କଟକ-ଚାନ୍ଦବାଲି ରାସ୍ତାରେ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୩ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନିଶ୍ଚିନ୍ତକୋଇଲି,୨।୧(ଅଶୋକ କୁମାର ମହାପାତ୍ର): କଟକ-ଚାନ୍ଦବାଲି ରାସ୍ତାର ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ କଟରପଡ଼ା ନିକଟ କଳାପୋଲ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ପ୍ରାଣ ହରାଇଥିବା ଶୋକସନ୍ତପ୍ତ ପରିବାରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମବେଦନା ଜଣାଇବା ସହ ଶୋକ ପ୍ରକାଶ କରିଛନ୍ତି। ଏହା ପ୍ରତି ପରିବାରକୁ ୩ ଲକ୍ଷ ଲେଖାଏଁ ସହାୟତା ରାଶି ଦିଆଯିବ ବୋଲି ସେ ଘୋଷଣା କରିଛନ୍ତି। ଆହତ ଓ ଗୁରୁତରମାନଙ୍କ ଉପଯୁକ୍ତ ଚିକିତ୍ସା ଲାଗି ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।