Categories: ଜାତୀୟ

ସକ୍ରିୟ ମାମଲା ୨୩ ହଜାରରୁ କମ,ଦୈନିକ ସଂକ୍ରମଣ ୧୫ ଶହ ତଳେ…

ନୂଆଦିଲ୍ଲୀ, ୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୨୩ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୫ ଶହରୁ କମ ରହିଛି। ଗତ ୨୪ ଘଣ୍ଟାରେ ଏହା ୧,୩୨୭ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧,୮୩୮ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୧ ଥିଲା। ଏହି ସମୟରେ ସକ୍ରିୟ ମାମଲା ୨୨ ହଜାର ୭୪୨ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨୫ ହଜାର ୧୭୮ ଥିଲା। ସେହିପରି ୨୪ ଘଣ୍ଟାରେ ୩,୭୫୨ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୩,୮୬୧ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୭୦୭ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୭୨ ହଜାର ୮୦୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୪ ଲକ୍ଷ ୧୮ ହଜାର ୩୫୧ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Share