୯୯ ହଜାର ଟପିଲା ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୨୯।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୪ ହଜାର ୫୦୬ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୧ ହଜାର ୭୯୩ ଥିଲା।

ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୩୦ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨୭ ଥିଲା। ଏହି ସମୟରେ ସକ୍ରିୟ ମାମଲା ପୁଣି ୯୯ ହଜାର ଟପିଛି। ଏଭଳି ଜାରି ରହିଲେ ଗୋଟିଏ ଦିନ ପରେ ଏହା ଲକ୍ଷେ ଟପିବାର ଆଶଙ୍କା ରହିଛି। ଗତ ୨୪ ଘଣ୍ଟାରେ ଏହା ୯୯ ହଜାର ୬୦୨ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୯୬ ହଜାର ୭୦୦ ଥିଲା। ସେହିପରି ୨୪ ଘଣ୍ଟାରେ ୧୧ ହଜାର ୫୭୪ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୯ ହଜାର ୪୮୬ ଥିଲା।

ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୫ ହଜାର ୭୭ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୪ ଲକ୍ଷ ୩୩ ହଜାର ୩୪୫ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୮ ଲକ୍ଷ ୮ ହଜାର ୬୬୬ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୩,୪୮୨ ଜଣ, କେରଳରେ ୨,୯୯୩ଜଣ, ଦିଲ୍ଲୀରେ ୮୭୪ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ତାମିଲନାଡୁରେ ୧,୪୮୪ ଜଣ, ହରିୟାଣାରେ ୪୩୭ ଜଣ, କର୍ନାଟକରେ ୯୬୮ ଜଣ, ପଶ୍ଚିମବଙ୍ଗରେ ୯୫୪, ଉତ୍ତରପ୍ରଦେଶରେ ୫୧୯ ଜଣ, ତେଲେଙ୍ଗାନାରେ ୪୫୯, ଗୁଜରାଟରେ ୪୭୫, ଗୋଆରେ ୧୬୮ ଜଣ, ରାଜସ୍ଥାନ ୧୩୪ ଜଣ, ବିହାରରେ ୨୧୧ ଜଣ, ଛତିଶଗଡ଼ ୧୮୬, ପଞ୍ଜାବ ୧୯୪ ଜଣ, ଆନ୍ଧ୍ରପ୍ରଦେଶରେ ୧୭୨ ଜଣ, ଓଡ଼ିଶା ୧୬୧ ନୂଆ, ହିମାଚଳପ୍ରଦେଶ ୧୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୭ କୋଟି ୫୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୮୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୪ କୋଟି ୩୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

UPSC ଫଳାଫଳ ପ୍ରକାଶିତ: ଜାଣନ୍ତୁ କେମିତି କରିବେ ଚେକ୍‌

ନୂଆଦିଲ୍ଲୀ,୨୨।୪:ଲୋକସେବା ଆୟୋଗ ଦ୍ୱାରା UPSC ଚୂଡ଼ାନ୍ତ ଫଳାଫଳ ଘୋଷଣା କରାଯାଇଛି। ସମସ୍ତ ପ୍ରାର୍ଥୀ upsc.gov.in କୁ ଯାଇ ଗୋଟିଏ କ୍ଲିକ୍‌ରେ ସେମାନଙ୍କର ଫଳାଫଳ ଦେଖିପାରିବେ। ଏଥର,...

‘ସଂସଦ ସର୍ବୋଚ୍ଚ, ଏହା ଉପରେ କେହି ନୁହଁନ୍ତି’: ପୁଣି ସୁପ୍ରିମକୋର୍ଟକୁ ଟାର୍ଗେଟ୍‌ କଲେ ଉପରାଷ୍ଟ୍ରପତି

ନୂଆଦିଲ୍ଲୀ,୨୨।୪: ଉପରାଷ୍ଟ୍ରପତି ଜଗଦୀପ ଧନଖର ପୁଣି ଥରେ ଭାରତର ସମ୍ବିଧାନରେ ନିର୍ଦ୍ଦିଷ୍ଟ ଶାସନ ଢାଞ୍ଚାରେ ନ୍ୟାୟପାଳିକାର ଭୂମିକା ଏବଂ ସୀମା ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ...

