ଭିଜିଲାନ୍ସ ଜାଲରେ ଫସିଲେ ଏସିଏଫ୍‌

ସମ୍ବଲପୁର,୬।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନର ଏସିଏଫ୍‌ ରେବତୀ ରମଣ ଯୋଶୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଏକକାଳୀନ ୯ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଥିବା ସୂଚନା ମିଳିଛି।

ଦୁର୍ନୀତି ନିବାରଣ ବିଭାଗର ୩ ଜଣ ଭିଏସପି, ୧୦ ଜଣ ଇନ୍ସପେକ୍ଟର ଓ ଅନ୍ୟ କର୍ମଚାରୀଙ୍କ ପକ୍ଷରୁ ସ୍ବତନ୍ତ୍ର ଭିଜିଲାନ୍ସ ବିଚାରପତି, ସମ୍ବଲପୁରଙ୍କ ଦ୍ବାରା ଜାରି ସର୍ଚ୍ଚ ୱାରେଣ୍ଟ ବଳରେ ସମ୍ବଲପୁର ଓ ବରଗଡ଼ର ବିଭିନ୍ନ ସ୍ଥାନରେ ଚଢାଉ ଜାରି ରହିଛି। ସେଥିମଧ୍ୟରେ ଯୋଶୀଙ୍କ ସମ୍ବଲପୁରର ଡିଅର ପାର୍କରେ ଥିବା ସରକାର କ୍ୱାର୍ଟର୍ସ, ସମ୍ବଲପୁର କାର୍ଯ୍ୟାଳୟ ଚାମ୍ବର, ସମ୍ବଲପୁରର ଅଇଁଠାପାଲିସ୍ଥିତ ତାଙ୍କର ତିନି ମହଲା କୋଠା, ସମ୍ବଲପୁର ବ୍ରିଜଧାମମ ହାଉସିଂ ସୋସାଇଟି, କାହ୍ନେୟା ବ୍ଲକରେ ସ୍ଥାନ ଫ୍ଲାଟ ନମ୍ବର ଜି-୫, ଓ ଜି-୬, ସମ୍ବଲପୁର ଫାର୍ମ ରୋଡ, ସିଟି ପ୍ରାଇଡ ଆପାର୍ଟମେଣ୍ଟ ବିଲଡିଂ ଫ୍ଲାଟ ନମ୍ବର ଏ-୪୦୬, ସମ୍ବଲପୁର-ଝିରସୁଗୁଡା ରାସ୍ତା ସମ୍ବଲପୁରର ମାଲିପାଲିରେ ଏକ ମହଲା ବିଶିଷ୍ଟ ବ୍ୟବସାୟିକ କୋଠା, ବରଗଡ଼ ଜିଲା ପଦ୍ମପୁରର ଥିବା ଏକ ମହଲା କୋଠା, ବରଗଡ଼ ଜିଲା ବିଜେପୁର ବଲଣ୍ଡା ଯୋଶୀଙ୍କ ପୈତୃକ ଘର ଅନ୍ତର୍ଭୁକ୍ତ। ଚଢ଼ାଉ ବେଳେ ପ୍ରାଥମିକ ପର୍ଯାୟରେ ଯୋଶୀଙ୍କ ସମ୍ବଲପୁରର ଡିଅର ପାର୍କସ୍ଥିତ ସରକାର କ୍ୱାର୍ଟର୍ସରୁ ନଗଦ ୧୪.୫ ଲକ୍ଷ ଟଙ୍କା ଜବତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଗଣବଳାତ୍କାର :ଦୁଇ ଯୁବକଙ୍କୁ ଆଜୀବନ କାରାଦଣ୍ଡ, ପୀଡ଼ିତାଙ୍କୁ ୧୫ଲକ୍ଷ ସହାୟତା ନିର୍ଦ୍ଦେଶ

ବ୍ରହ୍ମପୁର,୧୩ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ସ୍ବତନ୍ତ୍ର ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଶୁକ୍ରବାର ନାବାଳିକା ଗଣବଳାତ୍କାର ମାମଲାର ୨ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଆଜୀବନ...

ଜିଲା ପାଇଁ ଗୌରବ ଆଣିଲେ ଛାତ୍ର ପ୍ରୟାଗରାଜ

କୋକସରା,୧୩ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଟାଟା ଷ୍ଟିଲ (ୟାଟ୍ସ) ପକ୍ଷରୁ ଆୟୋଜିତ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ ପ୍ରତିଯୋଗିତାରେ ଭାଗ ନେଇଥିବା ୬୦ ଛାତ୍ରଛାତ୍ରୀଙ୍କ ମଧ୍ୟରୁ...

ଇସ୍ରୋ ଯିବେ ବିକାଶ ଛାତ୍ର ପ୍ରଜ୍ଞାନ କର

ବରଗଡ଼,୧୩।୧୨(ପ୍ରେମାନନ୍ଦ ଖମାରୀ): ସାରା ଓଡ଼ିଶାରୁ ୮୦ହଜାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ବରଗଡ଼ ବିକାଶ ଆବାସିକ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ର ପ୍ରଜ୍ଞାନ କର ଯୁବ ଜ୍ୟୋତିର୍ବିଜ୍ଞାନୀ ଭାବେ...

ଚକ୍‌ ଫାଟି ଟ୍ରକ୍‌ରେ ଲାଗିଲା ନିଆଁ

କୋକସରା,୧୩ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଜାତୀୟ ରାଜପଥ ୨୬ ଆମପାଣି ଷ୍ଟେଟବ୍ୟାଙ୍କ ନିକଟରେ ଶୁକ୍ରବାର ଅପରାହ୍ନରେ ଏକ ମାଲବୋଝେଇ ଟ୍ରକ୍‌ର...

ପୂର୍ବତନ ଭାରତୀୟ ହକି ଖେଳାଳୀ ଦିଲ୍ଲୀପ ତିର୍କୀଙ୍କ ମୋବାଇଲ ଚୋରି

ଭୁବନେଶ୍ୱର,୧୩ା୧୨(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀରେ ମାତିଲେ ଲୁଟେରା । ପୂର୍ବତନ ଏମପି(ରାଜ୍ୟ ସଭା ସାଂସଦ) ତଥା ଭାରତୀୟ ହକି ଖେଳାଳୀ ଦିଲ୍ଲୀପ ତିର୍କୀଙ୍କ ମୋବାଇଲ ଓ ୨...

ଗଣବଳାତ୍କାର ମାମଲା, ୨ ଅଭିଯୁକ୍ତଙ୍କୁ ଆଜୀବନ

ବ୍ରହ୍ମପୁର,୧୩ା୧୨ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସ୍ବତନ୍ତ୍ର ପୋକସୋ ଜଜ ପ୍ରଣତି ପଟ୍ଟନାୟକ ୨୦୨୧ରେ ଗୋଳନ୍ଥରା ଥାନା ଅଞ୍ଚଳରେ ଏକ ନାବାଳିକା ଗଣବଳାତ୍କାର ମାମମଲାର ଚୁଡାନ୍ତ...

ବିଡିଓଙ୍କୁ ଶୁଭେଚ୍ଛା ଜଣାଇବାକୁ ପହଞ୍ଚିଲେ….

କୋକସରା,୧୩।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକରେ ନୂତନ ଭାବେ ଯୋଗଦେଇଥିବା ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଡିଓ ଡ଼. ହିମାଞ୍ଚଳ ମାଝୀଙ୍କୁ ଶୁକ୍ରବାର କୋକସରା...

ସମିତିସଭ୍ୟ ମହାସଙ୍ଘର ୭ଜଣିଆ ଦଳ ଦାରିଙ୍ଗବାଡି ଗସ୍ତ: ବିଭିନ୍ନ ଦାବି ନେଇ….

ଦାରିଙ୍ଗବାଡି,୧୩।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ସମିତିସଭ୍ୟାସଭ୍ୟ ମହାସଙ୍ଘର ୭ଜଣିଆ ଦଳ ଦାରିଙ୍ଗବାଡି ଗସ୍ତ କରିଛନ୍ତି। ଦଳରେ ମହାସଙ୍ଘର ଜିଲା ସଭାପତି ବୈଦ୍ୟନାଥ ବେହେରାଙ୍କ ନେତୃତ୍ୱରେ ଉପସଭାପତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri