ରାଜନୀତି କରିବେ ଅଭିଷେକ!

ବଲିଉଡ ଅଭିନେତା ଅଭିଷେକ ବଚ୍ଚନ ତାଙ୍କ ଅଭିନୟ ସହିତ ପ୍ରଶଂସକଙ୍କ ହୃଦୟ ଜିତିଛନ୍ତି। ଧୁମ ୪, ହାଉସଫୁଲ ୫ ପରି ଅନେକ ଚଳଚ୍ଚିତ୍ର ହିଟ୍‌ ଫିଲ୍ମ କରିଛନ୍ତି। ଅଭିଷେକ ଅଭିନୟ ସହିତ ରାଜନୀତିରେ ନିଜର କ୍ୟାରିୟର କରିବାକୁ ଯୋଜନା କରିଛନ୍ତି। ଅଭିଷେକ ତାଙ୍କ ମାତାପିତାଙ୍କ ପଦାଙ୍କ ଅନୁସରଣ କରି ଖୁବ ଶୀଘ୍ର ରାଜନୀତିରେ ପ୍ରବେଶ କରିବାକୁ ଯାଉଛନ୍ତି।
ଅଭିଷେକ ଖୁବଶୀଘ୍ର ଅଖିଳେଶ ଯାଦବଙ୍କ ସମାଜବାଦୀ ପାର୍ଟିରେ ଯୋଗଦେବେ ବୋଲି ଚର୍ଚ୍ଚା ହେଉଛି। ଅଭିଷେକ ୨୦୨୪ରେ ହେବାକୁ ଥିବା ନିର୍ବାଚନରେ ପ୍ରୟାଗରାଜରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ସେ ତାଙ୍କ ପିତାଙ୍କ ପରି ପ୍ରୟାଗରାଜରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ତେବେ ଏପର୍ଯ୍ୟନ୍ତ ଅଭିଷେକ ବଚ୍ଚନ ଏବଂ ସମାଜବାଦୀ ପାର୍ଟି ପକ୍ଷରୁ କୌଣସି ଘୋଷଣା କରାଯାଇ ନାହିଁ।
ଅଭିନୟରୁ ବିରତି ନେବା ପରେ ଅମିତାଭ ବଚ୍ଚନ କିଛି ସମୟ ପାଇଁ ରାଜନୀତିରେ ପ୍ରବେଶ କରିଥିଲେ। ସେ ୧୯୮୪ରେ ଲୋକସଭା ନିର୍ବାଚନରେ ଜିତିଥିଲେ କିନ୍ତୁ ଜୁଲାଇ ୧୯୮୭ରେ ଇସ୍ତଫା ଦେଇଥିଲେ। ଅମିତାଭଙ୍କ ସ୍ତ୍ରୀ ଜୟା ବଚ୍ଚନ ପ୍ରଥମେ ୨୦୦୪-୨୦୦୬ରେ ସାଂସଦ ଭାବରେ ନିର୍ବାଚିତ ହୋଇଥିଲେ। ୨୦୧୮ରେ ସେ ଏକ ରାଜ୍ୟ ସଭା ସଦସ୍ୟ ହୋଇଥିଲେ।
ଅଭିଷେକ ବଚ୍ଚନ ଫିଲ୍ମ ଦଶଭିରେ ଶେଷ ଥର ପାଇଁ ଦେଖିବାକୁ ମିଳିଥିଲା। ଏହି ଚଳଚ୍ଚିତ୍ରଟି ଓଟିଟି ପ୍ଲାଟଫର୍ମରେ ମୁକ୍ତିଲାଭ କରିଥିଲା। ଏହି ଚଳଚ୍ଚିତ୍ରରେ ଅଭିଷେକ ବଚ୍ଚନଙ୍କ ଅଭିନୟକୁ ବହୁତ ପ୍ରଶଂସା କରାଯାଇଥିଲା


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ସୁରକ୍ଷାରେ ତ୍ରୁଟି, ଭାଇଜାନଙ୍କୁ ରାତି ଅଧରେ…

ମୁମ୍ବାଇ: ବଲିଉଡ ଭାଇଜାନ ସଲମାନ ଖାନଙ୍କ ସୁରକ୍ଷାରେ ପୁଣି ଥରେ ତ୍ରୁଟି ହୋଇଛି। ଜଣେ ଯୁବକ ତାଙ୍କ ବାଇକରେ କିଛି ସମୟ ପାଇଁ ସଲମାନ ଖାନଙ୍କ...

