଦିଗ୍ଧଙ୍କ ଘର୍‌ ନିକଟରୁ ମିଳିବା ପୋଲିସ ପାଇଁ ଚିନ୍ତାର କାରଣ ହୋଇଛି।

ସୂଚନା ଅନୁଯାୟୀ, ରିଙ୍କି ଓ ସଞ୍ଜୟ ପାତ୍ରଙ୍କ ପୁଅ ଶାନ୍ତନୁ ଅଗଷ୍ଟ ୨୭ରେ ସାଇକେଲରେ ସାହି ଭିତରକୁ ଯାଇ ନିଖୋଜ ହୋଇଯାଇଥିଲେ। ପରିବାର ଲୋକେ ଖୋଜା ଖୋଜା କରି ପାଇ ନ ଥିଲେ। ତେବେ ପୁଅକୁୁ ଉକ୍ତ ଗ୍ରାମର ଜଣେ ମହିଳା ଗୋଡ଼ହାତ ବାନ୍ଧି ରଖିଥିବା ସୂଚନା ପାଇଥିଲେ।

ଅପହରଣ କରାଯାଇଥିବା ନେଇ ତେଲକୋଇ ଥାନାରେ ଶାନ୍ତନୁଙ୍କ ମା’ ରିଙ୍କି ପାତ୍ର ଅଭିଯୋଗ କରିଥିଲେ। ଗାଁର ଜନୈକା ମହିଳା ତାଙ୍କ ପୁଅ ସହିତ ମିଶି ଘରୁ ଟଙ୍କା ଚୋରି କରୁଥିବା ଅଭିଯୋଗ କରି ଶାନ୍ତନୁଙ୍କୁ ଅଟକ ରଖିଥିଲେ। ତାଙ୍କ ସାଇକେଲକୁ ମଧ୍ୟ ରଖି ଟଙ୍କା ଦେଲେ ସାଇକେଲ ଓ ପୁଅକୁ ଛାଡ଼ିବେ ବୋଲି ନାବାଳକଙ୍କ ପରିବାର ଲୋକେ ଅଭିଯୋଗରେ ଦର୍ଶାଇଛନ୍ତି।

ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଥିଲା। ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ଫୋର୍ସ ଗାଁ ଓ ମହିଳାଙ୍କ ଘରେ ଛାନ୍‌ଭିନ୍ନ କରିଥିଲା। ଗୁରୁବାର ସା ସୁଦ୍ଧା ନାବାଳକଙ୍କ ପତ୍ତା ମିଳି ନ ଥିଲା। ଶୁକ୍ରବାର ଭୋର ସମୟରେ ସନ୍ଦିଗ୍ଧଙ୍କ ଘର ପଛପଟେ ଥିବା ଏକ ପାଳ ଭାଡ଼ିତଳୁ ନବାଳକଙ୍କୁ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ଏବେ ତାଙ୍କର ଚିକିତ୍ସା ଚାଲିଛି। ଘଟଣାକୁ ନେଇ ପୋଲିସ ଅଧିକ ତଦନ୍ତ ଚଳାଇଛି। କେନ୍ଦୁଝର ଏସ୍‌ଡିପିଓ ମହେନ୍ଦ୍ର ନାଥ ମୁର୍ମୁ କହିଛନ୍ତି, ସନ୍ଦିଗ୍ଧ ମହିଳାଙ୍କୁ ଅଟକ ରଖାଯାଇ ଘଟଣାର ତଦନ୍ତ ଚାଲିଛି। ତଦନ୍ତ ପରେ ଘଟଣା ସମ୍ପର୍କରେ ଜଣାଇ ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତ ପ୍ରଧାନ। ଆଉ ଏହା...

ବିଜେଡି ଛାଡିଲେ: ଭାଜପାରେ ଯୋଗଦେଲେ ଦେବେନ୍ଦ୍ର

ରିଷିଡ଼ା,୧୯ା୯/ଭବାନୀପାଟଣା,(ଉତ୍ତମ କୁମାର ଦାଶ/ସୁଶାନ୍ତ ମଲ୍ଲିକ)- କିଛିଦିନ ତଳେ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ଏହା ପରଠାରୁ ତାଙ୍କ...

ପ୍ରବଳ ବର୍ଷା: ଭୁଶୁଡ଼ିଲା ଘର କାନ୍ଥ

ରିଷିଡ଼ା,୧୯ା୯ (ସୁଶାନ୍ତ ମଲ୍ଲିକ): ପ୍ରବଳ ବର୍ଷା ଯୋଗୁ ମାଟିକାନ୍ଥ ଭୁଶୁଡିପଡ଼ିଲା। ଫଳରେ ପରିବାର ସଦସ୍ୟ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲା...

ସେନା ଅଧିକାରୀ, ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ମାମଲା: ରିପୋର୍ଟ ମାଗିଲେ ଜାତୀୟ ମହିଳା କମିଶନ

ଭୁବନେଶ୍ୱର,୧୯।୯: ଶିଖ୍ ରେଜିମେଣ୍ଟର ଭାରତୀୟ ସେନା ଅଧିକାରୀ ମେଜର ଗୁରୁଭାନ୍ସ ସିଂ ଏବଂ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ସହିତ ମାଡ଼ ମାରିବା ଘଟଣାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri