ସକ୍ରିୟ ମାମଲା ୧୨ ହଜାର ତଳେ …

ନୂଆଦିଲ୍ଲୀ, ୭।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା କମିବାରେ ଲାଗିଛି। ଦୈନିକ ସଂକ୍ରମଣ ହଜାରେ ୩୩ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪୩ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି। ଏହି ସମୟରେ ସକ୍ରିୟ ମାମଲା ୧୨ ହଜାର ତଳେ ରହିଛି। ଏହା ୧୧ ହଜାର ୬୩୯ ରହିଛି।

ସେହିପରି ୨୪ ଘଣ୍ଟାରେ ୧ ହଜାର ୨୨୨ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୧ ହଜାର ୫୩୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୦ ଲକ୍ଷ ୩୧ ହଜାର ୯୫୮ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୪ ଲକ୍ଷ ୯୮ ହଜାର ୭୮୯ ଜଣ ସୁସ୍ଥ ହୋଇ ସାରିଛନ୍ତି। ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୮୫ କୋଟି ୨୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୩୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୯ କୋଟି ୮୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।

ଗତ ୨୪ ଘଣ୍ଟାରେ କେରଳର ସର୍ବାଧିକ ୩୬୧ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଦିଲ୍ଲୀରେ ୧୨୬ ଜଣ, ମହାରାଷ୍ଟ୍ରରେ ୧୦୮ ଜଣ ଏବଂ ମିଜୋରାମ୍‌ରେ ୧୦୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Share