ପ୍ରବଳ ଖରାରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପକ୍ଷରୁ ଦହିପଣା ବଣ୍ଟନ

ଛତ୍ରପୁର,୨୨।୪,(ଦିଲ୍ଲୀପ ସାମଲ) : ଗ୍ରୀଷ୍ମ ପ୍ରବାହ ଯୋଗୁଁ ଚାରିଆଡେ ଜନ ଜୀବନ ଅସ୍ତ ବ୍ୟସ୍ତ ହୋଇପଡିଥିବା ବେଳେ ଗଞ୍ଜାମ ଜିଲାର ସଦର ମହକୁମା ଛତ୍ରପୁର ସହର...

ଅତି ସହଜରେ ଘରେ ପ୍ରସ୍ତୁତ କରନ୍ତୁ ମ୍ୟାଙ୍ଗୋ କୁଲ୍‌ଫି; ଜାଣନ୍ତୁ ପ୍ରସ୍ତୁତି ପ୍ରଣାଳୀ…

ଖରାଦିନ ଆସିଲେ ଥଣ୍ଡା ଖାଇବାକୁ ମନ ବଳିଥାଏ। ସେ ଆଇସକ୍ରିମ ହେଉ ଅବା ଲସି ଘରେ ଘରେ ଏହାର ଚାହିଦା ବଢ଼ିଯାଇଥାଏ। ହେଲେ ଆଜିର ସମୟରେ...

IPL ରେ ଏହି ଟିମ ଉପରେ ଆସିଲା Match Fixing ଅଭିଯୋଗ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୪: ଲକ୍ଷ୍ନୌ ସୁପରଜାଏଣ୍ଟସ ବିପକ୍ଷରେ ଜିତିଥିବା ମ୍ୟାଚ ହାରିବା ପରେ ରାଜସ୍ଥାନ ରୟାଲ୍ସ ଉପରେ Match Fixingର ଅଭିଯୋଗ ଆସିଛି। ଏହି ମ୍ୟାଚରେ ରାଜସ୍ଥାନକୁ ଜିତିବା...

ବିବାହ ବାର୍ଷିକୀରେ ମା’ ହେଲେ ଜ୍ୱାଲା ଗୁଟ୍ଟା: ଖୁସି ହେଲା ଦ୍ୱିଗୁଣିତ

ଚେନ୍ନାଇ,୨୨।୪: ପୂର୍ବତନ ଭାରତୀୟ ବ୍ୟାଡମିଣ୍ଟନ ତାରକା ଜ୍ୱାଲା ଗୁଟ୍ଟା ମା’ ହୋଇଛନ୍ତି। ସେ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ଏହାସହ ଜ୍ୱାଲାଙ୍କ ଖୁସି ଦ୍ୱିଗୁଣିତ ହୋଇଛି।...

ଏମିତି ବି ଆସେ ମୃତ୍ୟୁ! ମା’ ବିଦ୍ୟୁତ ସଂସ୍ପର୍ଶରେ ଆସିବା ଦେଖି ଧାଇଁ ଯାଇଥିଲେ ପୁଅ, ଏକାଠି ଚାଲିଗଲା ଦୁହିଁଙ୍କ ଜୀବନ

ଭବାନୀପାଟଣା,୨୨।୪( ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌.ରାମପୁର ଥାନା ଅନ୍ତର୍ଗତ ସାଇ ଦଲଙ୍ଗା ଗ୍ରାମ ପଞ୍ଚାୟତର ଟୁର୍ଚି (ଡଙ୍ଗର ପଡ଼ା)ରୁ ମଙ୍ଗଳବାର ସକାଳୁ ଏକ...

ଫସିଗଲେ ବାବା ରାମଦେବ, ଭର୍ତ୍ସନା କଲେ Delhi High Court

ନୂଆଦିଲ୍ଲୀ,୨୨।୪: ଦିଲ୍ଲୀ ହାଇକୋର୍ଟ ହମଦର୍ଦ କମ୍ପାନୀ ଏବଂ ଏହାର ଲୋକପ୍ରିୟ ଉତ୍ପାଦ ରୁହ ଅଫଜା ବିରୁଦ୍ଧରେ ଆପତ୍ତିଜନକ ମନ୍ତବ୍ୟ ପାଇଁ ଯୋଗଗୁରୁ ବାବା ରାମଦେବଙ୍କୁ ଭର୍ତ୍ସନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image