ବଲାଙ୍ଗୀର ଅଫିସ,୨୬।୪: ନିଖିଳ ଓଡ଼ିଶା ଏମ୍ଡିଏମ୍ ପାଚିକା ସହାୟିକା ସଂଘ ବଲାଙ୍ଗୀର ଜିଲା କମିଟି ପକ୍ଷରୁ ମଙ୍ଗଳବାର ୧୦ ଦଫା ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏହି ଅବସରରେ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ପାଚିକା, ସହାୟିକାଙ୍କ ପାରିଶ୍ରମିକ ବୃଦ୍ଧି ଓ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ପାଚିକା ସହାୟିକାମାନେ ଆନ୍ଦୋଳନ କରିଛନ୍ତି। ଦାବିପତ୍ର ପ୍ରଦାନ ବେଳେ ସଂଘର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ଥିଲେ।