Posted inଜାତୀୟ

ଚାଟାର୍ଜୀଙ୍କୁ ବହିଷ୍କାର ନେଇ ଚିଠି ଲେଖିଲେ କଂଗ୍ରେସ ନେତା

କୋଲକାତା,୨୬।୭: ଗିରଫ ହୋଇଥିବା ପଶ୍ଚିମବଙ୍ଗ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ଅଡୁଆ ଧୀରେ ଧୀରେ ବଢିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ କଂଗ୍ରେସ ଏମ୍‌ପି ଅଧୀର ରଞ୍ଜନ ଚୌଧୁରୀ ଚାଟାର୍ଜୀଙ୍କୁ ମନ୍ତ୍ରୀ ପଦରୁ ବହିଷ୍କାର କରିବା ପାଇଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଚିଠି ଲେଖିଛନ୍ତି। ଅନ୍ୟପକ୍ଷେ, ପାର୍ଥ ଏବଂ ତାଙ୍କ ସହଯୋଗୀ ଅର୍ପିତା ମୁଖାର୍ଜୀ ଅଗଷ୍ଟ ୩ ଯାଏ ଇଡି (ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ)ହେପାଜତରେ ରହିବେ।
ସୂଚନା ଯୋଗ୍ୟ, ପଶ୍ଚିମବଙ୍ଗ ସ୍କୁଲ୍‌ ସେବା ଆୟୋଗ (ଡବ୍ଲ୍ୟୁବିଏସ୍‌ଏସ୍‌ସି) ଅଧୀନରେ ଶିକ୍ଷକ ନିଯୁକ୍ତି ଦୁର୍ନୀତି ଅଭିଯୋଗରେ ଶିଳ୍ପ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କୁ ଗିରଫ କରାଯାଇଥିଲା। ଏପରିକି ପାର୍ଥଙ୍କ ସହଯୋଗୀ ଅର୍ପିତା ମୁଖାର୍ଜୀଙ୍କ ଘରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ୨୧ କୋଟି ଟଙ୍କା ଜବତ କରିଥିଲା। ପରେ ଉଭୟଙ୍କୁ ଶନିବାର ଗିରଫ ପରେ ପାର୍ଥଙ୍କୁ ଏକ ସ୍ଥାନୀୟ କୋର୍ଟରେ ହାଜର କରି ଇଡି ଦୁଇ ଦିନିଆ ରିମାଣ୍ଡରେ ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଏହି ୩୧ ଜଣଙ୍କ ହେଲିକପ୍ଟର କେବେ ବି କରାଯାଏନି ଯାଞ୍ଚ, ନ ମାନିଲେ…

ନୂଆଦିଲ୍ଲୀ,୧୫।୧୧: ମହାରାଷ୍ଟ୍ର ନିର୍ବାଚନୀ ତାତି ମଧ୍ୟରେ ବିମାନ ଯାତ୍ରା ସମୟରେ କରାଯାଇଥିବା ଯାଞ୍ଚ ବିତର୍କର ବିଷୟ ପାଲଟିଛି। ଯେତେବେଳେ ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେଙ୍କ...

ସ୍ୱାମୀ ସ୍ତ୍ରୀ’ଙ୍କ କଳିରେ ମୁଣ୍ଡ ପୁରାଇ ଜୀବନ ହରାଇଲେ ବୃଦ୍ଧା

ନୂଆଦିଲ୍ଲୀ,୧୫ା୧୧: ସ୍ତ୍ରୀ’କୁ ଅମାନୁଷିକ ମାଡ଼ ମାରୁଥିଲେ ବ୍ୟକ୍ତି, ଝଗଡା ସମାଧାନ କରିବାକୁ ଯାଇ ଜୀବନ ହରାଇଲେ ବୃଦ୍ଧା। ବୁଧବାର ଏପରି ଏକ ଅଭାବନୀୟ ଘଟଣା ଘଟିଛି...

ଝାଡଖଣ୍ଡରୁ ଫେରୁଥିଲେ ମୋଦି, ହଠାତ୍‌ ମଝି ଆକାଶରେ ଦେଖାଗଲା ଯାନ୍ତ୍ରିକ ତ୍ରୁଟି

ରାଞ୍ଚି,୧୫।୧୧: ନିର୍ବାଚନ ରାଲି ପାଇଁ ଝାଡଖଣ୍ଡରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ତେବେ ସେଠାରୁ ଫେରିବାବେଳେ ତାଙ୍କ ସ୍ବତନ୍ତ୍ର ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଛି। ଏହି କାରଣରୁ...

ଝାଡ଼ଖଣ୍ଡରେ ଅଟକା ଗଲା ରାହୁଲ ଗାନ୍ଧୀଙ୍କ ବିମାନ, କାରଣ ଜାଣିଲେ…

ରାଞ୍ଚି,୧୫।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ପ୍ରଚାର କରିବାକୁ ଆସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ହେଲିକପ୍ଟରକୁ ଶୁକ୍ରବାର ଅଟକାଇ ଦିଆଯାଇଛି। କୁହାଯାଉଛି ଯେ କ୍ଲିୟରାନ୍ସ ଅଭାବରୁ...

ମାନିଲେ ଶରଦ ପାଓ୍ବାର, କହିଲେ ହଁ ଆମେ ଅମିତ ଶାହାଙ୍କୁ ଭେଟିଥିଲୁ…

ମୁମ୍ବାଇ,୧୫।୧୧: ମହାରାଷ୍ଟ୍ର ନିର୍ବାଚନ ସମୟରେ ଅଜିତ ପାୱାର ଏଭଳି ସୂଚନା ଦେଇଛନ୍ତି, ଯାହା ପରେ ଶରଦ ପାୱାରଙ୍କୁ ସ୍ପଷ୍ଟୀକରଣ ଦେବାକୁ ପଡିବ। ଅଜିତ ପାୱାରଙ୍କ ଦାବି...

ଟ୍ରେଣ୍ଡ୍‌ରେ ମୋଦି: ଏହି ଦେଶ ଦେବ ସର୍ବୋଚ୍ଚ ସମ୍ମାନ

ନୂଆଦିଲ୍ଲୀ, ୧୫।୧୧:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କାରବିଆନ୍‌ ଦେଶ ଡୋମିନିକା ନିଜର ସର୍ବୋଚ୍ଚ ଜାତୀୟ ସମ୍ମାନ ପ୍ରଦାନ କରିବ ବୋଲି ଗୁରୁବାର ଘୋଷଣା କରିଛି। କୋଭିଡ୍‌-୧୯ ମହାମାରୀ...

କାହିଁକି କପିଲ ଶର୍ମାଙ୍କ ଶୋ’ ଛାଡିଥିଲେ ସିଦ୍ଧୁ? ୫ ବର୍ଷ ପରେ କହିଲେ…

ମୁମ୍ବାଇ,୧୫।୧୧: ଦି କପିଲ ଶର୍ମା ଶୋ’ରେ ଜୋରରେ କରତାଳି ଦେବା ସହ ‘ଚକ ଦେ ଫଟ୍ଟେ’, ‘ଗୁରୁ’ ଭଳି ଶବ୍ଦ ସହିତ ଲୋକଙ୍କୁ ଖୁବ୍‌ ହସାଉଥିବା...

ଆର୍‌ଏସ୍‌ଏସ୍‌ ଏକ ଆତଙ୍କବାଦୀ ସଂଗଠନ: କଂଗ୍ରେସ ନେତାଙ୍କ ବିବାଦୀୟ ମନ୍ତବ୍ୟ

ପୁଣେ,୧୫।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ୨୦୨୪କୁ ନେଇ ରାଜ୍ୟରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି। କଂଗ୍ରେସ ଏବଂ ଏହାର ସହଯୋଗୀମାନେ କ୍ରମାଗତ ଭାବରେ ଭାଜପାି ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri