ଶ୍ରୀମନ୍ଦିରରେ ଅଘଟଣ: ଗରମ ଡାଲି ପଡ଼ି ଦୁଇ ଗୁରୁତର

ପୁରୀ ଅଫିସ, ୨୭।୫: ଶ୍ରୀମନ୍ଦିରରେ ଶନିବାର ଅଘଟଣ ଘଟିଛି। ମହାପ୍ରଭୁଙ୍କ ପ୍ରଥମ ଭୋଗ ମଣ୍ଡପ ସରିବା ପରେ ବୋଝ ବାହାକମାନେ ବୋଝରେ ମହାପ୍ରସାଦ ବୋହୁଥିଲେ । ତେବେ ଭୋଗମଣ୍ଡପ ସମ୍ମୁଖ ରାସ୍ତା ଖସଡ଼ା ଥିବାରୁ ଦୁଇଜଣଙ୍କ ଗୋଡ ଖସି ଯାଇଥିଲା । ଉଭୟ ତଳେ ପଡି ଯାଇଥିବା ବେଳେ ସେମାନଙ୍କ ଶରୀରରେ ଗରମ ଡାଲି ପଡିଯାଇଥିଲା। ହସ୍ପିଟାଲରେ ଉଭୟ ଚିକିତ୍ସିତ ହେଉଥିବା ବେଳେ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବା ଜଣାପଡିଛି ।

Share