ନୂଆଦିଲ୍ଲୀ, ୨୯।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୧୯ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ିଛି। ଏହା ୧୬ ଶହରୁ କମ୍ ରହିଛି। ଏହା୧,୫୬୯ ରହିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪ ରହିଛି। ଏହି ସମୟରେ ସକ୍ରିୟ ମାମଲା ୧୮ ହଜାର ୮୦୨ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୨ ହଜାର ୧୬୧ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୯ ହଜାର ୮ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୫୦ ହଜାର ୬୬୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୨ ହଜାର ୮୫୨ ଜଣ ସୁସ୍ଥ ହୋଇ ସାରିଛନ୍ତି।