ଶିକ୍ଷା ଦେବା ନାଁରେ ଆସି ଧର୍ମାନ୍ତରୀକରଣ ଅଭିଯୋଗ

ବାଲିଗୁଡ଼ା,୧୩।୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅଧୀନ ତୁମୁଡ଼ିବନ୍ଧ ବ୍ଲକ ବେଲଘର ଥାନା ଅଞ୍ଚଳରେ କିଛି ବର୍ଷ ହେବ ଜଣେ ବ୍ୟକ୍ତି ଶିକ୍ଷା ଦେବା ନାଁରେ ଆସି ରହିଥିଲେ। ହେଲେ ବ୍ୟକ୍ତି ଜଣକ ବର୍ତ୍ତମାନ ଅନୁସୂଚିତ ଆଦିମ ଜନଜାତି ବର୍ଗର ଲୋକଙ୍କୁ ଧର୍ମାନ୍ତରୀକରଣ କରୁଥିବା ଅଭିଯୋଗ ହୋଇଛି। ଏନେଇ ଉଷାବାଲି ଗ୍ରାମର ଶତାଧିକ ଯୁବକ ଶୁକ୍ରବାର ବେଲଘର ଥାନାର ଦ୍ବାରସ୍ଥ ହୋଇଥିଲେ।

ଗ୍ରାମବାସୀଙ୍କ ଅଭିଯୋଗ ମୁତାବକ, ମଣିପୁର ରାଜ୍ୟର ଜଣେ ବ୍ୟକ୍ତି ଦୀର୍ଘ ୧୦ବର୍ଷ ହେଲା ଆସି ଅଶିକ୍ଷିତ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ଶିକ୍ଷା ପ୍ରଦାନ କରିବା ନେଇ ଲୋକଙ୍କୁ ବୁଝାଇ ତରଲଙ୍ଗିଠାରେ ରହିବା ଆରମ୍ଭ କରିଥିଲେ। ଏହା ପରେ ସେ ଶିକ୍ଷା ଦେବା ନାଁରେ ବିଭିନ୍ନ ଗ୍ରାମକୁ ଯାଇ ନୀରକ୍ଷର ଲୋକଙ୍କ ସହ ମଶି ସରଳତାର ସୁଯୋଗ ନେଇ ଧର୍ମ ପରିବର୍ତ୍ତନ କରୁଥିବା ଅଭିଯୋଗ ହୋଇଛି। ଉଷାବାଲି ଗ୍ରାମର କିଛି ପରିବାରକୁ ବିଭିନ୍ନ ପ୍ରଲୋଭନ ଦେଖାଇବା ସହ ଧମକ ଦେଇ ଧର୍ମାନ୍ତରୀକରଣ ହେବାକୁ ବାଧ୍ୟ କରୁଥିବା ନେଇ ଅଭିଯୋଗ ହେବା ପରେ ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଦେଇଛି।

ଏଣୁ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବା ସହ ଅଞ୍ଚଳ ଛାଡ଼ି ମଣିପୁର ଚାଲିଯିବା ପାଇଁ ସ୍ଥାନୀୟ ଲୋକେ ଦାବି କରିଛନ୍ତି। ଅନ୍ୟପକ୍ଷେ ବାଲେଶ୍ୱର ମାଝି, ପିତାମ୍ବର ମାଝି, ଗୋବିନ୍ଦ ମାଝୀ, ସୁଜିତ ମାଝି, ସୁଶୀଳ ମାଝି ପ୍ରମୁଖ ବେଲଘର ଥାନାରେ ପହଞ୍ଚି ଏକ ଲିଖିତ ଅଭିଯୋଗ କରିଛନ୍ତି। ଏହି ସମ୍ପର୍କରେ ବେଲଘର ଥାନା ଅଧିକାରୀ ସୌମ୍ୟରଞ୍ଜନ ପତିଙ୍କୁ ପଚାରିବାରୁ ଗ୍ରାମବାସୀ ଏକ ଲିଖିତ ଅଭିଯୋଗ କରିଛନ୍ତି। ଘଟଣାର ତଦନ୍ତ କରି ସତ୍ୟାସତ୍ୟ ଅନୁସନ୍ଧାନ ପରେ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯: ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ ଘରେ...

ଭରତପୁର ଘଟଣା:ପୋଲିସକୁ ବଞ୍ଚାଇବାକୁ ଜୋର୍‌ଦାର ଉଦ୍ୟମ

ଭୁବନେଶ୍ୱର, ୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ପ୍ରତି କରାଯାଇଥିବା ନିର୍ଯାତନା ଓ ଅତ୍ୟାଚାର ଘଟଣାକୁ ଇତିମଧ୍ୟରେ...

ଫେରିଘାଟକୁ ଯୋଗାଇ ଦିଆଗଲା ପାୱାର ବୋଟ୍‌, ଦୁର୍ବିପାକ ବେଳେ କରିବ ସହାୟତା

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବହୁ ଚର୍ଚ୍ଚିତ ବାହାକୁଦ, ମୂଷାଡ଼ିଆ, ମହାନଦୀ ଫେରିଘାଟ ଜିଲାରେ ସର୍ବୋତ୍ତମ ରାଜସ୍ବ ନିଲାମ ହେଉଥିବା ଘାଟ।...

ଲିଜ୍‌ଧାରୀଙ୍କୁ ୭.୩୮ କୋଟି ଜରିମାନା

ଯାଜପୁର,୨୦ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଡଙ୍କାରୀ ପାହାଡ଼ରେ ପଥର ଧସି ୩ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ଲିଜ୍‌ଧାରୀ ନାରାୟଣ ରାଉତଙ୍କୁ...

ବ୍ରାହ୍ମଣୀଗାଁ ଥାନାରେ ଯୋଗ ଦେଲେ ନୂଆ ଆଇଆଇସି, କହିଲେ ଆପରାଧିକ ନିୟନ୍ତ୍ରଣ ତାଙ୍କ ପାଇଁ…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନାରେ ନୂଆ ଆଇଆଇସି ଭାବେ ବିଜୟ କୁମାର ହାଇବୁରୁ ଗୁରୁବାର ବିଳମ୍ବିତ ରାତିରେ ଯୋଗଦାନ କରିଛନ୍ତି।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri