ଶିକାରୀ ସନ୍ଦେହରେ ପିଟିପିଟି ହତ୍ୟା ଅଭିଯୋଗ: ବନବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ମୃତଦେହ ରଖି ବିକ୍ଷୋଭ

କପ୍ତିପଦା,୨୩ା୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ରେଞ୍ଜ ପୋଡ଼ାଡିହା ଫରେଷ୍ଟ ବିଟ୍‌ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କ ମୃତଦେହ ରଖି ବିକ୍ଷୋଭ କରାଯାଇଛି। ମୃତକ ଜଣକ ହେଲେ କପ୍ତିପଦା ଥାନା ନଛିପୁର ଗ୍ରାମର ଗଜେନ୍ଦ୍ର ନାଏକ।
ସୂଚନାଯୋଗ୍ୟ, ଗତ ୯ ତାରିଖରେ ଗଜେନ୍ଦ୍ର ଜଙ୍ଗଲକୁ ଯାଇଥିଲେ। ମାତ୍ର ସେ ଆଉ ଘରକୁ ଫେରି ନ ଥିଲେ। ପରିବାର ଲୋକେ ୩ ଦିନ ତାଙ୍କୁ ଖୋଜିଥିଲେ ସୁଦ୍ଧା ତାଙ୍କର ପତ୍ତା ପାଇ ନ ଥିଲେ। ପରେ ଗଜେନ୍ଦ୍ର ଗୁରୁତର ହୋଇ ବାରିପଦା ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ପରିବାର ଲୋକଙ୍କୁ ଖବର ଦେଇଥିଲେ ପୋଡ଼ାଡିହା ବନ ବିଭାଗର କର୍ମଚାରୀ। ପରେ ତାଙ୍କୁ କଟକ ନେଇ ଚିକିତ୍ସା କରାଇଥିବା ବେଳେ ଗୁରୁବାର ତାଙ୍କର ମୃତ୍ୟୁ ଘଟିଥିଲା। ବନ ବିଭାଗ କର୍ମଚାରୀ ଗଜେନ୍ଦ୍ରଙ୍କୁ ବାଡ଼େଇ ବାଡ଼େଇ ଗୁରୁତର କରିବାରୁ ତାଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ କରି ଗ୍ରାମବାସୀ ଏବଂ ପରିବାର ଲୋକେ କ୍ଷତିପୂରଣ ଦାବି କରି ମୃତଦେହ ରଖି ବିକ୍ଷୋଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮୦ବର୍ଷୀୟ ବୃଦ୍ଧାଙ୍କୁ ବଳାତ୍କାର ଘଟଣା: ଦୋଷୀଙ୍କୁ ୨୦ବର୍ଷ ଜେଲ୍‌

କଟକ,୧୬।୪(ପ୍ରଭୁକଲ୍ୟାଣ ପାଲ୍‌): ୮୦ବର୍ଷୀୟ ବୃଦ୍ଧାଙ୍କ ବଳାତ୍କାର ଦୋଷୀଙ୍କୁ ହୋଇଛି ୨୦ବର୍ଷ ଜେଲ । ୨୦୨୨ରେ କଟକରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ୮୦ବର୍ଷୀୟ ବୃଦ୍ଧାଙ୍କୁ ବଳାତ୍କାର ଘଟଣାରେ...

କେମିତି ମିଳିବ ନୂଆ LPG କନେକ୍ସନ, ଖର୍ଚ୍ଚରୁ ନେଇ ଆବେଦନ ଯାଏ; ଜାଣନ୍ତୁ ପୁରା ପ୍ରକ୍ରିୟା…

ନୂଆଦିଲ୍ଲୀ,୧୬।୪: ଭାରତରେ ରୋଷେଇ ପାଇଁ ଅନେକ ପରିବାର ପାଇଁ ଏଲପିଜି ଗ୍ୟାସ ସଂଯୋଗ ଏବେ ଏକ ଅତ୍ୟାବଶ୍ୟକ ସେବା ପାଲଟିଛି। ଯଦି ଆପଣ ଏକ ନୂତନ...

ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ ପେଟପୁରା ଖାଦ୍ୟ ନ ଦେଇ ଚାଉଳ ବଳକାଇ ଆତ୍ମସାତ କରୁଛି ସୟଂସେବା ଗ୍ରୁପ

କେସିଙ୍ଗା,୧୬.୪(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଅଧମୁଣ୍ଡା ଗ୍ରାମ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ, ଅନୁସୂଚିତ ଜନଜାତି,ଅନୁସୂଚିତ ଜାତି ଉନ୍ନୟନ ବିଭାଗର ବାଳକ...

ପାନୀୟ ଜଳ ସମସ୍ୟାକୁ ନେଇ ବିଡ଼ିଓଙ୍କୁ ଲିଖିତ ଅଭିଯୋଗ କଲେ ପୋଖରା ଗ୍ରାମବାସୀ, ସୋଲାର ପମ୍ପ ଟ୍ୟାଙ୍କ ଦାରା ପାନୀୟ ଜଳ ଯୋଗାଣ ପାଇଁ ଦାବି

ଥୁଆମୂଳ ରାମପୁର,୧୬।୪-(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ପଞ୍ଚାୟତ ସ୍ଥିତ ପୋଖରା ଗ୍ରାମରେ ପାନୀୟ ଜଳ ସମସ୍ୟାକୁ ନେଇ ବିଡ଼ିଓଙ୍କୁ ଲିଖିତ...

ରାସ୍ତାକଡ଼ ପାଉଁଶରେ ପଡି ଶିଶୁ ମୃତ୍ୟୁ ଘଟଣା: ଗିରଫ ହେଲେ ରାଇସ୍ ମିଲ୍ ମାଲିକ

ବରଗଡ଼,୧୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅନ୍ତର୍ଗତ ମହୁଲେ ଅଞ୍ଚଳର ଏକ ରାଇସ ମିଲରୁ ନିଷ୍କାସିତ ଉତ୍ତପ୍ତ ପାଊଁଶ ଗୁଣ୍ଡରେ ପଡି ବଇପୁର ଗ୍ରାମରାଜଣେ...

କିନ୍ନରଙ୍କ ସନ୍ଦେହଜନକ ମୃତ୍ୟୁ: ଜେଲ ଗଲେ ପୁରୁଷବନ୍ଧୁ, ଥାନା ଘେରାଉ କଲେ କିନ୍ନର ସଂଘ  

ଦିଗପହଣ୍ଡି,୧୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମର ବୁଲୁ ବିଷୋୟୀଙ୍କ ଘରୁ ଗତ ଶନିବାର ସକାଳେ ଦିଗପହଣ୍ଡି ସ୍ଥିତ ମା’ ଗୌରୀ...

ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ୨୧ ପ୍ଲଟ୍‌, ବିପୁଳ ସମ୍ପତ୍ତି ଠାବ

ଭୁବନେଶ୍ୱର,୧୬।୪: ଅନୁଗୁଳ ଜିଲାର ଆଠମଲ୍ଲିକ ବ୍ଲକର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ରାମ ଚନ୍ଦ୍ର ଶତପଥୀଙ୍କ ଘର ତଲାସୀ ସମୟରେ ୨୧ ଟି ମୂଲ୍ୟବାନ ପ୍ଲଟ୍, ୩୨୬...

ପୋଲ କାମ ବେଳେ ପଥର ବିସ୍ଫୋରଣ, ଚାଲିଗଲା ଶ୍ରମିକଙ୍କ ଜୀବନ

ବେଲଗୁଣ୍ଠା,୧୬ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଜାଲଖାଇ ବ୍ରିଜ୍‌ କାମ ବେଳେ ପଥର ବିସ୍ଫୋରଣରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ସେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image