ସକ୍ରିୟ ମାମଲା କମିଲା…

ନୂଆଦିଲ୍ଲୀ, ୧୦।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୫ ହଜାର ତଳେ ରହିଛି। ସେହିପରି ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୩ ଶହ ତଳେ ରହିଛି। ଏହା ୨୧୦ ରହିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା କମି ୪ ହଜାର ୪୭ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୧୮୧ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୬୫୪ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୭୪ ହଜାର ୬୪୯ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୩୯ ହଜାର ୯୪୮ ଜଣ ସୁସ୍ଥ ହୋଇ ସାରିଛନ୍ତି।

Share