Categories: ଜାତୀୟ

ଥମୁଛି ସକ୍ରିୟ ମାମଲା-ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୫।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାରରେ ବୃଦ୍ଧି ଘଟିଛି। ସେହିପରି ସୁସ୍ଥତା ହାରରେ ମଧ୍ୟ ବୃଦ୍ଧି ହୋଇଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୬୩ ହଜାର ଟପିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୬ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଏହା ୬,୯୨୫ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୭,୧୭୮ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୫ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୮ ଥିଲା।
ଏହି ସମୟରେ ସକ୍ରିୟ ମାମଲା ୬୩ ହଜାର ୩୮୦ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୬୫ ହଜାର ୬୮୩ ଥିଲା। ସେହିପରି ୨୪ ଘଣ୍ଟାରେ ୯,୨୧୩ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୯,୦୧୧ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୩୬୯ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୫ ହଜାର ୮୨୭ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୩ ଲକ୍ଷ ୧୧ ହଜାର ୭୮ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Share