ରାଜ୍ୟରେ କରୋନାର ସଙ୍ଗିନ ସ୍ଥିତି: ଆଜି ଖୋଲିବ ଆଦିତ୍ୟ ଅଶ୍ୱିନୀ କୋଭିଡ୍‌ ହସ୍ପିଟାଲ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉ ଥିବା ବେଳେ ପରିସ୍ଥିତି ସଙ୍ଗିନ ହେବାରେ ଲାଗିଛି। ଗୁରୁତର ରୋଗୀଙ୍କୁ ମେଡିକାଲ ସୁବିଧା ଯୋଗାଇବାକୁ ପୁଣିଥରେ ବୁଧବାର ଆଦିତ୍ୟ ଅଶ୍ୱିନୀ କୋଭିଡ ହସ୍ପିଟାଲ ଖୋଲିବ। ସଂକ୍ରମଣ ବଢ଼ୁଥିବାରୁ ବିଏମ୍‌ସି ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ଆଇସିୟୁ ସହ ମୋଟ ୧୫୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ପୁନଃ କାର୍ଯ୍ୟକ୍ଷମ ହେବ। ସମ୍‌ କୋଭିଡ୍‌ ହସ୍ପିଟାଲର ଶଯ୍ୟା ସଂଖ୍ୟା ୨୫୦ରୁ ୫ଶହକୁ ବୃଦ୍ଧି କରାଯାଇଛି।

Share