କୋର୍ଟରେ ହାଜର ହେଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ

କଟକ ଅଫିସ,୫।୪: କଟକ ଫ୍ୟାମିଲି କୋର୍ଟରେ ସୋମବାର ହାଜର ହୋଇଛନ୍ତି ଓଲିଉଡ୍‌ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଅଭିନେତା ସ୍ବାମୀ ତଥା ଏମ୍‌ପି ଅନୁଭବ ମହାନ୍ତିଙ୍କ ସହ ପାରିବାରିକ ବିବାଦ ନେଇ ବର୍ଷା କୋର୍ଟରେ ହାଜର ହୋଇଥିବା ଜଣାପଡ଼ିଛି। ଦିଲ୍ଲୀ ପଟିଆଲା ହାଉସ କୋର୍ଟ ବଦଳରେ କଟକ ଫ୍ୟାମିଲି କୋର୍ଟରେ ଶୁଣାଣି ହେବ। ଆଜି ଉଭୟଙ୍କୁ ହାଜର ହେବା ପାଇଁ ଫ୍ୟାମିଲି କୋର୍ଟ ନିର୍ଦ୍ଦେଶ ଦେଇଥିଲେ।

ଉଭୟଙ୍କ ମଧ୍ୟରେ ଦେଖାଦେଇଥିବା ବିବାଦ ନେଇ ଦିଲ୍ଲୀ ପଟିଆଲା ହାଉସ କୋର୍ଟରେ ଅନୁଭବ ଆବେଦନ କରିଥିଲେ। ମାତ୍ର ଥରକୁ ଥର ଦିଲ୍ଲୀ ଯିବା ନିମନ୍ତେ ଅସୁବିଧାର ସମ୍ମୁଖୀନ ହେବେ କହି ମାମଲାକୁ କଟକ ସ୍ଥାନାନ୍ତର ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ବର୍ଷା।

ସୂଚନାଯୋଗ୍ୟ, ବାହାଘର ପରେ ସ୍ବାମୀ ଏବଂ ଶାଶୁଘର ଲୋକେ ତାଙ୍କୁ ଶାରୀରିକ ଏବଂ ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ ଆଣି କଟକ ଏସ୍‌ଡିଜିଏମ୍‌ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ବର୍ଷା।

Share