ସକ୍ରିୟ ମାମଲା ୫ ହଜାର ତଳେ…

ନୂଆଦିଲ୍ଲୀ, ୩।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୫ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ିଛି। ଦୈନିକ ସଂକ୍ରମଣ ୩ ଶହ ତଳେ ରହିଛି। ଏହା କମି ୨୫୩ ରହିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୩ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା କମି ୪ ହଜାର ୫୯୭ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୩୭୭ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୬୨୭ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୭୩ ହଜାର ୧୬୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୩୭ ହଜାର ୯୪୨ ଜଣ ସୁସ୍ଥ ହୋଇ ସାରିଛନ୍ତି।

Share