ଗଣେଶ ପୂଜାରେ ବାଜିବନି ଡିଜେ: ମୂର୍ତ୍ତି ବିକୃତ କଲେ କାର୍ଯ୍ୟନୁଷ୍ଠାନ

ଭୁବନେଶ୍ୱର,୧୮।୮: ସେପ୍ଟେମ୍ବର ୭ରେ ଗଣେଶ ପୂଜା। ଏନେଇ କାରିଗରମାନେ ମୂର୍ତ୍ତି ନିର୍ମାଣ କାମ ଆରମ୍ଭ କରିଦେଇଛନ୍ତି। ହେଲେ ଚଳିତ ପୂଜାରେ ଗଣେଶ ମୂର୍ତ୍ତି ଯେପରି ବିକୃତ ନ ହୁଏ, ସେଥିପ୍ରତି ଗୁରୁତ୍ୱ ଦିଆଯିବ ବୋଲି ପୋଲିସ କମିଶନର ସଞ୍ଜୀବ ପଣ୍ଡା କହିଛନ୍ତି।

ଯଦି କୌଣସି କ୍ଲବ କିମ୍ବା ଅନୁଷ୍ଠାନ ମୂର୍ତ୍ତିକୁ ବିକୃତ କରନ୍ତି, ତେବେ ଆଇନ ଅନୁଯାୟୀ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏପରିକି ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଶଦ୍ଦ ପ୍ରଦୂଷଣ ଯେପରି ନ ହେବ, ସାଉଣ୍ଡ ଲିମିଟ ଅନୁଯାୟୀ ବକ୍ସ ବଜାଯିବ ବୋଲି ପୋଲିସ କମିଶନର ସୂଚନା ଦେଇଛନ୍ତି।

ଏପରି କି ପୂଜାରେ ରାଜଧାନୀରେ ଡିଜେ ବନ୍ଦ ରହିବ। ଭସାଣିରେ ପାରମ୍ପରିକ ବାଦ୍ୟ ପରିବେଷଣ କରିବାକୁ ଅନୁମତି ମିଳିବ। ଉଭୟ ମେଲୋଡି ଓ ଭସାଣିରେ ମଧ୍ୟ ଡିଜେ ବନ୍ଦ ରହିବ ବୋଲି ସୂଚନା ମିଳିଛି। ରବିବାର କମିଶନରେଟ ପୋଲିସ ଏବଂ ରାଜଧାନୀର ବିଭିନ୍ନ ପୂଜା କମିଟି ମଧ୍ୟରେ ଏକ କୋଅର୍ଡିନେଶନ ବୈଠକ ବସିଥିଲା। ବୈଠକରେ ଗଣେଶ ପୂଜା ପାଇଁ ଜବରଦସ୍ତ ଚାନ୍ଦା ଆଦାୟକୁ ବାରଣ ସହ ପୂଜାକୁ ନିଶାମୁକ୍ତ କରାଯିବାକୁ ନିଷ୍ପତ୍ତି ନିଆଯାଇଛି।

ଭସାଣି ଶୋଭାଯାତ୍ରା ପୂର୍ବରୁ ପୋଲିସ ଅନୁମତି ନେବା ଜରୁରୀ । ଚଳିତବର୍ଷ ପୂଜା ପାଇଁ ସିସିଟିଭି ନଜରରେ ରହିବ ସାରା ସହର। ଏପରିକି ପୂଜା କମିଟି ପବ୍ଲିକ ଭଲ୍ୟୁଣ୍ଟର ମଧ୍ୟ ନିୟୋଜିତ କରିବେ। ୭ରେ ଗଣେଶ ପୂଜା। ୮, ୧୧ ଓ ୧୨ ତାରିଖରେ ଭସାଣି ପାଇଁ ସ୍ଥିର କରାଯାଇଛି। ପୋଲିସର ଏହି ନିଷ୍ପତ୍ତି ଉପରେ ରାଜଧାନୀର ସମସ୍ତ ପୂଜା କମିଟି ସହମତ ପ୍ରକାଶ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ଥାନାରେ ଲୋମଟାଙ୍କୁରା କଳା ରାତିର କଥା କହିବା ପରେ, ଏବେ ଡିସିପିଙ୍କ ମନ୍ତବ୍ୟକୁ ନେଇ…

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ପୀଡ଼ିତା ମୁହଁ ଖୋଲିବା ପରେ ଏବେ ଡିସିପିଙ୍କ ମନ୍ତବ୍ୟ ନେଇ ପ୍ରଶ୍ନ ଉଠୁଛି।...

ରେଡ୍‌ ଡଟ୍‌ ହେଲ୍‌ଥ ସହ ଉତ୍କଳ ହସ୍ପିଟାଲର ବୁଝାମଣା

ଭୁବନେଶ୍ୱର,୨୦।୯ (ଅଭୟ ଦାଶ):ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ଭୁବନେଶ୍ୱରର ଉତ୍କଳ ହସ୍ପିଟାଲ ଏବଂ ରେଡ୍‌ ଡଟ୍‌ ହେଲ୍‌ଥ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ...

ନବୀନଙ୍କ କଥାରେ ଚିହିଁକି ଉଠିଲେ ସୁରେଶ ପୂଜାରୀ: କହିଲେ ଶହେ ଦିନର ସରକାରକୁ…

ଭୁବନେଶ୍ୱର,୨୦।୯: ନବୀନଙ୍କ ନ୍ୟାୟିକ ତଦନ୍ତ ଦାବିକୁ କଟାକ୍ଷ କଲେ ମନ୍ତ୍ରୀ ସୁରେଶ ପୂଜାରୀ। ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ...

କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ କେନ୍ଦୁଝରରେ ପହଞ୍ଚିଛନ୍ତି। ରାଇସୁଆଁ ଏୟାରଷ୍ଟ୍ରିପରେ ଓହ୍ଲାଇ ରାସ୍ତା ପଥରେ ସିଧାସଳଖ...

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା: ମୁହଁ ଖୋଲିଲେ ନବୀନ, କହିଲେ….

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ ଖୋଲିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ଏହି ଘଟଣା...

ହାତୀ ଘଉଡ଼ାଇବାକୁ ଯାଇ ଆକ୍ରମଣର ଶିକାର ହେଲେ ବନ କର୍ମଚାରୀ

ଅନୁଗୋଳ,୨୦ା୯: ହାତୀ ଘଉଡ଼ାଇବାକୁ ଯାଇଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ହୋଇଛି। ମହୀଧରପୁର ଫାଣ୍ଡି ଫୁଲପଡ଼ା ଗାଁରେ ବନ କର୍ମଚାରୀଙ୍କୁ  ଜଣେ ବ୍ୟକ୍ତି ଆକ୍ରମଣ କରିଛନ୍ତି। ତେବେ...

ଶୌଚ ହେବାକୁ ଯାଇ ଚାଲିଗଲା ବୃଦ୍ଧଙ୍କ ଜୀବନ

ବରୀ,୨୦।୯(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ରାମଚନ୍ଦ୍ରପୁର ଥାନା ଅଧିନସ୍ଥ ଧାରପୁର ପଂଚାୟତ ନାଥପୁର ଗ୍ରାମର ଅବନୀ ଜେନା (୬୩) ବର୍ଷ ସ୍ଥାନୀୟ ଅମୃତ ସରୋବରକୁ...

ଶିକ୍ଷକ ସଂଘରେ ଫାଟ: ରାଜ୍ୟ କାର୍ଯ୍ୟକାରିଣୀ ବୈଠକକୁ ବିରୋଧ କଲେ ଗୋଟିଏ ଗୋଷ୍ଠୀ

ଭଦ୍ରକ, ୨୦।୯(ସନାତନ ରାଉତ): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘରେ ଫାଟ। ସଂଘ ପକ୍ଷରୁ ଶୁକ୍ରବାର ନୂତନ ଜାତୀୟ ଶିକ୍ଷାନୀତି ସମ୍ବନ୍ଧରେ ଆଲୋଚନା ଚକ୍ର ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri