ସୁଭଦ୍ରା ଯୋଜନାକୁ ନେଇ ଭାଜପା ଉପରେ ବର୍ଷିଲେ ଲେଖାଶ୍ରୀ, କହିଲେ…

ଭୁବନେଶ୍ୱର,୨୬।୭: ରାଜ୍ୟ ସରକାର ବିଧାନସଭାରେ ତାଙ୍କର ପ୍ରଥମ ବଜେଟ ଗୁରୁବାର ଉପସ୍ଥାପନ କରିଥିଲେ । ଦୁଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ ବଜେଟ୍‌ରେ ରାଜ୍ୟର ବିକାଶ ହେବା ଭଳି କିଛି ନଥିବା କହି ସମାଲୋଚନା କରିଥିଲେ ।
ଅନ୍ୟପକ୍ଷେ ଶୁକ୍ରବାର ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡି ବଜେଟକୁ ନେଇ କାଠଗଡ଼ାରେ ଛିଡ଼ା କରିଛି ।
ବିଜେଡି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି ରାଜ୍ୟରେ ଭାଜପା ସରକାର ଅସ୍ମିତା ଭବନ ଲାଗି ୨ ଶହ କୋଟି ବ୍ୟୟବରାଦ କରିଛନ୍ତି । ତେବେ ଏହାର ସୁରକ୍ଷା ପାଇଁ କୌଣସି ଯୋଜନା ନାହିଁ । ଅଣଓଡ଼ିଆ ଠିକାଦାରଙ୍କୁ ପୋଷିବା ପାଇଁ ଏ ଯୋଜନା କରାଯାଇଛି ।
ସୁଭଦ୍ରା ଯୋଜନା କଥା ଉଠାଇ ସେ କହିଛନ୍ତି, ଭାଜପା  କହିଥିଲା ଓଡ଼ିଶାର ପ୍ରତ୍ୟେକ ମହିଳାଙ୍କୁ ୫୦ ହଜାର ଟଙ୍କା ଦିଆଯିବ । କିନ୍ତୁ ଏବେ କହୁଛନ୍ତି ୫୦ ହଜାର ଟଙ୍କାର କୁପନ୍‌ ମିଳିବ । ଏଥିରୁ ୨୦ ଲକ୍ଷ ମହିଳା ଉପକୃତ ହେବେ । କିନ୍ତୁ ରାଜ୍ୟରେ ଅଛନ୍ତି ୧ କୋଟିରୁ ଅଧିକ ମହିଳା । ୩୦୦ ୟୁନିଟ୍‌ ବିଜୁଳି ଫ୍ରି ଦେବେ ବୋଲି ଭାଜପାର ବଡ଼ ନେତା କହିଥିଲେ । ମାତ୍ର ବଜେଟରେ ଏ ନେଇ କିଛି ନାହିଁ ।
ମିଳୁଥିବା ପେନଶନ ବଢ଼ାଇ ୩ ହଜାର କରିବେ ବୋଲି କହିଥିଲେ । ହେଲେ ଏଥିରେ ମଧ୍ୟ ସମାନ କଥା ୮୦ ବର୍ଷରୁ ଅଧିକ ବୟସ୍କଙ୍କୁ ୩୫୦୦ ଦେବେ ବୋଲି  ଏବେ କହୁଛନ୍ତି। ଏହାଦ୍ବାରା ୮୦ ଭାଗ ହିତାଧିକାରୀଙ୍କୁ  ସରକାର ଠକିଥିବା ବିଜେଡି କହିଛି । ୮୦ ପ୍ରତିଶତରୁ ଅଧିକ ଦିବ୍ୟାଙ୍ଗଙ୍କୁ ଦେବେ ୩୫୦୦ ଟଙ୍କା । ତେଣୁ ରାଜ୍ୟସରକାର ମିଛ କଥା କହିଛନ୍ତି।
ବିଜେଡି ପକ୍ଷରୁ କୁହାଯାଇଛି, ଏହି ବଜେଟ ଦୂରଦୃଷ୍ଟି ବିହୀନ । ମହିଳା, ଯୁବକଙ୍କ ପାଇଁ ସ୍ବାବଲମୀ ହେବାର ରୂପରେଖ ନାହିଁ । ମହିଳାଙ୍କ ସୁରକ୍ଷା ପାଇଁ କିଛି ବ୍ୟବସ୍ଥା ନାହିଁ । ଶିଳ୍ପ ବା ଅର୍ଥନୈତିକ କାର୍ଯ୍ୟକଳାପ, ସର୍ଭିସ ଇଣ୍ଡଷ୍ଟ୍ରି ପାଇଁ ବି କିଛି ନାହିଁ । ଅର୍ଥନୀତି ବଢ଼ାଇବାକୁ ଏହି ବଜେଟରେ କିଛି ନାହିଁ । ଖାଲି କ୍ଷମତାକୁ ଆସିବା ପାଇଁ ମିଛ ସତ କହି ଜାଣିଛନ୍ତି ବୋଲି ବିଜେଡି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ୧୨ଟି ପାଟ୍ରୋଲିଂ ଗାଡ଼ି, ୫ବର୍ଷରେ ଅଭୟାରଣ୍ୟକୁ ଆସିବେ ୧୪ ବାଘ

ଭୁବନେଶ୍ୱର, ୧୮ା୧୦ (ବନ୍ଦନା ସେଠୀ): ଜୀବଜନ୍ତୁଙ୍କ ସୁରକ୍ଷାରେ ନିୟୋଜିତ ହେବ ପାଟ୍ରୋଲିଂ ଭ୍ୟାନ୍‌। ବିଶେଷକରି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସୁରକ୍ଷା ପାଇଁ ଆଧୁନିକ ଯାନର ବ୍ୟବସ୍ଥା...

ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ...

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ...

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି...

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ...

କାର୍ତ୍ତିକ ଆରମ୍ଭରୁ ଅସମ୍ଭାଳ, ଛୁଇଁହେଉନି ପରିବା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ପାର୍ବଣରେ ମହଙ୍ଗାମାଡ଼ ଖାଉଟିଙ୍କ ହର୍ଷୋଲ୍ଲାସକୁ ଫିକା କରିଦେଇଛି। ଆଳୁ, ପିଆଜ ଓ ତେଲ ସମେତ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀଗୁଡ଼ିକ ପୂର୍ବରୁ ଚଢ଼ାଦରରେ ବିକ୍ରି...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri