ଅମରାବତୀ,୨୨।୯: ବିଜୟୱାଡାର ଦୁର୍ନୀତି ନିବାରଣ ବ୍ୟୁରୋ(ଏସିବି) କୋର୍ଟ ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଟିଡିପି ମୁଖ୍ୟ ଏନ. ଚନ୍ଦ୍ରବାବୁ ନାଇଡୁଙ୍କ ରିମାଣ୍ଡ ଅବଧି ଦୁଇ ଦିନ ବୃଦ୍ଧି କରିଛନ୍ତି।
ସୂଚନାଯୋଗ୍ୟ, ସ୍କିଲ ଡେଭଲପମେଣ୍ଟ କର୍ପୋରେଶନ ସ୍କାମରେ ତେଲୁଗୁ ଦେଶମ ପାର୍ଟି (ଟିଡିପି) ମୁଖ୍ୟ ତଥା ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ୧୪ ଦିନିଆ ନ୍ୟାୟିକ ହେପାଜତକୁ ପଠାଯାଇଥିଲା।