ଅଡୁଆରେ ଅଭିନେତ୍ରୀ ରିୟା ଦେ : ଥାନାରେ ପହଞ୍ଚିଲା ମାମଲା ପୂରା ଘଟଣା ଜାଣିଲେ…

ଭୁବନେଶ୍ୱର,୧୦।୭(ସତ୍ୟଜିତ୍‌ ରାଉତ): ଓଡ଼ିଆ ସିନେ ଅଭିନେତ୍ରୀ ରିୟା ଦେ ଅଡୁଆରେ ପଡ଼ିଛନ୍ତି। ଘରୋଇ ସହାୟିକାଙ୍କୁ ରିୟା ଓ ତାଙ୍କ ସ୍ବାମୀ ସୁନୀଲ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏ ସଂକ୍ରାନ୍ତରେ ପୀଡ଼ିତା ବର୍ଷା ବେହେରା (୧୯) ମଙ୍ଗଳବାର ଚନ୍ଦ୍ରଶେଖରପୁର ଥାନାରେ ଏତଲା ଦେଇଛନ୍ତି। ବର୍ଷାଙ୍କୁ ରିୟା ଦେଢ଼ବର୍ଷ ଧରି କାମ କରାଇବା ପରେ ପାରିଶ୍ରମିକ ଟଙ୍କା ନ ଦେଇ ମାଡ଼ ମାରୁଥିଲେ ବୋଲି ଏତଲାରେ ଉଲ୍ଲେଖ କରାଯାଇଛି। ଏହି ଅଭିଯୋଗ ଆଧାରରେ ପୋଲିସ ତଦନ୍ତ ଆରମ୍ଭ କରିଛି। କଟକ ମହାନଦୀ ବିହାରସ୍ଥିତ ରିୟାଙ୍କ ଘରେ କେହି ନ ଥିବା ସୁଯୋଗ ନେଇ ବର୍ଷା ସୋମବାର ଭୁବନେଶ୍ୱର ଚାଲିଆସିଥିଲେ। ବର୍ଷା କଟକରୁ ବସ୍‌ରେ ଆସି ଚନ୍ଦ୍ରଶେଖରପୁରରେ ରହୁଥିବା ତାଙ୍କର ଜଣେ ପରିଚିତ ଭଉଣୀ ମାଧୁରୀଙ୍କ ଘରକୁ ଯାଇଥିଲେ। ହେଲେ ମାଧୁରୀ ଘରେ ନ ଥିବାରୁ ବର୍ଷା ରାସ୍ତାରେ କାନ୍ଦୁଥିଲେ। ଏହା ଦେଖି ସ୍ଥାନୀୟ ଲୋକେ ବର୍ଷାଙ୍କୁ ଈଶାନେଶ୍ୱର ଶିଶୁ ସୁରକ୍ଷା ଟିମ୍‌କୁ ହସ୍ତାନ୍ତର କରିଥିଲେ। ମାଧୁରୀ ମଙ୍ଗଳବାର ପହଞ୍ଚିବା ପରେ ଶିଶୁ ସୁରକ୍ଷା ଟିମ୍‌ ସହ ବର୍ଷାଙ୍କୁ ନେଇ ପୋଲିସର ଦ୍ୱାରସ୍ଥ ହୋଇଥିଲେ। ଅଭିଯୋଗ ଅନୁଯାୟୀ, ରିୟା ତାଙ୍କୁ ଘର କାମ ସହ ଅନ୍ୟାନ୍ୟ କାମ କରାଉଥିଲେ। ରିୟା ତାଙ୍କୁ ୮ହଜାର ଟଙ୍କା ସହ ଭରଣପୋଷଣ ଦେବାପାଇଁ ଚୁକ୍ତି କରିଥିଲେ। ହେଲେ କିଛିଦିନ ତଳେ ବର୍ଷା ତାଙ୍କ ପୈତୃକ ଘରକୁ ଯିବାକୁ କହିବାରୁ ରିୟା ବାରଣ କରିଥିଲେ। ଏପରିକି ରିୟା ତାଙ୍କୁ ମାଡ଼ମାରି ଘରେ ବନ୍ଦ କରିଦେଇଥିଲେ। ରିୟା ତାଙ୍କୁ ଦିନକୁ ୨୦ ଥର ଉଠ୍‌ବସ୍‌ କରାଉଥିଲେ। ସ୍ବାମୀ ସୁନୀଲ ତାଙ୍କ ଉପରକୁ ମଦ ବୋତଲ ଫୋପାଡୁଥିଲେ। ନିର୍ଯାତନାରେ ବର୍ଷା ଆହତ ହୋଇଥିବା ଗଣମାଧ୍ୟମ ଜରିଆରେ ଅଭିଯୋଗ କରିଛନ୍ତି। ତେବେ ଅଭିଯୋଗ ନେଇ ରିୟା କିମ୍ବା ତାଙ୍କ ସ୍ବାମୀଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ଥାନା ଘଟଣା: ସାମ୍ନାକୁ ଆସିଲା ବଡ଼ ପ୍ରମାଣ , କ’ଣ ହୋଇଥିଲା ସେ ରାତିରେ… 

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା ଦିନକୁ ଦିନ ନୂଆ ମୋଡ଼ ନେଉଛି। ଦନ ଗଡ଼ିବା ସହ ନୂଆନୂଆ ତଥ୍ୟ...

ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ମୁହଁଖୋଲିଲେ ପିସିସିଏଫ: କହିଲେ…

ଭୁବନେଶ୍ୱର,୨୦।୯: ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ପିସିସିଏଫ ଦେବୀଦତ୍ତ ବିଶ୍ବାଳ ଶୁକ୍ରବାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଅପ୍ରାକୃତିକ ମୃତ୍ୟୁ ହୋଇଛି, ଆତ୍ମହତ୍ୟା ଅଭିଯୋଗରେ ତଦନ୍ତ ଚାଲିଛି।...

ଭରତପୁର ଥାନାରେ ଲୋମଟାଙ୍କୁରା କଳା ରାତିର କଥା କହିବା ପରେ, ଏବେ ଡିସିପିଙ୍କ ମନ୍ତବ୍ୟକୁ ନେଇ…

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ପୀଡ଼ିତା ମୁହଁ ଖୋଲିବା ପରେ ଏବେ ଡିସିପିଙ୍କ ମନ୍ତବ୍ୟ ନେଇ ପ୍ରଶ୍ନ ଉଠୁଛି।...

ରେଡ୍‌ ଡଟ୍‌ ହେଲ୍‌ଥ ସହ ଉତ୍କଳ ହସ୍ପିଟାଲର ବୁଝାମଣା

ଭୁବନେଶ୍ୱର,୨୦।୯ (ଅଭୟ ଦାଶ):ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ଭୁବନେଶ୍ୱରର ଉତ୍କଳ ହସ୍ପିଟାଲ ଏବଂ ରେଡ୍‌ ଡଟ୍‌ ହେଲ୍‌ଥ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ...

ନବୀନଙ୍କ କଥାରେ ଚିହିଁକି ଉଠିଲେ ସୁରେଶ ପୂଜାରୀ: କହିଲେ ଶହେ ଦିନର ସରକାରକୁ…

ଭୁବନେଶ୍ୱର,୨୦।୯: ନବୀନଙ୍କ ନ୍ୟାୟିକ ତଦନ୍ତ ଦାବିକୁ କଟାକ୍ଷ କଲେ ମନ୍ତ୍ରୀ ସୁରେଶ ପୂଜାରୀ। ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ...

କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ କେନ୍ଦୁଝରରେ ପହଞ୍ଚିଛନ୍ତି। ରାଇସୁଆଁ ଏୟାରଷ୍ଟ୍ରିପରେ ଓହ୍ଲାଇ ରାସ୍ତା ପଥରେ ସିଧାସଳଖ...

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା: ମୁହଁ ଖୋଲିଲେ ନବୀନ, କହିଲେ….

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ ଖୋଲିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ଏହି ଘଟଣା...

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଲ୍ୟାଣ୍ଡମାଇନ୍‌ ଖଞ୍ଜିଥିଲେ ମାଓବାଦୀ, କମ୍ବିଂ ବେଳେ…

ମାଲକାନଗିରି,୨୦ା୯(ଦୁର୍ଯ୍ୟୋଧନ ପାତ୍ର): ଭେଜେଙ୍ଗଓ୍ବାଡା ଜଙ୍ଗଲରେ ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ଖଞ୍ଜି ଏକ ବଡ଼ ଧରଣର କାଣ୍ଡ ଘଟାଇବା ପାଇଁ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri