ସକ୍ରିୟ ମାମଲା ଲକ୍ଷେ ତଳେ…

ନୂଆଦିଲ୍ଲୀ, ୨୧।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ଲକ୍ଷେ ତଳେ ରହିଛି।

ମହାରାଷ୍ଟ୍ର, କେରଳ, କର୍ନାଟକ ଏବଂ ଦିଲ୍ଲୀରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି। ଦିଲ୍ଲୀରେ ମାସ୍କ ନପିନ୍ଧିଲେ ଜରିମାନା ଆଦାୟ କରିବାକୁ ନିର୍ଦ୍ଦେଶ ଜାରି ହୋଇଛି।

ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବଢ଼ି ହଜାରେ ଉପରେ ରହିଛି। ଏହା ୧,୨୮୭ ରହିଛି। ଗୋଟିଏ ଦିନ ତଳେ ଏହା ୬୬୪ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ବଢ଼ି ୪୩ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩୬ ଥିଲା। ଏହି ସମୟରେ ସକ୍ରିୟ ମାମଲା ୯୯ ହଜାର ୮୭୯ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ଲକ୍ଷେ ୧ ହଜାର ୧୬୬ ଥିଲା। ସେହିପରି ୨୪ ଘଣ୍ଟାରେ ୧୨ ହଜାର ୭୮୩ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୩ ହଜାର ୯୦୦ ଥିଲା।

ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୭ ହଜାର ୩୩୨ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୩ ଲକ୍ଷ ୩୯ ହଜାର ୪୨୯ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୭ ଲକ୍ଷ୧୨ ହଜାର ୨୧୮ ଜଣ ସୁସ୍ଥ ହୋଇ ସାରିଛନ୍ତି।

Share