୮୧ ହଜାର ଟପିଲା ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୨୨।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ିଛି। ଏହା ୧୨ ହଜାର ୨୪୯ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୯ ହଜାର ୯୨୩ ରହିଥିଲା।

ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୩ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୭ ଥିଲା। ଏହି ସମୟରେ ସକ୍ରିୟ ମାମଲା ପୁଣି ୮୧ ହଜାର ଟପିଛି। ଏଭଳି ଜାରି ରହିଲେ ଚଳିତ ସପ୍ତାହରେ ଏହା ୯୦ ହଜାର ଟପିବାର ଆଶଙ୍କା ରହିଛି। ଗତ ୨୪ ଘଣ୍ଟାରେ ଏହା ୮୧ ହଜାର ୬୮୭ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୯ ହଜାର ୮୬୨ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହି ସଂଖ୍ୟା ୭ ହଜାର ୨୯୩ ଥିଲା। ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୩,୬୫୯ ଜଣ, କେରଳରେ ୨,୬୦୯ ଜଣ, ଦିଲ୍ଲୀରେ ୧,୩୮୩ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।

ସେହିପରି ତାମିଲନାଡୁରେ ୭୩୭ ଜଣ, କର୍ନାଟକରେ ୭୩୮ ଜଣ, ଉତ୍ତରପ୍ରଦେଶରେ ୪୮୭ ଜଣ, ହରିୟାଣାରେ ୬୧୧ ଜଣ, ପଶ୍ଚିମବଙ୍ଗରେ ୪୦୬, ଗୁଜରାଟରେ ୨୨୬, ତେଲେଙ୍ଗାନାରେ ୪୦୩, ପଞ୍ଜାବ ୧୦୫, ଗୋଆରେ ୧୩୫ ଜଣ ରାଜସ୍ଥାନ ୧୧୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୪ ହଜାର ୮୭୩ ଛୁଇଁଛି।

ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୩ ଲକ୍ଷ ୯ ହଜାର ୪୭୩ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୭ ଲକ୍ଷ ୭ ହଜାର ୯୦୦ ଜଣ ସୁସ୍ଥ ହୋଇ ସାରିଛନ୍ତି। ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୬ କୋଟି ୫୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୭୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୩ କୋଟି ୯୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି।

Share