ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଡିଏଫଓଙ୍କୁ ମିଳିଲା ସାମାନ୍ୟ ଆଶ୍ୱସ୍ତି

କଟକ,୨୪।୬: ବହୁ ଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କୁ ହାଇକୋର୍ଟରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ପାରଳାଖେମୁଣ୍ଡି ଏସ୍‌ଡିଜେଏମ୍‌ କୋର୍ଟରେ ଚାଲିଥିବା ଏସିଏଫ ସୌମ୍ୟରଞ୍ଜନ ହତ୍ୟା ମାମଲାର ଶୁଣାଣି ଉପରେ ହାଇକୋର୍ଟ ସାମୟିକ ସ୍ଥଗିତାଦେଶ ଜାରି କରିଛନ୍ତି। ଏହି ମାମଲାରେ ସଂଗ୍ରାମ ବେହେରା, ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ଓ ରୋଷେୟା ମନ୍ମଥ କୁମ୍ଭଙ୍କ ବିରୋଧରେ ହତ୍ୟା ମାମଲା ଅଭିଯୋଗର ବିଚାର ପାଇଁ ପାରଳାଖେମୁଣ୍ଡି ଏସ୍‌ଡିଜେଏମ୍‌ କୋର୍ଟ ନୋଟିସ ଜାରି କରିଥିଲେ।
ଏସ୍‌ଡିଜେଏମ୍‌ କୋର୍ଟଙ୍କ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ସଂଗ୍ରାମ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ସଂଗ୍ରାମଙ୍କ ମାମଲାକୁ ହାଇକୋର୍ଟ ବିଚାର ପାଇଁ ଗ୍ରହଣ କରି ପ୍ରତିପକ୍ଷଙ୍କୁ ନୋଟିସ ଜାରି କରିବା ସହ ଅନ୍ତରୀଣ ସ୍ଥଗିତଦେଶ ଜାରି କରିଛନ୍ତି। ଆସନ୍ତା ଜୁଲାଇ ୨୭ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।

Share