ଜଣେ ଏମିତି ସାଥୀ ଚାହୁଁଛି ଯିଏ ମୋତେ ପାଗଳ ଭଳି ଭଲପାଇବ…ଛାଡପତ୍ର ବିବାଦ ଭିତରେ ଏମିତି କହିଦେଲେ ଐଶ୍ୱର୍ଯ୍ୟା

ମୁମ୍ବାଇ: ଐଶ୍ୱର୍ଯ୍ୟା ରୟ ଓ ଅଭିଷେକ ବଚ୍ଚନଙ୍କ ବିବାହକୁ ୧୭ବର୍ଷ ପୁରିଛି। ସେ ୨୦୦୭ରେ ଅଭିଷେକଙ୍କୁ ବିବାହ କରିଥିଲେ। ବିବାହ ପରେ ଐଶ୍ୱ ଖୁବ କମ...

ଐଶ୍ୱର୍ଯ୍ୟାଙ୍କ କଷ୍ଟ ଦେଖି ୨ ଦିନ ପର୍ଯ୍ୟନ୍ତ ଶୋଇ ପାରି ନ ଥିଲେ ଅମିତାଭ

ମୁମ୍ବାଇ: ବଚ୍ଚନ ପରିବାରର ‘ବୋହୂ’ ଐଶ୍ୱର୍ଯ୍ୟା ରାୟଙ୍କର କୌଣସି ପରିଚୟର ଆବଶ୍ୟକତା ନାହିଁ। ଇଣ୍ଡଷ୍ଟ୍ରିରେ କାର୍ଯ୍ୟ କରି ନିଜ ପାଇଁ ଏକ ବିଶେଷ ପରିଚୟ ସୃଷ୍ଟି...

ଐଶ୍ୱର୍ଯ୍ୟା ଶ୍ରେଷ୍ଠ ଅଭିନେତ୍ରୀ

ଦୁବାଇ: ଦୁବାଇରେ ସୋମବାର ସାଉଥ୍‌ ଇଣ୍ଡିଆନ୍‌ ଇଣ୍ଟରନ୍ୟାଶନାଲ ମୁଭି ଆଓ୍ବାଡର୍‌ସ (ଏସ୍‌ଆଇଆଇଏମ୍‌ଏ) ୨୦୨୪ ଅନୁଷ୍ଠିତ ହୋଇଯାଇଛି। ମଣି ରତ୍ନମଙ୍କ ନିର୍ଦ୍ଦେଶିତ ତାମିଲ ଚଳଚ୍ଚିତ୍ର ‘ପୋନ୍ନିୟିନ୍‌ ସେଲଭନ: ପାର୍ଟ...

ଲୁଚିଛପି ବିବାହ କଲେ ଅଦିତି-ସିଦ୍ଧାର୍ଥ

ମୁମ୍ବାଇ: ଆଦିତ୍ୟ ରାଓ ହାଇଦରୀ ଏବଂ ସିଦ୍ଧାର୍ଥ ଲୁଚିଛପି ବିବାହ କରଛନ୍ତି। ଏହି ଦମ୍ପତି ବିବାହ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହି ଫଟୋଗୁଡ଼ିକରେ...

ଐଶ୍ୱର୍ଯ୍ୟା-ଅଭିଷେକଙ୍କ ମଧ୍ୟରେ ଛାଡପତ୍ର! ମିଳିଗଲା ବଡ଼ ପ୍ରମାଣ

ନୀଳନୟନା ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ଉଭୟଙ୍କ ମଧ୍ୟରେ ସବୁକିଛି ଠିକ ନ ଥିବା ଆଲୋଚନା ହେଉଛି। ଐଶ୍ୱର୍ଯ୍ୟା ରାୟ...

ଆମି ପୁରସ୍କାର ଘୋଷଣା: ଏହି ଫିଲ୍ମକୁ ମିଳିଲା ୧୪ ପୁରସ୍କାର

ଲସ ଆଞ୍ଜେଲ୍ସର ପିକକ୍‌ ଥିଏଟରରେ ୭୬ତମ ପ୍ରାଇମଟାଇମ ଆମି ପୁରସ୍କାର ଆୟୋଜିତ ହୋଇଛି। ମନୋରଞ୍ଜନ ଜଗତର ସବୁଠାରୁ ସମ୍ମାନଜନକ ପୁରସ୍କାର ସମାରୋହରେ ଏଥର ଫିଲ୍ମ ‘ଶୋଗୁନ’...

ଟିଭି ଇଣ୍ଡଷ୍ଟ୍ରିରେ ନିୟାଙ୍କ ୧୪ ବର୍ଷ

ମୁମ୍ବାଇ: ଟେଲିଭିଜନ ଇଣ୍ଡଷ୍ଟ୍ରିରେ ନିଖୁଣ ଅଭିନୟ କରି ଲଗାତର ଭାବେ ଦର୍ଶକଙ୍କ ପ୍ରଶଂସା ସାଉଁଟି ପାରୁଥିବା ଅଭିନେତ୍ରୀମାନଙ୍କ ମଧ୍ୟରୁ ନିୟା ଶର୍ମା ଅନ୍ୟତମ। ବହୁ ସଂଘର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri