କମୁଛି ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୨୪।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୧ ହଜାର ୯୩୮ ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା କମି ୭୦ ତଳେ ରହିଛି। ଏହା ୬୭ରେ ପହଞ୍ଚିିଛି। ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି। ଏହି ସମୟରେ ସକ୍ରିୟ ମାମଲା ୩୦ ହଜାର ତଳେ ରହିଛି। ଏହା ୨୨ ହଜାର ୪୨୭ ରହିଛି।

ସେହିପରି ୨୪ ଘଣ୍ଟାରେ ୨ ହଜାର ୫୩୧ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୧୬ ହଜାର ୬୭୨ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୦ ଲକ୍ଷ ୧୪ ହଜାର ୬୮୭ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୪ ଲକ୍ଷ ୭୫ ହଜାର ୫୮୮ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ କେରଳର ସର୍ବାଧିକ ୭୦୨ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମିଜୋରାମ୍‌ରେ ୧୯୧ଜଣ, ମହାରାଷ୍ଟ୍ରରେ ୧୪୯ଜଣ ଏବଂ ଦିଲ୍ଲୀରେ ୧୩୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୮୨ କୋଟି ୨୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୨୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୮ କୋଟି ୮୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।

Share