ବାପ-ପୁଅଙ୍କୁ ଏସିଡ୍‌ ମାଡ: ସ୍ବାସ୍ଥ୍ୟାବସ୍ଥା ଗୁରୁତର

ତୁମୁଡିବନ୍ଧ(ଦୀପକ କୁମା ପରାସେଠ): ବାପା ପୁଅଙ୍କୁ ଘରେ ଶୋଇଥିବା ସମୟରେ ଏସିଡ ମାଡ଼। ବିଳମ୍ବିତ ରାତିରେ ଘରେ ଶୋଇଥିବା ସମୟରେ ଦୁର୍ବୁତ୍ତ ଘରେ ପଶି ଏସିଡ ଫିଙ୍ଗି ପଳେଇ ଯାଇଥିବା ଅଭିଯୋଗ l ଏସିଡ ମାଡ଼ ବାପା-ପୁଅ ଗୁରୁତର। ଗୁରୁତର ଅବସ୍ଥାରେ ଆମ୍ବୁଲାନ୍ସ ଯୋଗେ ବିଳମ୍ବିତ ରାତିରେ ତୁମୁଡିବନ୍ଧ ମେଡିକାଲରେ ଭର୍ତ୍ତି କରାଯାଇଛି। କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ମୁଣ୍ଡିଗଡ଼ ପଞ୍ଚାୟତର ବୁଢା କୁଣ୍ଢେଲ ଗାଁରୁ ଏପରି ଅଭିଯୋଗ ଆସିଛି। ବୁଢ଼ା କୁଣ୍ଡେଲ ଗାଁର ମୋହନ ପନ୍ଦର ନିଜ ୧୨ ବର୍ଷର ପୁଅ ଅନୁଜଙ୍କ ସହ ଶୋଇଥିଲେ l ରାତ୍ରି ପ୍ରାୟ ୨ଟା ସମୟରେ ଶୋଇଥିବା ଅବସ୍ଥାରେ କେହି ଦୁର୍ବୁତ୍ତ ଆସି ଏସିଡ ଫିଙ୍ଗି ଦୌଡ଼ି ପଳେଇଥିବା ଅଭିଯୋଗ କରିଛନ୍ତି। ଏସିଡ ମାଡ଼ର ଶିକାର ହୋଇଥିବା ମୋହନ ପନ୍ଦର। ତେବେ ମୋହନ ଓ ତାଙ୍କ ପୁଅର ଛାତି ଓ ମୁହଁ ପୋଡି ଯାଇଥିବାବେଳେ ତୁମୁଡିବନ୍ଧ ମେଡିକାଲରେ ଚିକିତ୍ସାଧିନ ଅଛନ୍ତି। ତୁମୁଡିବନ୍ଧ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆତଙ୍କ ଖେଳାଛନ୍ତି ୨୯ଟିକିଆ ହାତୀପଲ: ଭାଙ୍ଗିଲେ ଘର ଖାଇଲେ ଧାନ, ଚାଉଳ

ପାଟଣା,୧୯।୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ   ଏକ ୨୯  ଟିକିଆ ବଣୁଆ ହାତୀପଲ ଅଞ୍ଚଳରେ ଆତଙ୍କ ଖେଳାଛନ୍ତି।  ଶୁକ୍ରବାର ବିଳମ୍ବିତ ରାତିରେ  ହାତୀପଲ ପଶି...

ବିଜେଡିକୁ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ଟାର୍ଗେଟ, କହିଲେ…

ସିଂହପୁର,୧୯।୧୦(ଅନଙ୍ଗ ଉଦୟ ବେଉରିଆ): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ସିଂହପୁରସ୍ଥିତ କାଳୀପଡ଼ିଆଠାରେ ଶୁକ୍ରବାର ଅପରାହ୍ନରେ ବିଞ୍ଝାରପୁର ଭାଜପା ପକ୍ଷରୁ ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ...

ଲକ୍ଷ୍ମୀ ମେଢ ଭସାଣିକୁ କେନ୍ଦ୍ର କରି ସୀମାନ୍ତରେ ଉତ୍ତେଜନା ରାସ୍ତା ଅବରୋଧ କଲେ ପଶ୍ଚିମବଙ୍ଗ ଲୋକେ

ଭୋଗରାଇ, ୧୯ା୧୦( ପ୍ରଦୀପ ଦାସ): ଲକ୍ଷ୍ମୀପୂଜା ମେଢ଼ ଭସାଣିକୁ କେନ୍ଦ୍ର କରି ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତରେ ଉତ୍ତେଜନା ଦେଖାଦେଇଛି। ତାଳସାରୀ ମେରାଇନ ଥାନା...

କୋଟିଆ ପଞ୍ଚାୟତର ନୂଆ ଭୋଟକେନ୍ଦ୍ର ଉପରେ ମୋହର ମାରିଲେ କେନ୍ଦ୍ର ନିର୍ବାଚନ ଅଧିକାରୀ: ଗ୍ରାମରେ ଖେଳିଗଲା ଖୁସି

ପଟ୍ଟାଙ୍ଗି,୧୯।୧୦(ଶରତ ଧଳ): ଓଡ଼ିଶାର ଭୋଟରଙ୍କ ଦୁର୍ବଳତାର ଫାଇଦା ଉଠାଇ ପଡୋଶୀ ଆନ୍ଧ୍ର ରାଜ୍ୟ ନିଜ ସପକ୍ଷରେ ପଞ୍ଚାୟତ ଓ ବିଧାନସଭା ଦୁଇଟି ନିର୍ବାଚନରେ ଫାଇଦା ଉଠାଇ...

ପରପାରିରେ କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟକ ଉତ୍କଳ କେଶରୀ

କେନ୍ଦ୍ରାପଡ଼ା,୧୯।୧୦:କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡ଼ାଙ୍କ ଶନିବାର ଦେହାନ୍ତ ହୋଇଛି। ୬୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଅସୁସ୍ଥତା ହେତୁ...

ଧରିତ୍ରୀ ପ୍ରଭାବ: ଚୋରା ମଦ ବିକ୍ରି ଅଭିଯୋଗ ଘଟଣାରେ ପୋଲିସର ରେଡ

ଦାରିଙ୍ଗବାଡି, ୧୯।୧୦ (ଅରୁଣ ସାହୁ )-ସିମନବାଡି ଅଞ୍ଚଳରେ ଚୋରାଦେଶୀ ମଦ ଓ ନକଲି ବିଦେଶୀ ମଦ ବିକ୍ରି ଅଭିଯୋଗ ଘଟଣାରେ ପୋଲିସ ଆକ୍ସନ ମୋଡ଼ରେ ରହିଛି।...

ରେଳ କର୍ମଚାରୀଙ୍କ ଘରେ ପଶିଲେ ଲୁଟେରା: ହାତଗୋଡ଼ ବାନ୍ଧି ସବୁ ଲୁଟିନେଲେ

ରାଉରକେଲା,୧୯।୧୦(ସଂଗୀତା ଜେନା): ରାଉରକେଲା ବନ୍ଧମୁଣ୍ଡାରେ ବଡ଼ ଧରଣର ଡକାୟତି ହୋଇଛି। ଫିଲ୍ମ ଷ୍ଟାଇଲରେ ଏହି ଡକାୟତି ହୋଇଥିବା ଜଣାପଡିଛି। ଶୁକ୍ରବାର ବିଳମ୍ବିତ ରାତିରେ ମାରଣାସ୍ତ୍ର ଦେଖାଇ...

୩ଶହ ସ୍କୁଲରେ ପାଠପଢ଼ା ବନ୍ଦ: ଜିଲାଭିତ୍ତିକ ନିଯୁକ୍ତିକୁ ସମର୍ଥନ କରି ପିଲାଙ୍କୁ ସ୍କୁଲ ପଠାଇଲେନି ଅଭିଭାବକ

ନବରଙ୍ଗପୁର, ୧୮/୧୦(ସଦାଶିବ ପ୍ରହରାଜ): ଜିଲାଭିତ୍ତିକ ନିଯୁକ୍ତିକୁ ସମର୍ଥନ କରି ପିଲାଙ୍କୁ ସ୍କୁଲ ଯିବାକୁ ବାରଣ କଲେ ଅଭିଭାବକ। ପ୍ରଥମେ ଅବିଭକ୍ତ କୋରାପୁଟ ଜିଲାକୁ ବନ୍ଦ ଡାକରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri