ସକ୍ରିୟ ମାମଲା ୬୦ ହଜାର ତଳେ…

ନୂଆଦିଲ୍ଲୀ, ୬।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୬ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୫ ହଜାର ୪୭୬ ରେ ପହଞ୍ଚିଛି। ଦେଶରେ କରୋନାରେ ଏହି ସମୟ ମଧ୍ୟରେ ୧୫୮ ଜଣଙ୍କ ମୃତ୍ୟୁ ଘଟିଛି। ଗତ ୨୪ ଘଣ୍ଟାରେ ୯ ହଜାର ୭୫୪ ଜଣ ସୁସ୍ଥ ହୋଇଛନ୍ତି।

ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି। ଏହି ସମୟରେ ସକ୍ରିୟ ମାମଲା ୬୦ ହଜାର ତଳେ ପହଞ୍ଚିଛି। ଏହା ୫୯ ହଜାର ୪୪୨ ରହିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୧୫ ହଜାର ୩୬ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୨୯ ଲକ୍ଷ ୬୨ ହଜାର ୯୫୩ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୩ ଲକ୍ଷ ୮୮ ହଜାର ୪୭୫ ଜଣ ସୁସ୍ଥ ହୋଇ ସାରିଛନ୍ତି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୭୮ କୋଟି ୮୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟିରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୭ କୋଟି ୧୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।

ଗତ ୨୪ ଘଣ୍ଟାରେ କେରଳର ସର୍ବାଧିକ ୧,୮୩୬ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମିଜୋରାମ୍‌ରେ ୫୬୮ ଏବଂ ମହାରାଷ୍ଟ୍ରରେ ୫୩୫ ରେ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Share