ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ପରିବା ବ୍ୟବସାୟୀଙ୍କ ଜୀବନ

ଗଞ୍ଜାମ,୨୪ା୧୧(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ, ପ୍ରଶାନ୍ତ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଡଲିବାଟି ନିକଟସ୍ଥ ୧୬ନଂ ଜତୀୟ ରାଜପଥଠାରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ପରିବା ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତ ବ୍ୟବସାୟୀ ଜଣକ ହେଲେ ରମ୍ଭା ଥାନା ଡିଆଁଡେଇଁ ମଧୁରଚୂଆ ଗ୍ରାମର ସାଧୁ ନାହାକ(୫୨)।

ମିଳିଥିବା ସୂଚନାଯାୟୀ, ମୃତ ବ୍ୟକ୍ତି ଶୁକ୍ରବାର ଭୋର୍‌ରୁ ତାଙ୍କ ଗାଡ଼ି ନଂ ଓଡି ୦୭ ଏଇ ୯୦୦୬ରେ ପନିପରିବା ନେଇ କେଶପୁରକୁ ବିକ୍ରି କରିବାକୁ ଯାଉଥିବା ବେଳେ ଏକ ଅଜଣା ଗାଡ଼ି ପଛରୁ ଧକ୍କା ଦେଇ ଦ୍ରୁତଗତିରେ ଚାଲିଯାଇଥିଲା । ଗାଡିକୁ ଧକ୍କା ଦେବା ସହ ପରିବା ବେପାରୀଙ୍କ ଉପରେ ଟ୍ରକ୍‌ ଚକା ମାଡ଼ିଯାଇଥିଲା। ଫଳରେ ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ପାଟ୍ରୋଲିଂ ଗାଡ଼ି ଏବଂ ଖଲ୍ଲିକୋଟ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡ଼ି ଓ ମୃତଦେହ ଜବତ କରିଛି। ଖବର ପାଇ ମୃତ ବ୍ୟକ୍ତିଙ୍କ ପୁଅ ଘଟଣାସ୍ଥଳରେ ପହଞ୍ଚିବା ପରେ ମୃତଦେହ ବ୍ୟବଚ୍ଛେଦ ପାଇଁ ମେଡିକାଲ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡ଼ି ଅଞ୍ଚଳରେ ବଢୁଛି ଦେଶୀ-ବିଦେଶୀ ମଦ ବିକ୍ରି, ଅବକାରୀ ବିଭାଗର ନିଦ ଭାଙ୍ଗୁନି

ଦାରିଙ୍ଗବାଡ଼ି,୧୮ା୧୦(ଅରୁଣ ସାହୁ) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଅଞ୍ଚଳରେ ଚୋରା ଦେଶୀ ମଦ ଓ ନକଲି ବିଦେଶୀ ମଦ ବିକ୍ରି ଅଭିଯୋଗ ହୋଇଛି।...

ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା, ହୋଇପାରୁନି ବିସର୍ଜନ

ଭୁବନେଶ୍ୱର, ୧୮ା୧୦: ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା। ଜାଗା ବିବାଦ ପାଇଁ ଦଶହରା ପରେ ବି ହୋଇନାହାଁନ୍ତି ବିସର୍ଜିତ। ଏଭଳି...

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର

ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍‌):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri