ଚିକିତ୍ସା ପାଇଁ ଦିଲ୍ଲୀ ଯିବେ ଅଭିନେତା ପିଣ୍ଟୁ ନନ୍ଦ

ଭୁବନେଶ୍ୱର,୪।୨ (ବ୍ୟୁରୋ): ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦ ଦୀର୍ଘଦିନ ହେଲା ଲିଭର ସିରୋସିସ୍‌ ରୋଗରେ ପୀଡ଼ିତ ଅଛନ୍ତି। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ନିଆଯିବ ବୋଲି ଜଣାପଡ଼ିଛି। ଆବଶ୍ୟକ ପଡ଼ିଲେ ସେଠାରେ ଲିଭର ଟ୍ରାନ୍ସପ୍ଲାଣ୍ଟ୍‌ ବା ପ୍ରତିରୋପଣର ଆବଶ୍ୟକତା ପଡିପାରେ। ଏହି ଚିକିତ୍ସା ପାଇଁ ପ୍ରାୟ ୫୦ ଲକ୍ଷରୁ ଅଧିକ ଟଙ୍କା ଖର୍ଚ୍ଚ ହେବ। ପିଣ୍ଟୁ ନନ୍ଦଙ୍କୁ ଆର୍ଥିକ ସହାୟତା ପ୍ରଦାନ ପାଇଁ ରାଜ୍ୟ ସରକାରଙ୍କୁ ସିନେ ଆର୍ଟିଷ୍ଟ ଆସୋସିଏଶନ ଅନୁରୋଧ କରିଛି। ସିନେ କଳାକାର ସଂଘ ସମ୍ପାଦକ ଶ୍ରୀତମ ଦାସ କହିଛନ୍ତି, ଗୁରୁତର ଅସୁସ୍ଥ ଥିବା ପିଣ୍ଟୁଙ୍କ ଚିକିତ୍ସା ପାଇଁ ଦିଲ୍ଲୀ ନେବାକୁ ଏକ ପ୍ରକାର ସ୍ଥିର ହୋଇଛି। ଖୁବ୍‌ଶୀଘ୍ର ଦିଲ୍ଲୀରେ ଥିବା ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲିଭର ଆଣ୍ଡ୍‌ ବିଲିଆରି ସାଇନ୍ସେସ(ଆଇଏଲବିଏସ୍‌)ରେ ତାଙ୍କୁ ଭର୍ତ୍ତି କରାଯିବ। ଏ ନେଇ ଆଇଏଲ୍‌ବିଏସ୍‌ର ଡାକ୍ତର ଅଶୋକ ଚୌଧୁରୀଙ୍କ ସହିତ କଥାବାର୍ତ୍ତା କରାଯାଇଛି।
ସିରୋସିସ୍‌ରୁ୍‌ ଆରୋଗ୍ୟ ହେବା ପାଇଁ ଲିଭର ଟ୍ରାନ୍ସପ୍ଲାଣ୍ଟ କରିବାକୁ ପଡ଼ିବ। ଏହା ପୂର୍ବରୁ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟ ଷ୍ଟେବ୍‌ଲ ରହିବା ଦରକାର। ସେ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡ଼ିବ ବୋଲି କୁହାଯାଇଛି। ଏବେ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ପିଣ୍ଟୁ। କେବଳ ଲିଭର୍‌ ଟ୍ରାନ୍ସପ୍ଲାଣ୍ଟ ପାଇଁ ୫୦ ଲକ୍ଷରୁ ଅଧିକ ଟଙ୍କା ଆବଶ୍ୟକ ଥିବାବେଳେ ଟ୍ରାନ୍ସପ୍ଲାଣ୍ଟ ପରବର୍ତ୍ତୀ ଚିକିତ୍ସା ପାଇଁ ମଧ୍ୟ ଅର୍ଥର ଆବଶ୍ୟକତା ରହିଛି। ସିନେ କଳାକାର ସଂଘର କୋଷାଧ୍ୟକ୍ଷ ବରିଷ୍ଠ ଅଭିନେତା ସୁରେଶ ମିଶ୍ର ଓ ସମ୍ପାଦକ ଶ୍ରୀତମ ଦାସ ଇତିମଧ୍ୟରେ ପିଣ୍ଟୁଙ୍କ ଘରକୁ ଯାଇ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ପରିବାର ଲୋକେ ମଧ୍ୟ କ୍ରାଉଡ୍‌ ଫଣ୍ଡିଂ କରୁଛନ୍ତି। ଏହାସହିତ ପିଣ୍ଟୁଙ୍କୁ ସାହାଯ୍ୟ କରିବାକୁ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଛନ୍ତି ଶ୍ରୀତମ ଦାସ। ପିଣ୍ଟୁଙ୍କ ପାଇଁ ସିନେ କଳାକାର ସଂଘ ତରଫରୁ ଏକ ବଡ଼ ନିଷ୍ପତ୍ତି ନିଆଯିବ ବୋଲି କୁନା ତ୍ରିପାଠୀ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ୱଶୁରଙ୍କୁ ହତ୍ୟାକଲେ ଜ୍ବାଇଁ : ସ୍ତ୍ରୀ, ଶାଶୁ ଗୁରୁତର

ଲକ୍ଷ୍ମୀପୁର,୨୨ା୯(ଅନନ୍ତ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ସଦର ରେଲୱେ କଲୋନୀ ନିକଟ ଆମ୍ବଗୁଡ଼ା ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ଶ୍ୱଶୁରଙ୍କୁ ଲୁହା ରଡ୍‌ରେ ପିଟି...

୪ ଘଣ୍ଟାରେ ଖାଇଗଲେ ୨ କୁଇଣ୍ଟାଲ ଚିକେନ ପକୋଡ଼ା

ପୁରୀ,୨୨।୯: ରାଜ୍ୟରେ ଏବେ ବି ରହିଛି ବାର୍ଡଫ୍ଲୁ ଆତଙ୍କ। ଖାସ୍‌ କରି ପୁରୀ ଜିଲାରେ ବାର୍ଡଫ୍ଲୁକୁ ନେଇ ସରକାରଙ୍କ ପକ୍ଷରୁ ସଚେତନତା ଜାରି ରହିଛି। ଏଭଳିସ୍ଥିତିରେ...

ଶେଷ ହେଲା ରତ୍ନଭଣ୍ଡାର ସର୍ଭେକ୍ଷଣ,ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୨୨।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ସର୍ଭେକ୍ଷଣ ଶେଷ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ବୈଜ୍ଞାନିକ ଆନନ୍ଦ କିଶୋର ପାଣ୍ଡେଙ୍କ ନେତୃତ୍ୱରେ ସର୍ଭେ...

ଜନ୍ମମାଟିରୁ ୧୦୦ ଦିନର ହିସାବ ଦେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟ ପଡ଼ିଆରୁ ଲୋକଙ୍କ ସରକାରର ୧୦୦ ଦିନର ସଫଳତାର ହିସାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କାର୍ଯ୍ୟକ୍ରମରେ...

ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି: ବାତିଲ ହେଲା ମୟୂରଭଞ୍ଜ କାର୍ଯ୍ୟକ୍ରମ

କେନ୍ଦୁଝର,୨୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲାକୁ ଶୁକ୍ରବାରଠାରୁ ୩ ଦିନିଆ ଗସ୍ତରେ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ନିଜ ଜିଲାକୁ...

ବିଜେଡିର ଭୁବନେଶର ବନ୍ଦ ଡାକରା: ମନ୍ତ୍ରୀ ସୁରେଶ ପୂଜାରୀ କହିଲେ ସହିପାରୁନି….

ଭୁବନେଶ୍ୱର,୨୨।୯: ୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ । ସକାଳ ୬...

୩ ଘଣ୍ଟା ପ୍ରବଳରୁ ଅତି ପ୍ରବଳ ବର୍ଷିବ: ଏସବୁ ସ୍ଥାନରେ…

ଭୁବନେଶ୍ୱର,୨୨।୯: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସୋମବାର ସୁଦ୍ଧା...

କାହିଁକି ଦୀପାଳିଙ୍କ ନାଁରେ ଏତଲା? 

କାହିଁକି ଦୀପାଳିଙ୍କ ନାରେ ଏତଲା? ଭୁବନେଶ୍ୱର,୨୨।୯: ଝାରସୁଗୁଡ଼ାର ପୂର୍ବତନ ବିଧାୟକ ଦୀପାଳି ଦାସ ଓ ରେଙ୍ଗାଲି ବିଧାୟକ ସୁଦର୍ଶନ ହରିପାଲଙ୍କ ନାଁରେ ଏତଲା  ହୋଇଛି। ସମ୍ବଲପୁରସ୍ଥିତ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri