ବିଧାନସଭାରେ ଅତିରିକ୍ତ ବଜେଟ ଉପସ୍ଥାପିତ, ରତ୍ନଭଣ୍ଡାର ପାଇଁ ୫ କୋଟି ଟଙ୍କା ବ୍ୟୟବରାଦ

ଭୁବନେଶ୍ୱର,୨୬।୧୧: ବିଧାନସଭାରେ ଉପସ୍ଥାପନ ହେଲା ଅତିରିକ୍ତ ବଜେଟ। ମଙ୍ଗଳବାର ୧୨ ହଜାର ୧୫୬ କୋଟି ଟଙ୍କାର ଅତିରିକ୍ତ ବଜେଟ ଆଗତ ହୋଇଛି। ରତ୍ନଭଣ୍ଡାର ପାଇଁ ୫ କୋଟି ଟଙ୍କାର ବ୍ୟୟ ଅଟକଳ ହୋଇଥିବା ବେଳେ ଭୁବନେଶ୍ୱରରେ ପ୍ରବାସୀ ଭାରତୀୟ ଦିବସ ପାଇଁ ୧୨୫ କୋଟି, CAPF ମୁତୟନ ପାଇଁ ୨୯୯ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ସେହିପରି ପୋଲିସ ଷ୍ଟେଶନ ଓ ଫାଣ୍ଡିରେ ସିସିଟିଭି ପାଇଁ ୫୧ କୋଟି, ଶ୍ରୀମନ୍ଦିର ପରିକ୍ରମାର ବିସ୍ତୃତି ସୁବିଧା ବିକାଶ ପାଇଁ ୨୬ କୋଟି, ଅଗ୍ନିଶମ ସେବାର ଆଧୁନିକୀକରଣ ଓ ସଂପ୍ରସାରଣ ପାଇଁ ୧୨୦ କୋଟି ଏବଂ ବନ୍ୟା ନିୟନ୍ତ୍ରଣ ଓ ଡ୍ରେନେଜ ପାଇଁ ୬୬ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ମଧୁବାବୁ ପେନସନ୍‌ ଯୋଜନାରେ ୩୩୮ କୋଟି ଟଙ୍କା,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ୬୪୪ କୋଟି ଏବଂ ସୁଭଦ୍ରା ଯୋଜନା ପାଇଁ ୧୧୯୬ କୋଟି ବ୍ୟୟବରାଦ ହୋଇଛି।

Share